ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ ; ପେଟ୍ରୋଲ ଓ ଡିଜେଲ ଗାଡିଗୁଡିକର ପ୍ରବେଶ ମନା

The Sakala Picture
Published On

ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ । ଜାତୀୟ ରାଜଧାନୀ ଦିଲ୍ଲରେ ଏବେବି ବାୟୁ ଗୁଣବତ୍ତା ଅତି ଖରାପ ସ୍ତରରେ ରହିଛି । ତେବେ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜିଠାରୁ ଲାଗୁ ହେଲା କଡା ନିୟମ । ଦିଲ୍ଲୀ ଭିତରେ ପ୍ରବେଶ କରିବା ଲାଗି କେବଳ ସିଏନଜି ଓ ଇଲେକ୍ଟ୍ରିକ ଯାନକୁ ମିଳିବ ଅନୁମତି । ପେଟ୍ରୋଲ ଓ ଡିଜେଲ ଚାଳିତ ଗାଡିଗୁଡିକର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । […]

ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ । ଜାତୀୟ ରାଜଧାନୀ ଦିଲ୍ଲରେ ଏବେବି ବାୟୁ ଗୁଣବତ୍ତା ଅତି ଖରାପ ସ୍ତରରେ ରହିଛି । ତେବେ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜିଠାରୁ ଲାଗୁ ହେଲା କଡା ନିୟମ । ଦିଲ୍ଲୀ ଭିତରେ ପ୍ରବେଶ କରିବା ଲାଗି କେବଳ ସିଏନଜି ଓ ଇଲେକ୍ଟ୍ରିକ ଯାନକୁ ମିଳିବ ଅନୁମତି । ପେଟ୍ରୋଲ ଓ ଡିଜେଲ ଚାଳିତ ଗାଡିଗୁଡିକର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଏହି ନିୟମ ଆସନ୍ତା ଡିସେମ୍ବର ୩ ତାରିଖ ଯାଏ ବଳବତ୍ତର ରହିବ । ପ୍ରଦୂଷଣ ମୁକାବିଲା ଲାଗି ଗତ ୨୪ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା । ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଥିଲେ ପ୍ରଦୂଷଣ ରୋକିବାକୁ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି ।

ଆହୁରି ପଢ଼ନ୍ତୁ: ଶତ୍ରୁ ଶିବିରରେ ହାହାକାର ସୃଷ୍ଟି କରିବ ‘ପ୍ରୋଜେକ୍ଟ କାଲ୍’: ଭାରତ ପ୍ରସ୍ତୁତ କରୁଛି ୧୦୦୦ କିମି ରେଞ୍ଜର ଘାତକ ଡ୍ରୋନ୍

କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ନୂଆଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଗୁରୁବାର ଦିନ ୭ ଟାରେ ୩୮୭ ଥିଲା। ବୁଧବାର, ରାଜଧାନୀର AQI ଥିଲା ୩୬୧ । ନିଷ୍ପତ୍ତି ଅନୁସାରେ କେବଳ ଜରୁରୀକାଳୀନ ସାମଗ୍ରୀ ପରିବହନ କାର୍ଯ୍ୟରେ ନିୟୋଜିତ ଗାଡିକୁ ଛାଡିଦେଲେ ଅନ୍ୟ ସମସ୍ତ ପେଟ୍ରୋଲ ଓ ଡିଜେଲଚାଳିତ ଯାନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଦୀପାବଳି ପରେ ଦିଲ୍ଲୀର ବାୟୁ ଗୁଣବତ୍ତା ସାଧାରଣ ସ୍ତରକୁ ଆସିବ ବୋଲି ଆଶା କରାଯାଉଥିଲା । ମାତ୍ର ଦୁଇ ସପ୍ତାହ ପରେ ବି ଏକ୍ୟୁଆଇ ସୁଧୁରୁନାହିଁ । ଦିଲ୍ଲୀର ଏକ୍ୟୁଆଇ ପୂର୍ବବତ ୩୬୮ରେ ହିଁ ରହିଛି । ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଗତ ୧୮ ତାରିଖରେ ବାହାର ରାଜ୍ୟର ଟ୍ରକ, ଦିଲ୍ଲୀ ଭିତରେ ପ୍ରବେଶ କରିବା ନେଇ ସରକାର କଟକଣା ଜାରି କରିଥିଲେ ।

ଆହୁରି ପଢ଼ନ୍ତୁ: ଗୋରଖପୁରରେ ନୃଶଂସ କାଣ୍ଡ: କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କଲା ସ୍ୱାମୀ, ପୁଅକୁ ମାରିବାକୁ ଗୋଡ଼ାଇ ନିଜେ ପୋଲିସକୁ କଲା ଫୋନ୍

27 Nov 2021 By The Sakala

ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ ; ପେଟ୍ରୋଲ ଓ ଡିଜେଲ ଗାଡିଗୁଡିକର ପ୍ରବେଶ ମନା

ନୂଆଦିଲ୍ଲୀ : ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅତ୍ୟନ୍ତ ଖରାପ । ଜାତୀୟ ରାଜଧାନୀ ଦିଲ୍ଲରେ ଏବେବି ବାୟୁ ଗୁଣବତ୍ତା ଅତି ଖରାପ ସ୍ତରରେ ରହିଛି । ତେବେ ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ଆଜିଠାରୁ ଲାଗୁ ହେଲା କଡା ନିୟମ । ଦିଲ୍ଲୀ ଭିତରେ ପ୍ରବେଶ କରିବା ଲାଗି କେବଳ ସିଏନଜି ଓ ଇଲେକ୍ଟ୍ରିକ ଯାନକୁ ମିଳିବ ଅନୁମତି । ପେଟ୍ରୋଲ ଓ ଡିଜେଲ ଚାଳିତ ଗାଡିଗୁଡିକର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଏହି ନିୟମ ଆସନ୍ତା ଡିସେମ୍ବର ୩ ତାରିଖ ଯାଏ ବଳବତ୍ତର ରହିବ । ପ୍ରଦୂଷଣ ମୁକାବିଲା ଲାଗି ଗତ ୨୪ ତାରିଖ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା । ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଥିଲେ ପ୍ରଦୂଷଣ ରୋକିବାକୁ ସରକାର ଏହି ପଦକ୍ଷେପ ନେବାକୁ ଯାଉଛନ୍ତି ।

କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ, ନୂଆଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଗୁରୁବାର ଦିନ ୭ ଟାରେ ୩୮୭ ଥିଲା। ବୁଧବାର, ରାଜଧାନୀର AQI ଥିଲା ୩୬୧ । ନିଷ୍ପତ୍ତି ଅନୁସାରେ କେବଳ ଜରୁରୀକାଳୀନ ସାମଗ୍ରୀ ପରିବହନ କାର୍ଯ୍ୟରେ ନିୟୋଜିତ ଗାଡିକୁ ଛାଡିଦେଲେ ଅନ୍ୟ ସମସ୍ତ ପେଟ୍ରୋଲ ଓ ଡିଜେଲଚାଳିତ ଯାନର ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି । ଦୀପାବଳି ପରେ ଦିଲ୍ଲୀର ବାୟୁ ଗୁଣବତ୍ତା ସାଧାରଣ ସ୍ତରକୁ ଆସିବ ବୋଲି ଆଶା କରାଯାଉଥିଲା । ମାତ୍ର ଦୁଇ ସପ୍ତାହ ପରେ ବି ଏକ୍ୟୁଆଇ ସୁଧୁରୁନାହିଁ । ଦିଲ୍ଲୀର ଏକ୍ୟୁଆଇ ପୂର୍ବବତ ୩୬୮ରେ ହିଁ ରହିଛି । ପ୍ରଦୂଷଣ ନିୟନ୍ତ୍ରଣ ଲାଗି ଗତ ୧୮ ତାରିଖରେ ବାହାର ରାଜ୍ୟର ଟ୍ରକ, ଦିଲ୍ଲୀ ଭିତରେ ପ୍ରବେଶ କରିବା ନେଇ ସରକାର କଟକଣା ଜାରି କରିଥିଲେ ।

https://www.thesakala.in/national-international/delhis-air-quality-still-very-poor/article-7174
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର