ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କୁଏତର ସର୍ବୋଚ୍ଚ ସମ୍ମାନ

The Sakala Picture
Published On

କୁଏତ: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ ଏବଂ ଅନେକ ଦେଶର ଦୂତାବାସ ମଧ୍ୟ ଏଠାରେ ଅବସ୍ଥିତ। କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହା ହେଉଛି ୨୦ତମ ଆନ୍ତର୍ଜାତୀୟ ସମ୍ମାନ । ଏହି ଅର୍ଡର […]

କୁଏତ: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ କରିଛନ୍ତି। କୁଏତରେ ବାୟନ ପ୍ୟାଲେସ ଶକ୍ତିର ପ୍ରତୀକ ଏବଂ ଅନେକ ଦେଶର ଦୂତାବାସ ମଧ୍ୟ ଏଠାରେ ଅବସ୍ଥିତ।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

କୌଣସି ଦେଶ ଦ୍ୱାରା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏହା ହେଉଛି ୨୦ତମ ଆନ୍ତର୍ଜାତୀୟ ସମ୍ମାନ । ଏହି ଅର୍ଡର ବନ୍ଧୁତ୍ୱର ପ୍ରତୀକ ଭାବରେ ରାଷ୍ଟ୍ରାଧ୍ୟକ୍ଷ, ବିଦେଶୀ ସାର୍ବଭୌମ ତଥା ବିଦେଶୀ ରାଜ ପରିବାରର ସଦସ୍ୟମାନଙ୍କୁ ପ୍ରଦାନ କରାଯାଇଥାଏ। ଏହା ପୂର୍ବରୁ ବିଲ କ୍ଲିଣ୍ଟନ, ପ୍ରିନ୍ସ ଚାଲର୍‌ସ ଏବଂ ଜର୍ଜ ବୁଶଙ୍କ ପରି ବିଦେଶୀ ନେତାମାନଙ୍କୁ ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ଅନେକ ଚୁକ୍ତିନାମା ମଧ୍ୟ ସ୍ବାକ୍ଷରିତ ହେବାକୁ ଯାଉଛି। ଭାରତ ସରକାର ଗଲ୍ଫ ଦେଶ ସହ ସମ୍ପର୍କକୁ ମଜବୁତ କରିବା ଦିଗରେ କାର୍ଯ୍ୟ କରୁଛନ୍ତି। କୁଏତର ଅମିର ଶେଖ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଛନ୍ତି, ଯାହା ଭାରତ-କୁଏତ ସମ୍ପର୍କକୁ ବିଶେଷ ଉତ୍ସାହ, ବାଣିଜ୍ୟ, ପୁଞ୍ଜି ବିନିଯୋଗ ଏବଂ ଶକ୍ତି କ୍ଷେତ୍ରରେ ଗୁରୁତ୍ୱ ଦେଇଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର