ପାକିସ୍ତାନ ନୌସେନା ଏୟାର ବେସ ଉପରେ ଆକ୍ରମଣ, ୪ ଆତଙ୍କବାଦୀଙ୍କୁ ଏନକାଉଣ୍ଟର

The Sakala Picture
Published On

ଇସଲାମାବାଦ: ଆତଙ୍କବାଦୀମାନେ ସୋମବାର ରାତିରେ ନାଭାଲ ଏୟାର ବେସ ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ପାକିସ୍ତାନୀ ସୁରକ୍ଷା ବାହିନୀ ନୌସେନାର ଏୟାରବେସ ଉପରେ ହୋଇଥିବା ଆକ୍ରମଣର କଡା ଜବାବ ଦେବାକୁ ଯାଇ ୪ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏଥିସହିତ ଏହି ଆକ୍ରମଣରେ ସିଦ୍ଦିକ ଏୟାରବେସରେ କୌଣସି କ୍ଷତି ହୋଇ ନାହିଁ ବୋଳି କୁହାଯାଇଛି। ଅଧିକାରୀ କହିଛନ୍ତି ଯେ ଯେତେବେଳେ ଆତଙ୍କବାଦୀମାନେ ବାଲୁଚିସ୍ତାନର ତୁର୍ବତ ଜଲାର ନୌସେନା ବେସ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ସେମାନଙ୍କୁ […]

ଇସଲାମାବାଦ: ଆତଙ୍କବାଦୀମାନେ ସୋମବାର ରାତିରେ ନାଭାଲ ଏୟାର ବେସ ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ପାକିସ୍ତାନୀ ସୁରକ୍ଷା ବାହିନୀ ନୌସେନାର ଏୟାରବେସ ଉପରେ ହୋଇଥିବା ଆକ୍ରମଣର କଡା ଜବାବ ଦେବାକୁ ଯାଇ ୪ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏଥିସହିତ ଏହି ଆକ୍ରମଣରେ ସିଦ୍ଦିକ ଏୟାରବେସରେ କୌଣସି କ୍ଷତି ହୋଇ ନାହିଁ ବୋଳି କୁହାଯାଇଛି। ଅଧିକାରୀ କହିଛନ୍ତି ଯେ ଯେତେବେଳେ ଆତଙ୍କବାଦୀମାନେ ବାଲୁଚିସ୍ତାନର ତୁର୍ବତ ଜଲାର ନୌସେନା ବେସ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ସେମାନଙ୍କୁ ତୁରନ୍ତ ଚିହ୍ନଟ କରାଯାଇ ହତ୍ୟା କରାଯାଇଥିଲା। ତେବେ ପାକିସ୍ତାନୀ ସେନା ଏପର୍ଯ୍ୟନ୍ତ ଏହି ଘଟଣା ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସୋମବାର ରାତିରେ ଆତଙ୍କବାଦୀମାନେ ତୁର୍ବତ ଅନ୍ତର୍ଜାତୀୟ ବିମାନବନ୍ଦର (ଟିୟୁକେ) ଏବଂ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆକ୍ରମଣ କରିଥିଲେ। ଉଭୟ ବେସ୍‌ ନିକଟରେ ପ୍ରବଳ ଗୁଳି ବିନିମୟ ହୋଇଥଲା। ବାଲୁଚିସ୍ତାନ ପୋଷ୍ଟର ସମ୍ବାଦ ଏଜେନ୍ସି ଏଏନଆଇ କହିଛି ଯେ ତୁର୍ବତରେ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଅଞ୍ଚଳରେ ଅନେକ ବିସ୍ଫୋରଣ ହୋଇଥିବା ମଧ୍ୟ ସୂଚନା ମିଳିଛି। ଆତଙ୍କବାଦୀ ଆକ୍ରମଣ ପରେ ସ୍ବାସ୍ଥ୍ୟ ଅଧିକାରୀମାନେ ତୁର୍ବତ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି ଏବଂ ସମସ୍ତ ଡାକ୍ତରଙ୍କୁ ତୁରନ୍ତ ଡ୍ୟୁଟି ପାଇଁ ରିପୋର୍ଟ କରିବାକୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଜନ୍ତର ମନ୍ତରରେ CJP ର ବିକ୍ଷୋଭ: ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

26 Mar 2024 By The Sakala

ପାକିସ୍ତାନ ନୌସେନା ଏୟାର ବେସ ଉପରେ ଆକ୍ରମଣ, ୪ ଆତଙ୍କବାଦୀଙ୍କୁ ଏନକାଉଣ୍ଟର

ଇସଲାମାବାଦ: ଆତଙ୍କବାଦୀମାନେ ସୋମବାର ରାତିରେ ନାଭାଲ ଏୟାର ବେସ ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ପାକିସ୍ତାନୀ ସୁରକ୍ଷା ବାହିନୀ ନୌସେନାର ଏୟାରବେସ ଉପରେ ହୋଇଥିବା ଆକ୍ରମଣର କଡା ଜବାବ ଦେବାକୁ ଯାଇ ୪ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏଥିସହିତ ଏହି ଆକ୍ରମଣରେ ସିଦ୍ଦିକ ଏୟାରବେସରେ କୌଣସି କ୍ଷତି ହୋଇ ନାହିଁ ବୋଳି କୁହାଯାଇଛି। ଅଧିକାରୀ କହିଛନ୍ତି ଯେ ଯେତେବେଳେ ଆତଙ୍କବାଦୀମାନେ ବାଲୁଚିସ୍ତାନର ତୁର୍ବତ ଜଲାର ନୌସେନା ବେସ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ, ସେମାନଙ୍କୁ ତୁରନ୍ତ ଚିହ୍ନଟ କରାଯାଇ ହତ୍ୟା କରାଯାଇଥିଲା। ତେବେ ପାକିସ୍ତାନୀ ସେନା ଏପର୍ଯ୍ୟନ୍ତ ଏହି ଘଟଣା ସମ୍ପର୍କରେ କୌଣସି ମନ୍ତବ୍ୟ ଦେଇନାହାଁନ୍ତି।

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ସୋମବାର ରାତିରେ ଆତଙ୍କବାଦୀମାନେ ତୁର୍ବତ ଅନ୍ତର୍ଜାତୀୟ ବିମାନବନ୍ଦର (ଟିୟୁକେ) ଏବଂ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆକ୍ରମଣ କରିଥିଲେ। ଉଭୟ ବେସ୍‌ ନିକଟରେ ପ୍ରବଳ ଗୁଳି ବିନିମୟ ହୋଇଥଲା। ବାଲୁଚିସ୍ତାନ ପୋଷ୍ଟର ସମ୍ବାଦ ଏଜେନ୍ସି ଏଏନଆଇ କହିଛି ଯେ ତୁର୍ବତରେ ପାକିସ୍ତାନର ଦ୍ୱିତୀୟ ବୃହତ୍ତମ ନୌସେନା ଏୟାର ଷ୍ଟେଶନ ପିଏନଏସ ସିଦ୍ଦିକ ଉପରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଅଞ୍ଚଳରେ ଅନେକ ବିସ୍ଫୋରଣ ହୋଇଥିବା ମଧ୍ୟ ସୂଚନା ମିଳିଛି। ଆତଙ୍କବାଦୀ ଆକ୍ରମଣ ପରେ ସ୍ବାସ୍ଥ୍ୟ ଅଧିକାରୀମାନେ ତୁର୍ବତ ଡାକ୍ତରଖାନାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଛନ୍ତି ଏବଂ ସମସ୍ତ ଡାକ୍ତରଙ୍କୁ ତୁରନ୍ତ ଡ୍ୟୁଟି ପାଇଁ ରିପୋର୍ଟ କରିବାକୁ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର