ବାଂଲାଦେଶରେ ପୁଣି ହିଂସା: ସରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ରଣକ୍ଷେତ୍ର ପାଲଟିଛି ବାଂଲାଦେଶ, ଭାରତୀୟଙ୍କ ପାଇଁ ଆଡଭାଇଜରୀ ଜାରି

Madhusudan Das Picture
Published On

ନୂଆଦିଲ୍ଲୀ: ବାଂଲାଦେଶରେ ପୁଣି ହିଂସା । ସରିଫ ଉସ୍ମାନ ହାଦିଙ୍କ ମୃତ୍ୟୁ ପରେ ରଣକ୍ଷେତ୍ର ପାଲଟିଛି ବାଂଲାଦେଶ । ପୂର୍ବତନ ପ୍ରଧାନମନ୍ତ୍ରୀ ସେଖ ହସିନା ବିରୋଧୀ ଆନ୍ଦୋଳନର ମୁଖ୍ୟ ଶରିଫ ଉସମାନ୍ ହାଦିଙ୍କ ମୃତ୍ୟୁ ପରେ ଅଶାନ୍ତ ହୋଇଯାଇଛି ବାଂଲାଦେଶ । ସିଙ୍ଗାପୁରରେ ଇନକିଲାବ୍ ମଞ୍ଚର ସଂଯୋଜକ ଶରିଫଙ୍କ ମୃତ୍ୟୁ ପରେ ଗୁରୁବାର ରାତ୍ରରେ ଢାକାରେ ନିଆଁ ଜଳିଛି । ବାଂଲାଦେଶରେ ହିଂସା ଘଟି ଅନେକ ସ୍ଥାନରେ ପୋଡ଼ାଜଳା ସହିତ ପଥରମାଡ଼ ହୋଇଛି । ଚଟଗାଓଁରେ ଭାରତୀୟ ହାଇକମିଶନ ବାହାରେ ହିଂସା ଯୋଗୁଁ ୨ ପୋଲିସ କର୍ମୀଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି । ଘଟଣାରେ ଜଣେ ସାମ୍ବାଦିକକୁ ଗୁଳି କରି ହତ୍ୟା କରାଯାଇଛି ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ବାଂଲାଦେଶ ହିଂସାକୁ ନେଇ ଭାରତୀୟ ହାଇକମିଶନ ଏକ ନୋଟିସ ଜାରି କରିଛି । ବାଂଲାଦେଶରେ ରହୁଥିବା ଭାରତୀୟ ସମୁଦାୟ ସଦସ୍ୟ ଏବଂ ଭାରତୀୟ ଛାତ୍ରଙ୍କୁ ଯାତ୍ରା ନ କରିବାକୁ ଅପିଲ କରିଛି । 

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ଗତ ୧୨ ଡିସେମ୍ବରରେ ଦାହିଙ୍କ ଉପରେ ଢାକାରେ ଗୁଳିମାଡ଼ ହୋଇଥିଲା । ହାଦିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗତକାଲିଠୁ ସାରା ବାଂଲାଦେଶରେ ହିଂସାତ୍ମକ ପ୍ରଦର୍ଶନ ଦେଖିବାକୁ ମିଳିଛି । ପ୍ରଦର୍ଶନକାରୀମାନେ ଢାକା ବିଶ୍ୱବିଦ୍ୟାଳୟ ଓ ଶାହାବାଗ୍ ଅଞ୍ଚଳରେ ହଜାର ହଜାର ସଂଖ୍ୟାରେ ଏକାଠି ହୋଇ ହଙ୍ଗାମା କରିଛନ୍ତି । ପ୍ରଦର୍ଶନକାରୀ ଭାରତୀୟ ପ୍ରତିଷ୍ଠାନକୁ ଟାର୍ଗେଟ କରିଛନ୍ତି । ଭାରତ ବିରୋଧୀ ନାରା ଦେବା ସହ ଚଟଗାଓଁରେ ଥିବା ଭାରତୀୟ ହାଇକମିଶନଙ୍କ କାର୍ଯ୍ୟାଳୟ ଉପରକୁ ଢେଲାମାଡ଼ କରିଛନ୍ତି ପ୍ରଦର୍ଶନକାରୀ । ଓସମାନଙ୍କ କିଲର ଭାରତରେ ଲୁଚିଥିବା ବାଂଲାଦେଶର ଅଭିଯୋଗ । ସୁରକ୍ଷା ଦୃଷ୍ଟିରୁ ବନ୍ଦ ରହିଛି ୨ଟି ଭିସା ଆବେଦନ କେନ୍ଦ୍ର । 

ଆହୁରି ପଢ଼ନ୍ତୁ: ଏସସିଓ ସମ୍ମିଳନୀରେ ଭାରତ ସହ ସମ୍ପର୍କକୁ 'ଐତିହାସିକ' କହିଲା ଇରାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର