ହରିୟାଣା ରେଜଲ୍ଟ: ଜୁଲନା ଆସନରୁ କଂଗ୍ରେସ ପ୍ରାର୍ଥୀ ଭିନେଶ ଫୋଗଟ୍‌ ବିଜୟୀ

The Sakala Picture
Published On

ହରିଆଣା: ହରିଆଣା ବିଧାନସଭା ନିର୍ବାଚନରେ ଜୁଲନା ନିର୍ବାଚନ ମଣ୍ଡଳୀରେ ବିଜୟୀ ହୋଇଛନ୍ତି କଂଗ୍ରେସର ଭିନେଶ ଫୋଗଟ୍‌। ସେ ୬ ହଜାର ୧୫ ଭୋଟରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଯୋଗେଶ ବୈରାଗୀଙ୍କୁ ପରାସ୍ତ କରିଛନ୍ତି। ଭିନେଶ ଫୋଗଟଙ୍କୁ ମୋଟ ୬୫ ହଜାର ୦୮୦ ଭୋଟ ମିଳିଥିବା ବେଳେ ବିଜେପିର ଯୋଗେଶ ବୈରାଗୀଙ୍କୁ ୫୯ ହଜାର ୦୬୫ ଭୋଟ୍ ମିଳିଛି।ଏଥିସହ ଜୁଲନାରେ ବିଜୟ ହେଇଛନ୍ତି କୁସ୍ତି ଯୋଦ୍ଧା ତଥା ଅଲମ୍ପିକ୍‌ ‌ତାରକା ଭିନେଶ ଫୋଗଟ୍‌। ହରିଆଣା ବିଧାନସଭା ନିର୍ବାଚନରେ […]

ହରିଆଣା: ହରିଆଣା ବିଧାନସଭା ନିର୍ବାଚନରେ ଜୁଲନା ନିର୍ବାଚନ ମଣ୍ଡଳୀରେ ବିଜୟୀ ହୋଇଛନ୍ତି କଂଗ୍ରେସର ଭିନେଶ ଫୋଗଟ୍‌। ସେ ୬ ହଜାର ୧୫ ଭୋଟରେ ଭାରତୀୟ ଜନତା ପାର୍ଟି (ବିଜେପି)ର ଯୋଗେଶ ବୈରାଗୀଙ୍କୁ ପରାସ୍ତ କରିଛନ୍ତି। ଭିନେଶ ଫୋଗଟଙ୍କୁ ମୋଟ ୬୫ ହଜାର ୦୮୦ ଭୋଟ ମିଳିଥିବା ବେଳେ ବିଜେପିର ଯୋଗେଶ ବୈରାଗୀଙ୍କୁ ୫୯ ହଜାର ୦୬୫ ଭୋଟ୍ ମିଳିଛି।ଏଥିସହ ଜୁଲନାରେ ବିଜୟ ହେଇଛନ୍ତି କୁସ୍ତି ଯୋଦ୍ଧା ତଥା ଅଲମ୍ପିକ୍‌ ‌ତାରକା ଭିନେଶ ଫୋଗଟ୍‌।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

ହରିଆଣା ବିଧାନସଭା ନିର୍ବାଚନରେ ଜୁଲନା ନିର୍ବାଚନମଣ୍ଡଳୀ ଏକ ପ୍ରମୁଖ ଯୁଦ୍ଧକ୍ଷେତ୍ର ଭାବରେ ଉଭା ହୋଇଥିଲା। ଭିନେଶ ପ୍ରଥମ ଥର ପାଇଁ ଏହି ଆସନରୁ ତାଙ୍କର ନିର୍ବାଚନୀ ଡେବ୍ୟୁ କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟି ଗତ ସେପ୍ଟେମ୍ବରରେ କଂଗ୍ରେସରେ ଯୋଗ ଦେଇଥିଲେ ଭିନେଶ ଫୋଗଟ୍‌। ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିବା ପୂର୍ବରୁ ରେଳ ଚାକିରିରୁ ଇସ୍ତଫା ଦେଇଥିଲେ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ଜିନ୍ଦ ଜିଲ୍ଲାରେ ଅବସ୍ଥିତ ଏହି ଆସନଟିରୁ ଅଲମ୍ପିକ ଖେଳାଳି ଓ କୁସ୍ତି ଯୋଦ୍ଧା ଭିନେଶ ଲଢ଼ିବା ପରଠାରୁ ଏହା ବିଶେଷ ଧ୍ୟାନକୁ ଆସିଥିଲା। ପୂର୍ବତନ ବାଣିଜ୍ୟିକ ପାଇଲଟ୍ ତଥା ବିଜେପିର କ୍ୟାପଟେନ ଯୋଗେଶ ବୈରାଗୀଙ୍କଠାରୁ ଫୋଗେଟ୍ କଡ଼ା ପ୍ରତିନ୍ଦ୍ବନ୍ଦ୍ବିତାର ସମ୍ମୁଖୀନ ହୋଇଥିଲେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର