୩୦ ବର୍ଷ ପୂର୍ବେ ବାପା ଯେଉଁ ବିଭାଗରେ ମନ୍ତ୍ରୀ ଥିଲେ ପୁଅ ଜ୍ୟୋତିରାଦିତ୍ୟ ହାତେଇଲେ ସେହି ବିଭାଗ

The Sakala Picture
Published On

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର ସମ୍ପ୍ରସାରଣରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦାୟିତ୍ବ ଦିଆଯାଇଛି। ବିଶେଷ କଥା ହେଉଛି ୩୦ ବର୍ଷ ପୂର୍ବେ ବାପା ମାଧବରାଓ ସିନ୍ଧିଆ ଯେଉଁ ବିଭାଗରେ ମନ୍ତ୍ରୀ ଥିଲେ ଆଜି ସେହି ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ । ୧୯୯୧ରୁ ୯୩ ପର୍ଯ୍ଯନ୍ତ ମାଧବରାଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଥିଲେ । ଜ୍ୟୋତିରାଦିତ୍ୟ ପୂର୍ବରୁ ମନମୋହନ ସିଂଙ୍କ ସରକାର ବେଳେ କେନ୍ଦ୍ର […]

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କ୍ୟାବିନେଟର ସମ୍ପ୍ରସାରଣରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଦାୟିତ୍ବ ଦିଆଯାଇଛି। ବିଶେଷ କଥା ହେଉଛି ୩୦ ବର୍ଷ ପୂର୍ବେ ବାପା ମାଧବରାଓ ସିନ୍ଧିଆ ଯେଉଁ ବିଭାଗରେ ମନ୍ତ୍ରୀ ଥିଲେ ଆଜି ସେହି ବିଭାଗରେ କ୍ୟାବିନେଟ ମନ୍ତ୍ରୀ ଦାୟିତ୍ୱ ତୁଲାଇବାକୁ ଯାଉଛନ୍ତି ଜ୍ୟୋତିରାଦିତ୍ୟ ସିନ୍ଧିଆ । ୧୯୯୧ରୁ ୯୩ ପର୍ଯ୍ଯନ୍ତ ମାଧବରାଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଥିଲେ ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଜ୍ୟୋତିରାଦିତ୍ୟ ପୂର୍ବରୁ ମନମୋହନ ସିଂଙ୍କ ସରକାର ବେଳେ କେନ୍ଦ୍ର ଯୋଗାଯୋଗ ଓ ଆଇଟି ମନ୍ତ୍ରୀ ଥିଲେ । ଏବେ ସେ ଏହି ବିଭାଗ ଦାୟିତ୍ୱ କିଭଳି ତୁଲାଇବେ ସେଥିପ୍ରତି ସମସ୍ତଙ୍କ ନଜର ରହିଛି । ଦୀର୍ଘ ଦିନ କଂଗ୍ରେସରେ ରହିବା ପରେ ୨୦୨୦ରେ ସେ ବିଜେପି ଯୋଗ ଦେଇଥିଲେ । ତାଙ୍କ ଯୋଗୁ ମଧ୍ୟପ୍ରଦେଶରେ ବିଜେପି ସରକାର ଗଠନ କରିବାରେ ସଫଳ ହୋଇଥିଲା ।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

ସୂଚନାଯୋଗ୍ୟ, ୧୯୭୧ ମସିହାରେ ଜନ୍ମ ଗ୍ରହଣ କରିଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆ ହାର୍ଭାର୍ଡ ଓ ଷ୍ଟାନଫୋର୍ଡ ଇନଷ୍ଟିଚ୍ୟୁଟରୁ ଶିକ୍ଷାଲାଭ କରିଛନ୍ତି। ୨୦୦୨ରେ ଗୋଟିଏ ବିମାନ ଦୁର୍ଘଟଣାରେ ମାଧବରାଓଙ୍କ ମୃତ୍ୟୁ ଘଟିବାରୁ ଜ୍ୟୋତିରାଦିତ୍ୟ ସିନ୍ଧିଆ ପ୍ରଥମଥର ପାଇଁ କଂଗ୍ରେସ ଟିକେଟରେ ଗୁନା ‌ଲୋକସଭାରେ ଆସନରୁ ନିର୍ବାଚନ ଲଢ଼ିଥିଲେ। ଦୀର୍ଘ ବର୍ଷ କଂଗ୍ରେସରେ ରହିବା ପରେ ୨୦୨୦ରେ ସେ ବିଜେପିରେ ଯୋଗଦେଇ ରାଜ୍ୟସଭାକୁ ଯାଇଛନ୍ତି।

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର