ମହାପ୍ରଭୁ ଜଗନ୍ନାଥ ବଞ୍ଚାଇ ଦେଲେ ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ: ଇସ୍କନ ଉପସଭାପତି

The Sakala Picture
Published On

ନୂଆଦିଲ୍ଲୀ: ମହାପ୍ରଭୁ ଜଗନ୍ନାଥ ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ ବଞ୍ଚାଇ ଦେଇଛନ୍ତି। ରବିବାର ପେନସିଲଭିନିଆରେ ହୋଇଥିବା ଗୁଳିମାଡ଼ରେ ଅଳ୍ପକେ ବର୍ତ୍ତିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ। ସେ ଜଗନ୍ନାଥଙ୍କ କୃପାରୁ ବର୍ତ୍ତି ଯାଇଛନ୍ତି ବୋଲି କହିଛନ୍ତି ଇସ୍କନର ଜଣେ ସାଧୁ। ଏନେଇ ସେ ସୋଶାଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଟ୍ୱିଟ୍ ଅନୁଯାୟୀ, ୪୮ ବର୍ଷ ତଳେ ନ୍ୟୁୟର୍କରେ ପ୍ରଥମ ରଥଯାତ୍ରା ଆୟୋଜନ ବେଳେ ଟ୍ରମ୍ପ ଯେଉଁ ସାହାଯ୍ୟ କରିଥିଲେ ତା’ର ଫଳ ଏବେ ସିଏ ପାଇଛନ୍ତି।ଏହା […]

ନୂଆଦିଲ୍ଲୀ: ମହାପ୍ରଭୁ ଜଗନ୍ନାଥ ଡୋନାଲ୍ଡ ଟ୍ରମ୍ପଙ୍କ ଜୀବନ ବଞ୍ଚାଇ ଦେଇଛନ୍ତି। ରବିବାର ପେନସିଲଭିନିଆରେ ହୋଇଥିବା ଗୁଳିମାଡ଼ରେ ଅଳ୍ପକେ ବର୍ତ୍ତିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ। ସେ ଜଗନ୍ନାଥଙ୍କ କୃପାରୁ ବର୍ତ୍ତି ଯାଇଛନ୍ତି ବୋଲି କହିଛନ୍ତି ଇସ୍କନର ଜଣେ ସାଧୁ। ଏନେଇ ସେ ସୋଶାଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ଟ୍ୱିଟ୍ ଅନୁଯାୟୀ, ୪୮ ବର୍ଷ ତଳେ ନ୍ୟୁୟର୍କରେ ପ୍ରଥମ ରଥଯାତ୍ରା ଆୟୋଜନ ବେଳେ ଟ୍ରମ୍ପ ଯେଉଁ ସାହାଯ୍ୟ କରିଥିଲେ ତା’ର ଫଳ ଏବେ ସିଏ ପାଇଛନ୍ତି।ଏହା ସବୁ ପ୍ରଭୁ ଜଗନ୍ନାଥଙ୍କ ଲୀଳାଖେଳା। ଜଗନ୍ନାଥଙ୍କ କୃପାରୁ ବନ୍ଧୁକରୁ ବାହାରିଥିବା ଗୁଳିଟି ତାଙ୍କ କାନ ପାଖ ଦେଇ ଚାଲି ଯାଇଥିଲା। ଏହା ଏକ ଚମତ୍କାରଠୁ କମ୍‌ ନୁହେଁ ବୋଲି କହିଛନ୍ତି ଇସ୍କନ କୋଲକାତାର ଉପସଭାପତି ତଥା‌ ପ୍ରବକ୍ତା ରାଧାରମଣ ଦାସ। ୧୯୭୬ ମସିହାରେ ନ୍ୟୁୟର୍କରେ ଯେତେବେଳେ ପ୍ରଥମ ରଥଯାତ୍ରା ଆୟୋଜନ ହେବାକୁ ଯାଉଥିଲା, ସେତେବେଳେ ରଥ ନିର୍ମାଣ ପାଇଁ ସ୍ଥାନ ମିଳୁନଥିଲା । ପ୍ରାୟ ସବୁ ଧନୀ ବ୍ୟକ୍ତି ରଥ ନିର୍ମାଣ ପାଇଁ ନିଜ ଜାଗା ଦେବାକୁ ମନା କରିଦେଇଥିଲେ। ଏହି ସମୟରେ ଟ୍ରମ୍ପ ସାହାଯ୍ୟ କରିଥିଲେ। ଆଉ ରଥ ନିର୍ମାଣ ପାଇଁ ଜାଗା ଦେଇଥିଲେ।ସେତେବେଳେ ଟ୍ରମ୍ପଙ୍କ ବୟସ ମାତ୍ର ୩୦ ବର୍ଷ ଥିଲା । ସେ ସେତେବେଳେ ଜଣେ ରିଏଲ ଇଷ୍ଟେଟ୍ ବ୍ୟବସାୟୀ ଭାବରେ ଉଭା ହୋଇଥିଲେ । ଡୋନାଲ୍ଡ ଟ୍ରମ୍ପଙ୍କ ସହାୟତାରେ ହିଁ ୧୯୭୬ରେ ନ୍ୟୁୟର୍କରରେ ପ୍ରଭୁ ଜଗନ୍ନାଥଙ୍କ ପ୍ରଥମ ରଥଯାତ୍ରା ହୋଇପାରିଥିଲା ।

 

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର