ବଢ଼ିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଜାରି ହେଲା ଜାମିନ ବିହୀନ ଗିରଫ ପରଓ୍ୱାନା

The Sakala Picture
Published On

ନୂଆଦିଲ୍ଲୀ: ବଢ଼ିଲା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ଅଡୁଆ। ତାଙ୍କ ବିରୋଧରେ ଜାରି ହେଲେ ଏନ୍‌ବିଡବ୍ଲୁ (NBW) ତଥା ଜାମିନ ବିହୀନ ଗିରଫ ପରଓ୍ୱାନା। ମୁମ୍ବାଇର ସ୍ୱତନ୍ତ୍ର ସିବିଆଇ କୋର୍ଟ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କରୁ ୧୮୦ କୋଟି ଋଣ ପରିଷୋଧ ନ କରିବା ମାମଲାରେ ଏହି NBW ଜାରି କରାଯାଇଛି। ସିବିଆଇ କୋର୍ଟର ଜଷ୍ଟିସ୍ ଏସ୍ ନାଏକ ନିମ୍ବାଲକର ଜୁନ୍ ୨୯ରେ ମାଲ୍ୟାଙ୍କ ବିରୋଧରେ ୱାରେଣ୍ଟ ଜାରି କରିଥିଲେ। ତେବେ ସୋମବାର (ଜୁଲାଇ ୧) କୋର୍ଟଙ୍କ ଆଦେଶର […]

ନୂଆଦିଲ୍ଲୀ: ବଢ଼ିଲା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ଅଡୁଆ। ତାଙ୍କ ବିରୋଧରେ ଜାରି ହେଲେ ଏନ୍‌ବିଡବ୍ଲୁ (NBW) ତଥା ଜାମିନ ବିହୀନ ଗିରଫ ପରଓ୍ୱାନା। ମୁମ୍ବାଇର ସ୍ୱତନ୍ତ୍ର ସିବିଆଇ କୋର୍ଟ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କରୁ ୧୮୦ କୋଟି ଋଣ ପରିଷୋଧ ନ କରିବା ମାମଲାରେ ଏହି NBW ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

ସିବିଆଇ କୋର୍ଟର ଜଷ୍ଟିସ୍ ଏସ୍ ନାଏକ ନିମ୍ବାଲକର ଜୁନ୍ ୨୯ରେ ମାଲ୍ୟାଙ୍କ ବିରୋଧରେ ୱାରେଣ୍ଟ ଜାରି କରିଥିଲେ। ତେବେ ସୋମବାର (ଜୁଲାଇ ୧) କୋର୍ଟଙ୍କ ଆଦେଶର କପି ବାହାରକୁ ଆସିଛି। କୋର୍ଟ କହିଛନ୍ତି, ୨୦୦୭ରୁ ୨୦୧୨ ମଧ୍ୟରେ ବିଜୟ ମାଲ୍ୟା ଏବଂ ତାଙ୍କ କମ୍ପାନୀକୁ ଇଣ୍ଡିଆନ୍ ଓଭରସିଜ୍ ବ୍ୟାଙ୍କ ପ୍ରାୟ ୧୮୦ କୋଟି ଟଙ୍କା ଋଣ ଦେଇଛି। ଏହି ମାମଲାରେ ବିଜୟ ମାଲ୍ୟାଙ୍କ ସମେତ ମୋଟ ୧୦ ଜଣ ଅଭିଯୁକ୍ତ ଅଛନ୍ତି। ଅଗଷ୍ଟ ୨୦୧୬ରେ ଏହି ମାମଲାରେ ଏଫ୍‌ଆଇଆର୍‌ ରୁଜୁ ହୋଇଥିଲା। ସମସ୍ତ ଅଭିଯୁକ୍ତଙ୍କୁ ହାଜର ହେବା ପାଇଁ ସମନ ଜାରି କରାଯାଇଛି। କିନ୍ତୁ ପଳାତକ ବିଜୟ ମାଲ୍ୟାଙ୍କ ପାଇଁ କୋର୍ଟ ଜାମିନ ବିହୀନ ୱାରେଣ୍ଟ ଜାରି କରିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

ବର୍ତ୍ତମାନ ବିଜୟ ମାଲ୍ୟା ଲଣ୍ଡନରେ ଅଛନ୍ତି ଏବଂ ଭାରତ ସରକାର ତାଙ୍କୁ ବ୍ରିଟିଶ ସରକାରଙ୍କଠାରୁ ପ୍ରତ୍ୟର୍ପଣ କରିବାକୁ ଚେଷ୍ଟା କରୁଛନ୍ତି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର