ଡରାଉଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌: ପୁଣି ଚିହ୍ନଟ ହେଲେ ଆଉ ୨ ଆକ୍ରାନ୍ତ, ମୋଟ ଆକ୍ରାନ୍ତ ୨୫କୁ ବୃଦ୍ଧି

The Sakala Picture
Published On

ଅହମଦାବାଦ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ଆଜି  ଆଉ ୨ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଗୁଜରାଟର ଜାମନଗରରୁ ଜଣେ ଜିମ୍ବାୱେ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଭାରତରେ ମୋଟ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି । ଡିସେମ୍ବର ୪ରେ ଜିମ୍ବାୱେରୁ ଫେରିଥିବା ବ୍ୟକ୍ତି ଓମିକ୍ରାନରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ଏହି ସମୟରେ […]

ଅହମଦାବାଦ: ଭାରତରେ କାୟା ବିସ୍ତାର କରିବାରେ ଲାଗିଛି ଓମିକ୍ରନ୍‌। ପୁଣି ଆଜି  ଆଉ ୨ ଜଣ ଓମିକ୍ରନ୍‌ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଗୁଜରାଟର ଜାମନଗରରୁ ଜଣେ ଜିମ୍ବାୱେ ଫେରନ୍ତା ଓମିକ୍ରନରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ଭାରତରେ ମୋଟ ଓମିକ୍ରନ୍ ଭ୍ୟାରିଆଣ୍ଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ଡିସେମ୍ବର ୪ରେ ଜିମ୍ବାୱେରୁ ଫେରିଥିବା ବ୍ୟକ୍ତି ଓମିକ୍ରାନରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ ହୋଇଥିଲା। ଏହି ସମୟରେ ଚିହ୍ନଟ ହୋଇଥିବା ଲୋକଙ୍କ ମଧ୍ୟରୁ ୨ ଜଣଙ୍କ ଶରୀରରୁ ଓମିକ୍ରନ ଠାବ ହୋଇଛି। ଜେନୋମ ସିକ୍ୱେନ୍ସିଂ ପରେ ଏପରି ରିପୋର୍ଟ ଆସିଛି। ଏବେ ପ୍ରଶାସନ ଉଭୟଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ସହ ସମସ୍ତ ପ୍ରକାରର ଚିକିତ୍ସା ସେବା ଯୋଗାଇ ଦେଇଛି। ଉଭୟ ସମ୍ପୂର୍ଣ୍ଣ ସୁସ୍ଥ ଥିବା ମଧ୍ୟ ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ପ୍ରଥମେ ଚିହ୍ନଟ ହୋଇଥିବା ଓମିକ୍ରନ ଭାରିଏଣ୍ଟ ଏବେ ୫୭ରୁ ଅଧିକ ଦେଶକୁ ବ୍ୟାପିଲାଣି। ଓମିକ୍ରନର ସଂକ୍ରମଣ କ୍ଷମତା ଡେଲ୍ଟା ଠାରୁ ପ୍ରାୟ ୩ଗୁଣ ଅଧିକ। ତେଣୁ ଏହାକୁ ଦୃଷ୍ଟିରେ ରଖି ଏକାଧିକ ଦେଶ ବିମାନ ଯାତ୍ରାରେ କଟକଣା ଲଗାଉଛନ୍ତି। ଭାରତ ସରକାର ମଧ୍ୟ  ଓମିକ୍ରନର ମୁକାବିଲା ପାଇଁ ବିଭିନ୍ନ ଅନ୍ତର୍ଜାତୀୟ ବିମାନବନ୍ଦରରେ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି। ସେମାନଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରଖା ଯାଉଛି।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର