ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୨ ମାଓବାଦୀ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ

Madhusudan Das Picture
Published On

ଛତିଶଗଡ଼: ଛତିଶଗଡ଼ର ବିଜାପୁରରେ ମାଓ ଦମନ ଅଭିଯାନରେ ସୁରକ୍ଷାକର୍ମୀଙ୍କୁ ମିଳିଛି ଏକ ବଡ଼ ସଫଳତା। ଗୁରୁବାର ସକାଳେ ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁଇଜଣ ମାଓବାଦୀ ନିହତ ହୋଇଛନ୍ତି। ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ବିଭାଗ ପକ୍ଷରୁ ନିର୍ଦ୍ଦିଷ୍ଟ ସୂଚନା ମିଳିଥିଲା।

ଆହୁରି ପଢ଼ନ୍ତୁ: ଆମେରିକାରେ ପିଲାଙ୍କ ପାସପୋର୍ଟ ନିୟମରେ ହୋଇପାରେ ପରିବର୍ତ୍ତନ: ବାପା-ମା'ଙ୍କୁ ଦେବାକୁ ପଡ଼ିବ ନାଗରିକତ୍ୱର ପ୍ରମାଣ

ଗୁଇନ୍ଦା ସୂଚନା ଆଧାରରେ ଏକ ମିଳିତ ସୁରକ୍ଷା ଟିମ୍ ସମ୍ପୃକ୍ତ ଅଞ୍ଚଳରେ କମ୍ବିଂ ଅପରେସନ ଆରମ୍ଭ କରିଥିଲେ। ସର୍ଚ୍ଚ ଅପରେସନ ଚାଲିଥିବା ସମୟରେ ଲୁଚି ରହିଥିବା ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥିଲେ। ଯବାନମାନେ ଏହାର ଦୃଢ଼ ଜବାବ ଦେବା ଫଳରେ ଉଭୟ ପକ୍ଷ ମଧ୍ୟରେ କିଛି ସମୟ ଧରି ଗୁଳିବିନିମୟ ହୋଇଥିଲା। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ଟଳି ପଡିଥିଲେ।

ଆହୁରି ପଢ଼ନ୍ତୁ: ୩ କୋଟିର ରାସ୍ତା ବର୍ଷାରେ ବେହାଲ୍: ଧସିଲା ୯୦ ଫୁଟ୍‌ର ପିଚ୍ ରାସ୍ତା, ବିଚ୍ଛିନ୍ନ ହେଲା ଯୋଗାଯୋଗ

ବିଜାପୁର ଏସପି ଡକ୍ଟର ଜିତେନ୍ଦ୍ର ଯାଦବ କହିଛନ୍ତି ଯେ, ଗୁଳିବିନିମୟ ଶେଷ ହେବା ପରେ ଘଟଣାସ୍ଥଳରେ ତଲାସି ଅଭିଯାନ କରାଯାଇଥିଲା। ସେଠାରୁ ମାଓବାଦୀଙ୍କ ପୋଷାକ ପିନ୍ଧିଥିବା ଦୁଇଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରୁ ଗୋଟିଏ ଏସଏଲଆର (SLR) ରାଇଫଲ, ଗୋଟିଏ ଇନସାସ (INSAS) ରାଇଫଲ ଏବଂ ଗୋଟିଏ ୧୨-ବୋର ରାଇଫଲ ସମେତ ବିପୁଳ ପରିମାଣର ବିସ୍ଫୋରକ ଓ ଅନ୍ୟାନ୍ୟ ମାଓ ସାମଗ୍ରୀ ଜବତ କରାଯାଇଛି।

ଆହୁରି ପଢ଼ନ୍ତୁ: ଇରାନ ସହ ଯୁଦ୍ଧ ପ୍ରସ୍ତୁତି: ୨୦୨୭ ଯାଏଁ ମଧ୍ୟପ୍ରାଚ୍ୟରେ ମୁତୟନ ରହିବେ ଆମେରିକୀୟ ସେନା

ବସ୍ତର ରେଞ୍ଜ ଆଇଜି ସୁନ୍ଦରରାଜ ପି ସୂଚନା ଦେଇଛନ୍ତି ଯେ ଅଞ୍ଚଳରେ ସର୍ଚ୍ଚ ଅପରେସନ ଏବେ ମଧ୍ୟ ଜାରି ରହିଛି। ସୂଚନାଯୋଗ୍ୟ ଯେ, ପୂର୍ବରୁ ଜାନୁଆରୀ ୩ ତାରିଖରେ ବସ୍ତର ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଦୁଇଟି ପୃଥକ ଏନକାଉଣ୍ଟରରେ ୧୪ ଜଣ ମାଓବାଦୀଙ୍କୁ ନିହତ କରିବାରେ ସଫଳ ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର