ନେପାଳ ଭୂକମ୍ପ: ୫୦ରୁ ଅଧିକ ମୃତ୍ୟୁ, ୬୦ରୁ ଅଧିକ ଆହତ

The Sakala Picture
Published On

ନୂଆଦିଲ୍ଲୀ: ନେପାଳରେ ଆଜି ସକାଳେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନସୁଦ୍ଧା ପ୍ରାୟ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ଏଥିସହ ୬୦ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି। ସକାଳ ୬ଟା ୩୫ ମିନିଟରେ ଅନୁଭୂତ ହୋଇଥିବା ୭.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଲଗାତାର ୭ ଥର ଅନୁଭୂତ ହୋଇଥିଲା। ଏଥିରେ ଅନେକ ବୃହତ୍ତକାୟ କୋଠା ଭୁଶୁଡିବାରୁ ଏହାତଳେ ଚାପି ହୋଇ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ଭଗ୍ନାବଶେଷ […]

ନୂଆଦିଲ୍ଲୀ: ନେପାଳରେ ଆଜି ସକାଳେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବର୍ତ୍ତମାନସୁଦ୍ଧା ପ୍ରାୟ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ଏଥିସହ ୬୦ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି। ସକାଳ ୬ଟା ୩୫ ମିନିଟରେ ଅନୁଭୂତ ହୋଇଥିବା ୭.୧ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଲଗାତାର ୭ ଥର ଅନୁଭୂତ ହୋଇଥିଲା। ଏଥିରେ ଅନେକ ବୃହତ୍ତକାୟ କୋଠା ଭୁଶୁଡିବାରୁ ଏହାତଳେ ଚାପି ହୋଇ ୫୦ରୁ ଅଧିକ ଜଣଙ୍କ ମୃତ୍ୟୁ ଘଟିଛି। ଏବେ ମଧ୍ୟ ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ମିଳିଛି। ଫଳରେ ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଅନୁମାନ କରାଯାଉଛି। ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ଇରାନ ସହ ତିକ୍ତତା ମଧ୍ୟରେ ୨୫୦ ଦିନର ଲମ୍ବା ମିଶନ ପରେ ଥାଇଲାଣ୍ଡରେ ପହଞ୍ଚିଲା ଆମେରିକୀୟ ଯୁଦ୍ଧପୋତ 'ୟୁଏସଏସ ଅବ୍ରାହମ ଲିଙ୍କନ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର