ବାୟୁସେନାର ଲଢୁଆ ବିମାନ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଲଢୁଆ ବିମାନଟି ଖରାପ ଭାବେ ଜଳୁଥିବାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି । ସୂଚନା ଅନୁଯାୟୀ, ମିରାଜ ୨୦୦୦ ଲଢୁଆ ବିମାନଟି ଗୁରୁବାର ଅପରାହ୍ନ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଶିବପୁରୀର କରିରା ତହସିଲ ଅନ୍ତର୍ଗତ ସୁନାରୀ ଥାନା ଅଞ୍ଚଳରେ ବିମାନଟି […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଲଢୁଆ ବିମାନଟି ଖରାପ ଭାବେ ଜଳୁଥିବାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।
ସୂଚନା ଅନୁଯାୟୀ, ମିରାଜ ୨୦୦୦ ଲଢୁଆ ବିମାନଟି ଗୁରୁବାର ଅପରାହ୍ନ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଶିବପୁରୀର କରିରା ତହସିଲ ଅନ୍ତର୍ଗତ ସୁନାରୀ ଥାନା ଅଞ୍ଚଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।
ଆହୁରି ପଢ଼ନ୍ତୁ: ଆଟଲାଣ୍ଟିକ୍ ମହାସାଗରର ନାମ ବଦଳାଇବାକୁ ଦାବି କଲେ ଡୋନାଲ୍ଡ ଟ୍ରମ୍ପ, ମନା କରିଦେଇଥିଲେ ଗୁଗୁଲ୍ ସିଇଓ ସୁନ୍ଦର ପିଚାଇ
ପ୍ରତିରକ୍ଷା ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ, ବିମାନଟି ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ୍ ଇନକ୍ୱାରି ନିର୍ଦ୍ଦେଶ ଦିଆଯାଇଛି। ଏହି ଦୁର୍ଘଟଣା ସଂପର୍କରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ଆହତ ପାଇଲଟମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।






