ରାଜଧାନୀ ଦିଲ୍ଲୀରୁ ଓମିକ୍ରନ୍‌ ଭାରିଏଣ୍ଟର ପଞ୍ଚମ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବେଙ୍ଗାଲୁରୁ, ଗୁଜୁରାଟ ଓ ମୁମ୍ବାଇ ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଚିହ୍ନଟ ହୋଇଛି । ଦିଲ୍ଲୀରେ ଓମିକ୍ରନ୍ ମାମଲା ନେଇ ସ୍ପଷ୍ଟ କରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତେନ୍ଦ୍ର ଜୈନ । ଆଫ୍ରିକା ଦେଶ ତାଞ୍ଜାନିଆରୁ ଫେରିଥିବା ଜଣେ ଯୁବକଙ୍କ ଠାରେ ଓମିକ୍ରନ୍‌ ଭୂତାଣୁ ଥିବା ମାମଲା ସାମ୍ନାକୁ ଆସିଛି। ସଂକ୍ରମିତ ଯୁବକଙ୍କୁ ଏଲ୍‌ଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। […]

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ପଶିଲା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ୍‌। ବେଙ୍ଗାଲୁରୁ, ଗୁଜୁରାଟ ଓ ମୁମ୍ବାଇ ପରେ ଏବେ ରାଜଧାନୀ ଦିଲ୍ଲୀରେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଚିହ୍ନଟ ହୋଇଛି । ଦିଲ୍ଲୀରେ ଓମିକ୍ରନ୍ ମାମଲା ନେଇ ସ୍ପଷ୍ଟ କରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତେନ୍ଦ୍ର ଜୈନ । ଆଫ୍ରିକା ଦେଶ ତାଞ୍ଜାନିଆରୁ ଫେରିଥିବା ଜଣେ ଯୁବକଙ୍କ ଠାରେ ଓମିକ୍ରନ୍‌ ଭୂତାଣୁ ଥିବା ମାମଲା ସାମ୍ନାକୁ ଆସିଛି। ସଂକ୍ରମିତ ଯୁବକଙ୍କୁ ଏଲ୍‌ଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି କି ବିଦେଶରୁ ଫେରିଥିବା ୧୨ ଜଣଙ୍କର ସାମ୍ପ୍ୟୁଲ ଜେନମ ସିକ୍ବେନ୍ସିଂ ପାଇଁ ପଠାଯାଇଥିଲା । ଯେଉଁମାନଙ୍କ ମଧ୍ୟରୁ ୧୧ ଜଣ ସାମାନ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କଠାରେ ଓମିକ୍ରନ୍ ଚିହ୍ନଟ କରାଯାଇଛି ।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଦିଲ୍ଲୀରୁ ଚିହ୍ନଟ ହୋଇଥିବା ଓମିକ୍ରନ୍ ସହ ବର୍ତ୍ତମାନ ଦେଶରେ ମୋଟ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ଦୁଇ ଜଣ କର୍ଣ୍ଣାଟକର, ଜଣେ ଗୁଜରାଟ ଓ ଜଣେ ମହାରାଷ୍ଟ୍ରର ରହିଛନ୍ତି। ଏହାପରେ ଏବେ ପଞ୍ଚମ ରୋଗୀ ଦିଲ୍ଲୀରେ ମିଳିଛନ୍ତି।

ଆହୁରି ପଢ଼ନ୍ତୁ: ପଞ୍ଜାବ ଭୋଟର ତାଲିକାରୁ କଟିଲା ରାଘବ ଚଢ଼ାଙ୍କ ନାଁ: ଆଣିଲେ ରାଜନୈତିକ ଷଡ଼ଯନ୍ତ୍ରର ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର