ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟର : ୨ ହାର୍ଡକୋର ମାଓବାଦୀ ନିହତ

The Sakala Picture
Published On

ମାଲକାନଗିରି : ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ନାରାୟଣପୁର […]

ମାଲକାନଗିରି : ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ। ଛତିଶଗଡ଼ ନାରାୟଣପୁର ସୀମାନ୍ତ କୋଣ୍ଡାଗାଁରେ ଏନ୍‌କାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି। ମୃତ ଦୁଇ ମାଓବାଦୀ ହେଉଛନ୍ତି ପୂର୍ବ ବସ୍ତର ଡିଭିଜନର DVCM ହଳଧର ଓ ACM ରାମେ । ହଳଧରଙ୍କ ମୁଣ୍ଡ ଉପରେ ପୂର୍ବରୁ ଛତିଶଗଡ ସରକାର ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିବା ବେଳେ ରାମେଙ୍କ ମୁଣ୍ଡ ଉପରେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ।

ଆହୁରି ପଢ଼ନ୍ତୁ: ୟୁକ୍ରେନର ଡ୍ରୋନ୍ ଅଭିଯାନ ପାଇଁ ଗୁରୁତ୍ୱପୂର୍ଣ୍ଣ ସ୍ପେସ୍ ଏକ୍ସର 'ଷ୍ଟାରସିଲ୍ଡ': କିଏ କରୁଛି ଏହାକୁ ନିୟନ୍ତ୍ରଣ?

ନାରାୟଣପୁର ସୀମାନ୍ତ କୋଣ୍ଡାଗାଁ ଜିଲ୍ଲାର କିଲମ ଜଙ୍ଗଲ ଭିତରେ ମାଓବାଦୀଙ୍କ ଏକ ବଡ ଟିମ ଲୁଚି ରହିଥିବା ନେଇ ପୁଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ଦୁଇ ଘଣ୍ଟା ରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଘଟଣା ସ୍ଥଳରୁ ପଳାୟନ କରିଥିବା ବେଳେ ଜବାନ ମାନେ ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଘଟଣାସ୍ଥଳରୁ ୨ ହାର୍ଡକୋର ମାଓବାଦୀଙ୍କ ମୃତଦେହ ସହ ଗୋଟିଏ AK-47 ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବର୍ତ୍ତମାନ ସୁଦ୍ଧା ଦୁଇ ଜଣ ମାଓବାଦୀଙ୍କ ମୃତ ଦେହ ଠାବ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ରହିଛି ।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କ କଡ଼ା ନିର୍ଦ୍ଦେଶ: ଟିଭି ବିତର୍କରେ ଅଶାଳୀନ ମନ୍ତବ୍ୟ ଦେଲେ ତୁରନ୍ତ କାଟନ୍ତୁ ଲାଇଭ୍ ଫିଡ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର