ପୁଣି ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଡୋନାଲ୍ଡ ଟ୍ରମ୍ପ

The Sakala Picture
Published On

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ । ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ । ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍‌ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୁରକ୍ଷିତ ଥିବା ନେଇ ବିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ଟ୍ରମ୍ପ । ଏନେଇ ତଦନ୍ତ ଆରମ୍ଭ କରିଛନ୍ତି ସିକ୍ରେଟ ସର୍ଭିସ । ସୂଚନା ଅନୁସାରେ, ଫ୍ଲୋରିଡାର […]

ନୂଆଦିଲ୍ଲୀ: ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ । ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ । ଫ୍ଲୋରିଡାର ୱେଷ୍ଟ ପାମ୍ ବିଚ୍‌ର ଗୋଲ୍ଫ କ୍ଲବରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ସୁରକ୍ଷିତ ଥିବା ନେଇ ବିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି ଟ୍ରମ୍ପ । ଏନେଇ ତଦନ୍ତ ଆରମ୍ଭ କରିଛନ୍ତି ସିକ୍ରେଟ ସର୍ଭିସ ।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ସୂଚନା ଅନୁସାରେ, ଫ୍ଲୋରିଡାର ୱେଷ୍ଟ ପାମ ବିଚରେ ଥିବା ଟ୍ରମ୍ପ ଇଣ୍ଟରନ୍ୟାସନାଲ ଗଲ୍ଫ କୋର୍ସ ନିକଟରେ ଗୁଳି ବିନିମୟ ହୋଇଥିଲା। ଆମେରିକୀୟ ସିକ୍ରେଟ୍ ସର୍ଭିସ ଏଜେଣ୍ଟମାନେ କ୍ଲବ ନିକଟରେ ବନ୍ଧୁକ ଧରିଥିବା ଜଣେ ବ୍ୟକ୍ତିଙ୍କୁ ଦେଖିବା ପରେ ଗୁଳି ଚଳାଇଥିଲେ। ଏହି ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛି ଏଫବିଆଇ । ସେପଟେ ଏନେଇ ପାଲ୍ ବିଚ୍ କାଉଣ୍ଟିର ଶେରିଫ୍ ରିକ୍ ବ୍ରେଡସା କହିଛନ୍ତି ଯେ, ଟ୍ରମ୍ପ୍ ଗଲ୍ଫ କୋର୍ସରେ ଗଲ୍ଫ ଖେଳୁଥିବା ବେଳେ ନିକଟରୁ ଜଣେ ଦୁର୍ବୃତ୍ତର ଗୁଳିମାଡ଼ କରିଥିଲା । ଘଟଣାସ୍ଥଳରୁ ଫେରାର ହୋଇଥିବା ସନ୍ଦିଗ୍ଧକୁ ଗିରଫ କରାଯାଇଛି । ତାଠାରୁ ଏକେ-୪୭ ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ଖବର ଅନୁଯାୟୀ, ପୂର୍ବରୁ ମଧ୍ୟ ଟ୍ରମ୍ପଙ୍କୁ ହତ୍ୟା ଉଦ୍ୟମ ହୋଇଥିଲା । ଜୁଲାଇ ୧୩ରେ ପେନସିଲଭାନିଆରେ ହୋଇଥିବା ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର