ହରିଆଣା ସରକାରଙ୍କ ବଡ଼ ଘୋଷଣା: ବିନେଶ ଫୋଗଟଙ୍କୁ ମିଳିବ ଅଲିମ୍ପିକ୍ସ ରୌପ୍ୟ ବିଜେତାର ସମସ୍ତ ସମ୍ମାନ

The Sakala Picture
Published On

ନୂଆଦିଲ୍ଲୀ: ବିନେଶ ଫୋଗାଟଙ୍କୁ ନେଇ ହରିଆଣା ସରକାରଙ୍କ ବଡ଼ ଘୋଷଣା କରିଛନ୍ତି। ବିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ହରିଆଣା ମୁଖ୍ୟମନ୍ତ୍ରୀ। ଭିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ ରୌପ୍ୟ ବିଜେତା ଭାବେ ସରକାର ଭିନେଶଙ୍କୁ ସମ୍ମାନୀତ କରିବେ ବୋଲି ଘୋଷଣା କରିଛନ୍ତି। ସୂଚନା ଅନୁଯାୟୀ, ପ୍ୟାରିସ୍‌ ଅଲିମ୍ପିକ୍ସରେ ଫାଇନାଲକୁ ପ୍ରବେଶ କରିଥିବା ଭାରତୀୟ […]

ନୂଆଦିଲ୍ଲୀ: ବିନେଶ ଫୋଗାଟଙ୍କୁ ନେଇ ହରିଆଣା ସରକାରଙ୍କ ବଡ଼ ଘୋଷଣା କରିଛନ୍ତି। ବିନେଶଙ୍କୁ ପଦକ ବିଜେତାର ସମସ୍ତ ସମ୍ମାନ ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି। ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ହରିଆଣା ମୁଖ୍ୟମନ୍ତ୍ରୀ। ଭିନେଶଙ୍କୁ ସମସ୍ତ ସମ୍ମାନ, ପୁରସ୍କାର, ସୁବିଧା ପ୍ରଦାନ କରାଯିବ। ଅଲିମ୍ପିକ୍ସ ରୌପ୍ୟ ବିଜେତା ଭାବେ ସରକାର ଭିନେଶଙ୍କୁ ସମ୍ମାନୀତ କରିବେ ବୋଲି ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ସୂଚନା ଅନୁଯାୟୀ, ପ୍ୟାରିସ୍‌ ଅଲିମ୍ପିକ୍ସରେ ଫାଇନାଲକୁ ପ୍ରବେଶ କରିଥିବା ଭାରତୀୟ ମହିଳା କୁସ୍ତିଯୋଦ୍ଧା ବିନେଶ ଫୋଗତ ଡିସକ୍ୱାଲିଫାଏଡ୍ ହୋଇଥିଲେ। ଧାର୍ଯ୍ୟ ଠାରୁ ଅଧିକ ଓଜନ ପାଇଁ ବିନେଶ ଫୋଗତଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା। ପ୍ୟାରିସ ଅଲିମ୍ପିକ୍ସରେ ନିଶ୍ଚିତ ରୌପ୍ୟ ପାଇଁ ସ୍ଥାନ ପକ୍କା କରିଥିବା ଏବଂ ସ୍ୱର୍ଣ୍ଣ ହାସଲ ପାଇଁ ଆଶା ବାନ୍ଧିଥିବା କୁସ୍ତିଯୋଦ୍ଧା ବିନେଶ ଫୋଗଟ ଗତକାଲି ନିରାଶ ହେବା ପରେ କୁସ୍ତିରୁ ସନ୍ୟାସ ନେଇଛନ୍ତି। ଭିନେଶ ସୋସିଆଲ ମିଡିଆ  ଏକ୍ସରେ ଏକ ଭାବବିହ୍ୱଳ ପୋଷ୍ଟ ସେୟାର କରିଛନ୍ତି। ସେ କହିଛନ୍ତି ‘କୁସ୍ତି ଜିତିଗଲା, ଆଉ ମୁଁ ହାରିଗଲି’, ଭାଙ୍ଗିଗଲା ଦେଶବାସୀଙ୍କ ସ୍ୱପ୍ନ ଓ ମୋର ସାହସ। ମୋତେ କ୍ଷମା କରିବେ, ଆପଣଙ୍କର ସ୍ୱପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ବିଦାୟ କୁସ୍ତି ୨୦୦୧-୨୦୨୪, କ୍ଷମା କରିବେ, ମୁଁ ସମସ୍ତଙ୍କ ପାଖରେ ସର୍ବଦା ଋଣି ରହିବି।’

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର