କାବୁଲରେ ପୁଣିଥରେ ଭୟଙ୍କର ବିସ୍ଫୋରଣ

The Sakala Picture
Published On

କାବୁଲ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ପରିସ୍ଥିତି ବିଗିଡିବାରେ ଲାଗିଛି । ତିନି ଦିନ ତଳେ କାବୁଲର ହମିଦ କାର୍ଜାଇ ଇଣ୍ଟରନ୍ୟାସନାଲ୍ ବିମାନବନ୍ଦର ଫାଟକ ନିକଟରେ ଘଟିଥିବା ସିରିଜ୍‌ ବିସ୍ଫୋରଣ ପରେ ପୁଣିଥରେ ରବିବାର ଆଉ ଏକ ଭୟଙ୍କର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲାଯେ ନିକଟବର୍ତ୍ତୀ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।  ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଆଖପାଖ ଅଞ୍ଚଳର ଲୋକମାନେ ଭୟଭୀତ ହୋଇପଡିଥିଲେ ବୋଲି […]

କାବୁଲ : ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ପରିସ୍ଥିତି ବିଗିଡିବାରେ ଲାଗିଛି । ତିନି ଦିନ ତଳେ କାବୁଲର ହମିଦ କାର୍ଜାଇ ଇଣ୍ଟରନ୍ୟାସନାଲ୍ ବିମାନବନ୍ଦର ଫାଟକ ନିକଟରେ ଘଟିଥିବା ସିରିଜ୍‌ ବିସ୍ଫୋରଣ ପରେ ପୁଣିଥରେ ରବିବାର ଆଉ ଏକ ଭୟଙ୍କର ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି। ଏହି ବିସ୍ଫୋରଣ ଏତେ ଭୟଙ୍କର ଥିଲାଯେ ନିକଟବର୍ତ୍ତୀ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା।  ବିସ୍ଫୋରଣର ଶବ୍ଦ ଏତେ ଜୋରରେ ଥିଲା ଯେ ଆଖପାଖ ଅଞ୍ଚଳର ଲୋକମାନେ ଭୟଭୀତ ହୋଇପଡିଥିଲେ ବୋଲି ଜଣାପଡିଛି। ତେବେ ଏହି ବିସ୍ଫୋରଣରେ କେତେ ମୃତାହତ ହୋଇଛନ୍ତି ତାହା ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ତେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ  କାବୁଲ ଏୟାରପୋର୍ଟରେ ଆଗାମୀ ୨୪ ରୁ ୩୬ ଘଣ୍ଟା ମଧ୍ୟରେ ଆଉ ଏକ ଆତଙ୍କୀ ହମଲା ହୋଇପାରେ ବୋଲି ସୂଚନା ଦେଇଥିବା ବେଳେ ବିମାନବନ୍ଦରର ୩ ନମ୍ବର ଗେଟ୍ ବାହାରେ ଭୟଙ୍କର ବିସ୍ଫୋରଣ ଘଟିଛି।ଆମେରିକା ସୈନ୍ୟ ବିମାନବନ୍ଦରରୁ ହଟିବା ପରେ ଏହି ବିସ୍ଫୋରଣ ଚିନ୍ତା ବଢ଼ାଇଛି ।ବିମାନବନ୍ଦର ନିକଟରେ ବିସ୍ଫୋରଣ ସହ ରକେଟ ମାଡ଼ ମଧ୍ୟ ହୋଇଛି । ଗତକାଲି ବିମାନବନ୍ଦର ପ୍ରବେଶ ପଥରେ ଆଖିବୁଜା ଗୁଳିମାଡ଼ ହୋଇଥିଲା । ଏହା ପୂର୍ବରୁ ଗୁରୁବାର ବିମାନବନ୍ଦର ବାହାରେ ୨ଟି ଆତ୍ମଘାତୀ ବିସ୍ଫୋରଣ ହୋଇଥିଲା । ଏଥିରେ ୨୦୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆମେରିକୀୟ ସୈନ୍ୟ ପ୍ରାଣ ହରାଇଥିଲେ । ୧ ହଜାରରୁ ଅଧିକ ଲୋକ ଆହତ ହୋଇଥିଲେ ।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

 

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର