ଆରଜି କର ହସ୍ପିଟାଲର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କୁ ଗିରଫ କଲା CBI

The Sakala Picture
Published On

କୋଲକାତା: ଆରଜି କର ହସ୍ପିଟାଲ୍‌ର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କଲା CBI । ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଲା CBI । ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍‌ଜି କର ହସ୍ପିଟାଲ୍‌ । ସୂଚନା ଅନୁଯାୟୀ, ପୂର୍ବରୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମଏ) ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ […]

କୋଲକାତା: ଆରଜି କର ହସ୍ପିଟାଲ୍‌ର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷ ଗିରଫ। ଦୁର୍ନୀତି ମାମଲାରେ ସନ୍ଦୀପଙ୍କୁ ଗିରଫ କଲା CBI । ଗିରଫ କରି ନିଜାମ ପ୍ୟାଲେସ ସ୍ଥିତ କାର୍ଯ୍ୟାଳୟକୁ ନେଲା CBI । ଅଭୟା ଦୁଷ୍କର୍ମ ମାମଲାକୁ ନେଇ ଚର୍ଚ୍ଚାରେ ରହିଛି ଆର୍‌ଜି କର ହସ୍ପିଟାଲ୍‌ ।

ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ

ସୂଚନା ଅନୁଯାୟୀ, ପୂର୍ବରୁ ଇଣ୍ଡିଆନ୍ ମେଡିକାଲ୍ ଆସୋସିଏସନ (ଆଇଏମଏ) ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ପୂର୍ବତନ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ଆଇଏମଏ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କ ସଦସ୍ୟତାକୁ ରଦ୍ଦ କରିଥିଲା।

ଆହୁରି ପଢ଼ନ୍ତୁ: ନିର୍ବାଚନ ଆୟୋଗରେ ବଡ଼ ବିବାଦ: RTI ରିପୋର୍ଟରୁ ଖୁଲାସା ହେଲା ବରିଷ୍ଠ ଅଧିକାରୀଙ୍କ ଏକପାଖିଆ ନିଷ୍ପତ୍ତି

ଉଲ୍ଲେଖଯୋଗ୍ୟ, କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ଜୁନିଅର ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ସନ୍ଦୀପ ଘୋଷଙ୍କୁ ସିବିଆଇ ପଚରାଉଚରା କରୁଥିଲା। ଏଥି ସହିତ ଏହି ଘଟଣାରେ ତାଙ୍କର ପଲିଗ୍ରାଫ୍ ଟେଷ୍ଟ ମଧ୍ୟ କରାଯାଇଥିଲା।ଏପରିକି ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ପରିଚାଳନା କରିବାରେ ସେ ଅବହେଳା କରିଥିବା ଅଭିଯୋଗ ହୋଇଥିଲା। ଏଥିସହ ତାଙ୍କ ନାଁରେ ଆର୍ଥିକ ଅନିୟମିତତାର ଅଭିଯୋଗ ମଧ୍ୟ ଆସିଥିଲା। ଅଗଷ୍ଟ ୯ରେ ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ସେମିନାର ରୁମରୁ ଜଣେ ମହିଳା ଡାକ୍ତରଙ୍କ କ୍ଷତାକ୍ତ ମୃତଦେହ ମିଳିଥିଲା।

ଆହୁରି ପଢ଼ନ୍ତୁ: ଆମେରିକାରେ ଭାରତୀୟ ବଂଶୋଦ୍ଭବ ଲ୍ୟାବ୍ ମାଲିକଙ୍କ ବିରୋଧରେ ୬୬ ନିୟୁତ ଡଲାରର କୋଭିଡ୍ ଟେଷ୍ଟ୍ ଜାଲିଆତି ଅଭିଯୋଗ

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର