ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌, ୨୨ ଯାତ୍ରୀଙ୍କ ମୃତ୍ୟୁ ସୂଚନା

The Sakala Picture
Published On

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଅଲ୍‌ମୋଡାର ମାର୍ଚୁଲାରେ ଘଟିଛି ମର୍ମନ୍ତୁଦ ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ସେହିପରି ଅନେକ ଆହତ ହୋଇଛନ୍ତି। ତେବେ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ସୂଚନା ଅନୁଯାୟୀ, ସୋମବାର ଗୌରାଖାଲରୁ ଏକ ବସ୍‌ ରାମନଗରରୁ ବାହାରିଥିଲା। ଏହି ବସ୍‌ରେ ମୋଟ ୪୫ ଜଣ ଯାତ୍ରୀ ଥିଲେ। ତେବେ ସଲ୍ଟ କୁପି ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ଏହା […]

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଅଲ୍‌ମୋଡାର ମାର୍ଚୁଲାରେ ଘଟିଛି ମର୍ମନ୍ତୁଦ ଘଟଣା। ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌। ଏହି ଦୁର୍ଘଟଣାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି। ସେହିପରି ଅନେକ ଆହତ ହୋଇଛନ୍ତି। ତେବେ ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି।

ଆହୁରି ପଢ଼ନ୍ତୁ: ପାକିସ୍ତାନ ସୀମା ନିକଟରେ ବାୟୁସେନାର ମେଗା ସମରାଭ୍ୟାସ, ସିଜ୍ ହେଲା ଆକାଶମାର୍ଗ, ଗର୍ଜିବେ ଯୁଦ୍ଧ ବିମାନ

ସୂଚନା ଅନୁଯାୟୀ, ସୋମବାର ଗୌରାଖାଲରୁ ଏକ ବସ୍‌ ରାମନଗରରୁ ବାହାରିଥିଲା। ଏହି ବସ୍‌ରେ ମୋଟ ୪୫ ଜଣ ଯାତ୍ରୀ ଥିଲେ। ତେବେ ସଲ୍ଟ କୁପି ନିକଟରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲେ। ଏହା ପରେ ଖାଇକୁ ଖସି ପଡ଼ିଥିଲା। ତେବେ ଦୁର୍ଘଟଣା ସମୟରେ କିଛି ଯାତ୍ରୀ ବସ୍‌ରୁ ବାହାରକୁ ଡେଇଁ ପଡି ଆହତ ହୋଇଥିଲେ। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଖବର ପାଇ ଏସ୍‌ଡିଆର୍‌ଏଫ୍‌ର ୩ଟି ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର