ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା CBI

The Sakala Picture
Published On

କୋଲକାତା: ଆରଜି କର ହସ୍ପିଟାଲ୍‌ର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କଲା CBI । ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଲା CBI । ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍‌ଜି କର ହସ୍ପିଟାଲ୍‌ । ସୂଚନା ଅନୁଯାୟୀ, ପୂର୍ବରୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମଏ) ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ […]

କୋଲକାତା: ଆରଜି କର ହସ୍ପିଟାଲ୍‌ର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କଲା CBI । ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଲା CBI । ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍‌ଜି କର ହସ୍ପିଟାଲ୍‌ ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ସୂଚନା ଅନୁଯାୟୀ, ପୂର୍ବରୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମଏ) ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଆଇଏମଏ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ସଦସ୍ୟତାକୁ ରଦ୍ଦ କରିଥିଲା।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ଉଲ୍ଲେଖଯୋଗ୍ୟ, କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସନ୍ଦୀପ ଘୋଷଙ୍କୁ ସିବିଆଇ ପଚରାଉଚରା କରୁଥିଲା। ଏଥି ସହିତ ଏହି ଘଟଣାରେ ତାଙ୍କର ପଲିଗ୍ରାଫ୍ ଟେଷ୍ଟ ମଧ୍ୟ କରାଯାଇଥିଲା।ଏପରିକି ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ପରିଚାଳନା କରିବାରେ ସେ ଅବହେଳା କରିଥିବା ଅଭିଯୋଗ ହୋଇଥିଲା। ଏଥିସହ ତାଙ୍କ ନାଁରେ ଆର୍ଥିକ ଅନିୟମିତତାର ଅଭିଯୋଗ ମଧ୍ୟ ଆସିଥିଲା। ଅଗଷ୍ଟ ୯ରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ଜଣେ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର