ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେଖା ଗୁପ୍ତା

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ରେଖା ଗୁପ୍ତା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକସେନା । ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେଖା । ଏଥିସହିତ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ନେଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ଭାବେ ପରବେଶ ବର୍ମା ଶପଥ ଗ୍ରହଣ କରିଛନ୍ତି । ଏଥିସହିତ କ୍ୟାବିନେଟ ମନ୍ତ୍ରୀ […]

ନୂଆଦିଲ୍ଲୀ: ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ରେଖା ଗୁପ୍ତା । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ଦିଲ୍ଲୀ ଉପରାଜ୍ୟପାଳ ଭିକେ ସକସେନା । ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ରେଖା । ଏଥିସହିତ ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଶପଥ ନେଇଥିବା ବେଳେ ଉପମୁଖ୍ୟମନ୍ତ୍ରୀ ଭାବେ ପରବେଶ ବର୍ମା ଶପଥ ଗ୍ରହଣ କରିଛନ୍ତି । ଏଥିସହିତ କ୍ୟାବିନେଟ ମନ୍ତ୍ରୀ ଭାବେ ଆଶିଶ ସୁଦ, ମନଜିନ୍ଦର ସିଂ ଶୀର୍ଷା, ରବିନ୍ଦର ଇନ୍ଦରାଜ ସିଂ, କପିଲ ମିଶ୍ରା, ପଙ୍କଜ କୁମାର ସିଂହ ସମେତ ଶପଥ ଗ୍ରହଣ କରିଛନ୍ତି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ଦିଲ୍ଲୀର ରାମଲୀଳା ମଇଦାନରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ବରାଷ୍ଟ୍ର ମନ୍ତ୍ରୀ ଅଭିତ୍ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ  ସମେତ ମନ୍ତ୍ରିପରିଷଦ ଅନ୍ୟ ସଦସ୍ୟ ଏବଂ ଏନ୍‌ଡିଏ ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର