ରାଫେଲ୍ ଯୁଦ୍ଧ ବିମାନରେ ଉଡ଼ାଣ ଭରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ...

Deviprasad Mohanty Picture
Published On

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅମ୍ବାଲା ବାୟୁସେନା ଷ୍ଟେସନ୍‌ରୁ ଏକ ରାଫେଲ ଲଢ଼ୁଆ ବିମାନରେ ଉଡ଼ାଣ ଭରିଛନ୍ତି । ଭାରତୀୟ ବାୟୁସେନା ମୁଖ୍ୟ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ୍‌ ସିଂହ ନିଜେ ରାଫେଲ ବିମାନ ଉଡ଼ାଇଥିବା ବେଳେ ଏଥିରେ ରାଷ୍ଟ୍ରପତି ବସି ଉଡାଣର ମଜା ନେଇଥିଲେ ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ତେବେ ଆଜି ସକାଳୁ ରାଫେଲ ଯୁଦ୍ଧ ବିମାନ ଉଡ଼ାଇବା ପାଇଁ ଅମ୍ବାଲା ବାୟୁସେନା ଷ୍ଟେସନରେ ପହଞ୍ଚିଥିଲେ ମହାମହିମ। ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ଭାରତୀୟ ବାୟୁସେନା ମୁଖ୍ୟ ମାର୍ଶାଲ ଅମର ପ୍ରୀତ ସିଂହ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। ୨୨ ଏପ୍ରିଲରେ ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ଅପରେସନ ସିନ୍ଦୁର ସମୟରେ ରାଫେଲ ଯୁଦ୍ଧ ବିମାନ ବ୍ୟବହାର କରିଥିଲା। ଯାହା ପାକିସ୍ତାନର ନିଦ ହଜାଇ ଦେଇଥିଲା । ଆଉ ଆଜି ଦେଶର ପ୍ରଥମ ନାଗରିକ ତଥା ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ମହାମହିମ ଏହି ରାଫେଲ୍ ବସି ତାର ଗୌରବ ବଢାଇଛନ୍ତି ।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

ତେବେ ପୂର୍ବରୁ ମଧ୍ୟ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ମୁର୍ମୁ ୮ ଏପ୍ରିଲ, ୨୦୨୩ରେ ଆସାମର ତେଜପୁର ବାୟୁସେନା ଷ୍ଟେସନରେ ସୁଖୋଇ-୩୦ MKI ଯୁଦ୍ଧ ବିମାନ ଉଡ଼ାଇଥିଲେ।

ଆହୁରି ପଢ଼ନ୍ତୁ: ସାଉଦି ଆରବର ଆରାମକୋ ରିଫାଇନାରୀ ଉପରେ ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ନୂଆ 'ମକ୍କା ଚୁକ୍ତି' ଉପରେ ଉଠିଲା ପ୍ରଶ୍ନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର