ବଜେଟ୍ ୨୦୨୪-୨୫: ଜାଣନ୍ତୁ କ’ଣ ଶସ୍ତା ଓ କ’ଣ ହେଲା ମହଙ୍ଗା ?

The Sakala Picture
Published On

ନୂଆଦିଲ୍ଲୀ:  ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ବଜେଟରେ ସାଧାରଣ ଲୋକଙ୍କୁ ଆଶ୍ୱସ୍ତ କରିବାକୁ ମୋଦୀ ସରକାର ଭରପୂର ଚେଷ୍ଟା କରିଛନ୍ତି। ଚଳିତ ବଜେଟରେ ସମସ୍ତ ବର୍ଗକୁ ଖୁସି କରିବା ଭଳି ଘୋଷଣାମାନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।  ତେବେ ଏସବୁ ଭିତରେ ସାଧାରଣ ଲୋକମାନେ ବଜେଟକୁ ନେଇ ଏକ ପ୍ରଶ୍ନ ଉଠାନ୍ତିଯେ କଣ ଶସ୍ତା ହେଲା ଆଉ କଣ ମହାଙ୍ଗା ହେଲା। ତେବେ ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା […]

ନୂଆଦିଲ୍ଲୀ:  ସଂସଦରେ ୨୦୨୪-୨୫ ବଜେଟ ଉପସ୍ଥାପିତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହି ବଜେଟରେ ସାଧାରଣ ଲୋକଙ୍କୁ ଆଶ୍ୱସ୍ତ କରିବାକୁ ମୋଦୀ ସରକାର ଭରପୂର ଚେଷ୍ଟା କରିଛନ୍ତି। ଚଳିତ ବଜେଟରେ ସମସ୍ତ ବର୍ଗକୁ ଖୁସି କରିବା ଭଳି ଘୋଷଣାମାନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।  ତେବେ ଏସବୁ ଭିତରେ ସାଧାରଣ ଲୋକମାନେ ବଜେଟକୁ ନେଇ ଏକ ପ୍ରଶ୍ନ ଉଠାନ୍ତିଯେ କଣ ଶସ୍ତା ହେଲା ଆଉ କଣ ମହାଙ୍ଗା ହେଲା। ତେବେ ଆଜି ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଘୋଷଣା ଅନୁସାରେ ୩ ପ୍ରକାର କ୍ୟାନ୍‌ସର୍‌ ଔଷଧ ଉପରୁ କଷ୍ଟମ ଡ୍ୟୁଟି କମିବ । ଔଷଧ ଏବଂ ମେଡିକାଲ ଜିନିଷ ଉପରୁ କଷ୍ଟମ ଡ୍ୟୁଟି କମିବ । ଫଳରେ କ୍ୟାନସର ଔଷଧ ଶସ୍ତା ହେବ।  ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ। ସୁନା ଓ ରୁପା ଉପରୁ କଷ୍ଟମ ଡ୍ୟୁଟି ୬% ହ୍ରାସ ହେବ। ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି ୬.୪% ହ୍ରାସ କରାଯିବ । ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ ଶସ୍ତା ହେବ । ସଂପୃକ୍ତ ଜିନିଷ ଉପରୁ କଷ୍ଟମ ଡ୍ୟୁଟି ହ୍ରାସ ନେଇ ଘୋଷଣା କରଯାଇଛି। ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ। ପେଟ୍ରୋକେମିକାଲ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ । ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ ଉପରେ ଶୁଳ୍କ ବଢ଼ିବ ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ଶସ୍ତା ସାମଗ୍ରୀ

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

– କ୍ୟାନସର ଔଷଧ

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନରେ ୨୭ ଘଣ୍ଟା ପରେ ରେସ୍କ୍ୟୁ ଅପରେସନ୍ ଶେଷ, ୭ ମୃତକଙ୍କ ମଧ୍ୟରେ ୫ ଛାତ୍ର

-ସୁନା, ରୁପା, ପ୍ଲାଟିନମ

-କୋବାଲଟ

-ସୋଲାର ସେଲ

– ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀ

-ଚମଡ଼ା

-ବୟନ ସାମଗ୍ରୀ

-ଜୋତା

-ସାମୁଦ୍ରିକ ଉତ୍ପାଦ

ମହଙ୍ଗା ସାମଗ୍ରୀ

-ପେଟ୍ରୋକେମିକାଲ ଉତ୍ପାଦ

-ପ୍ଲାଷ୍ଟିକ ଓ ପ୍ଲାଷ୍ଟିକ ସଂପର୍କିତ ଉତ୍ପାଦ

-ଟେଲିକମ୍ ଉପକରଣ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର