ପାଞ୍ଚ ଦିନିଆ କାର୍ଯ୍ୟ ଦିବସ ଦାବିରେ ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

Madhusudan Das Picture
Published On

ନୂଆଦିଲ୍ଲୀ: ଆଜି ସାରା ଦେଶରେ ବନ୍ଦ ବ୍ୟାଙ୍କ ସେବା ବନ୍ଦ୍ ।  ଧର୍ମଘଟକୁ ଓହ୍ଲାଇଛନ୍ତି ବ୍ୟାଙ୍କ କର୍ମଚାରୀ ।  ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ୍ ଫେରମ ଅଫ ବ୍ୟାଙ୍କ ୟୁନିଅନ୍ସ – UFBU ।  ସପ୍ତାହରେ ଦୁଇ ଦିନ ଛୁଟି ତଥା ପାଞ୍ଚ ଦିନିଆ କାର୍ଯ୍ୟ ଦିବସ ଦାବିରେ ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି । ଧର୍ମଘଟ ପାଇଁ ବ୍ୟାଙ୍କ ସେବା ବନ୍ଦ ହେବା ଯୋଗୁଁ ଗ୍ରାହକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖାଦେଇଛି  ।

ଆହୁରି ପଢ଼ନ୍ତୁ: ସ୍ୱାମୀଙ୍କୁ ଭେଟିବା ପାଇଁ ମୋବାଇଲ୍ ଟାୱାରରେ ଚଢ଼ିଲେ ସ୍ତ୍ରୀ: ବିହାରର ବଗହାରେ ହାଇଭୋଲଟେଜ୍ ଡ୍ରାମା

ବର୍ତ୍ତମାନ ବ୍ୟାଙ୍କ ଗୁଡିକରେ ମାସର ଦ୍ଵିତୀୟ ଏବଂ ଚତୁର୍ଥ ଶନିବାର ଛୁଟି ରହିଛି । କିନ୍ତୁ ମାସର ସବୁ ଶନିବାର ଛୁଟି କରିବା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି । ୨୦୧୫ରେ ସ୍ୱାକ୍ଷରିତ ଦଶମ ଦ୍ଵିପାକ୍ଷିକ ଚୁକ୍ତି/ସପ୍ତମ ଯୁଗ୍ମ ସୂଚନା ଅନୁଯାୟୀ, ଆଇବିଏ ଏବଂ ସରକାର ଏହାକୁ ସ୍ୱୀକାର କରିଥିଲେ । ସେହି ଅନୁଯାୟୀ, ପ୍ରତି ମାସର ୨ୟ ଏବଂ ୪ର୍ଥ ଶନିବାର ଛୁଟି ଘୋଷିତ ହୋଇଛି । କିନ୍ତୁ ଅନ୍ୟ ଶନିବାର ଗୁଡ଼ିକ ଅଧା ଦିନ କାର୍ଯ୍ୟ ବଦଳରେ ସମ୍ପୂର୍ଣ୍ଣ କାର୍ଯ୍ୟ ଦିବସ ଭାବରେ ପାଳନ କରାଯାଉଛି ।

ଆହୁରି ପଢ଼ନ୍ତୁ: ଜରୁରୀକାଳୀନ ଅବତରଣ ବେଳେ ରନୱେରେ ବିସ୍ଫୋରଣ: ଆମେରିକୀୟ ବ୍ୟବସାୟିକ ଜେଟ୍ ଦୁର୍ଘଟଣାରେ ୨ ମୃତ

ସପ୍ତାହରେ ଦୁଇ ଦିନ ଛୁଟି ନେଇ ଜାନୁଆରୀ ୨୩ ତାରିଖ ଦିନ ଲେବର କମିଶନଙ୍କ ଆଲୋଚନାରୁ କିଛି ସୁଫଳ ନମିଳିବାରୁ ଧର୍ମଘଟ ଡାକରା ଦେଇଛି ସଂଘ । ଆଜି ବ୍ୟାଙ୍କ ବନ୍ଦ ରହିଲେ କ୍ରମାଗତ ୩ ଦିନ ଧରି ବ୍ୟାଙ୍କ ସେବା ପାଇବାରୁ ବଞ୍ଚିତ ହେବେ ଗ୍ରାହକ । ରବିବାର ଛୁଟି ପରେ ସୋମବାର ସାଧାରଣତନ୍ତ୍ର ଦିବସ ଛୁଟି ଥିଲା ।

ଆହୁରି ପଢ଼ନ୍ତୁ: ନିଟ୍ ପୁନଃ ପରୀକ୍ଷା: ପ୍ରଶ୍ନପତ୍ର ସୁରକ୍ଷା ପାଇଁ ବାୟୁସେନାର MI-17 ହେଲିକପ୍ଟର ମୁତୟନ, ୧୮ଟି ସ୍ଥାନରୁ ହେବ ଏୟାରଲିଫ୍ଟ

27 Jan 2026 By Madhusudan Das

ପାଞ୍ଚ ଦିନିଆ କାର୍ଯ୍ୟ ଦିବସ ଦାବିରେ ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ନୂଆଦିଲ୍ଲୀ: ଆଜି ସାରା ଦେଶରେ ବନ୍ଦ ବ୍ୟାଙ୍କ ସେବା ବନ୍ଦ୍ ।  ଧର୍ମଘଟକୁ ଓହ୍ଲାଇଛନ୍ତି ବ୍ୟାଙ୍କ କର୍ମଚାରୀ ।  ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ୍ ଫେରମ ଅଫ ବ୍ୟାଙ୍କ ୟୁନିଅନ୍ସ – UFBU ।  ସପ୍ତାହରେ ଦୁଇ ଦିନ ଛୁଟି ତଥା ପାଞ୍ଚ ଦିନିଆ କାର୍ଯ୍ୟ ଦିବସ ଦାବିରେ ଦେଶବ୍ୟାପୀ ବ୍ୟାଙ୍କ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି । ଧର୍ମଘଟ ପାଇଁ ବ୍ୟାଙ୍କ ସେବା ବନ୍ଦ ହେବା ଯୋଗୁଁ ଗ୍ରାହକମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖାଦେଇଛି  ।

ବର୍ତ୍ତମାନ ବ୍ୟାଙ୍କ ଗୁଡିକରେ ମାସର ଦ୍ଵିତୀୟ ଏବଂ ଚତୁର୍ଥ ଶନିବାର ଛୁଟି ରହିଛି । କିନ୍ତୁ ମାସର ସବୁ ଶନିବାର ଛୁଟି କରିବା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି । ୨୦୧୫ରେ ସ୍ୱାକ୍ଷରିତ ଦଶମ ଦ୍ଵିପାକ୍ଷିକ ଚୁକ୍ତି/ସପ୍ତମ ଯୁଗ୍ମ ସୂଚନା ଅନୁଯାୟୀ, ଆଇବିଏ ଏବଂ ସରକାର ଏହାକୁ ସ୍ୱୀକାର କରିଥିଲେ । ସେହି ଅନୁଯାୟୀ, ପ୍ରତି ମାସର ୨ୟ ଏବଂ ୪ର୍ଥ ଶନିବାର ଛୁଟି ଘୋଷିତ ହୋଇଛି । କିନ୍ତୁ ଅନ୍ୟ ଶନିବାର ଗୁଡ଼ିକ ଅଧା ଦିନ କାର୍ଯ୍ୟ ବଦଳରେ ସମ୍ପୂର୍ଣ୍ଣ କାର୍ଯ୍ୟ ଦିବସ ଭାବରେ ପାଳନ କରାଯାଉଛି ।

ସପ୍ତାହରେ ଦୁଇ ଦିନ ଛୁଟି ନେଇ ଜାନୁଆରୀ ୨୩ ତାରିଖ ଦିନ ଲେବର କମିଶନଙ୍କ ଆଲୋଚନାରୁ କିଛି ସୁଫଳ ନମିଳିବାରୁ ଧର୍ମଘଟ ଡାକରା ଦେଇଛି ସଂଘ । ଆଜି ବ୍ୟାଙ୍କ ବନ୍ଦ ରହିଲେ କ୍ରମାଗତ ୩ ଦିନ ଧରି ବ୍ୟାଙ୍କ ସେବା ପାଇବାରୁ ବଞ୍ଚିତ ହେବେ ଗ୍ରାହକ । ରବିବାର ଛୁଟି ପରେ ସୋମବାର ସାଧାରଣତନ୍ତ୍ର ଦିବସ ଛୁଟି ଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର