ବଢିଲା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସୁରକ୍ଷା : ‘ଜେଡ୍‌ ପ୍ଲସ୍‌’ ସିକ୍ୟୁରିଟି ଯୋଗାଇଲେ କେନ୍ଦ୍ର ସରକାର

The Sakala Picture
Published On

ଭୁବନେଶ୍ବର: ‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଏଣିକି ୨୪ଘଣ୍ଟିଆ ସୁରକ୍ଷା ଯୋଗାଇ ଦେବେ ସିଆରପିଏଫ ଯବାନ । ଆଜି ସକାଳୁ ସକାଳୁ ଯେତେବେଳେ ମନ୍ଦିର ଯିବା ପାଇଁ ବାହାରିଥିଲେ ଦ୍ରୌପଦୀ ମୁର୍ମୁ ତାଙ୍କୁ ଜେଡ ପ୍ଲସ ସିକ୍ୟୁରିଟି ଦିଆଯାଇଥିବା ଦେଖିବାକୁ ମିଳିଥିଲା । ବନ୍ଧୁକଧାରୀ ସିଆରପିଏଫ ଯବାନ ତାଙ୍କ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି । ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ହେଉଛି […]

ଭୁବନେଶ୍ବର: ‘ଏନ୍‌ଡିଏ’ର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି କେନ୍ଦ୍ର ସରକାର ‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ବ୍ୟବସ୍ଥା ପ୍ରଦାନ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଏଣିକି ୨୪ଘଣ୍ଟିଆ ସୁରକ୍ଷା ଯୋଗାଇ ଦେବେ ସିଆରପିଏଫ ଯବାନ । ଆଜି ସକାଳୁ ସକାଳୁ ଯେତେବେଳେ ମନ୍ଦିର ଯିବା ପାଇଁ ବାହାରିଥିଲେ ଦ୍ରୌପଦୀ ମୁର୍ମୁ ତାଙ୍କୁ ଜେଡ ପ୍ଲସ ସିକ୍ୟୁରିଟି ଦିଆଯାଇଥିବା ଦେଖିବାକୁ ମିଳିଥିଲା । ବନ୍ଧୁକଧାରୀ ସିଆରପିଏଫ ଯବାନ ତାଙ୍କ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

‘ଜେଡ୍‌ ପ୍ଲସ୍‌’ ସୁରକ୍ଷା ହେଉଛି କେନ୍ଦ୍ର ସରକାର ଯୋଗାଇ ଦେଉଥିବା ସୁରକ୍ଷା ମଧ୍ୟରେ ଦ୍ବିତୀୟ ସର୍ବୋଚ୍ଚସ୍ତରର ସୁରକ୍ଷା ବ୍ୟବସ୍ଥା। ଆଜି ସକାଳୁ ସଶସ୍ତ୍ର କମାଣ୍ଡୋମାନେ ୬୪ ବ‌ର୍ଷୀୟ ମୁର୍ମୁଙ୍କ ସୁରକ୍ଷା ଦାୟିତ୍ବରେ ନିୟୋଜିତ ହୋଇଛନ୍ତି ବୋଲି ଜଣାପଡିଛି। ଯେଉଁଥିରେ ୧୦ରୁ ଅଧିକ ଏନ୍ଏସଜି ସହ ସିଆରପିଏଫ୍ କମାଣ୍ଡୋ ରହିଛନ୍ତି । ଆଜି ରାଇରଙ୍ଗପୁର ବାସଭବନରୁ ନିକଟସ୍ଥ ମନ୍ଦିର ଓ ଅନ୍ୟାନ୍ୟ କାର୍ୟ୍ୟକ୍ରମରେ ଯୋଗ ଦେବାକୁ ଯାଇଥିବା ବେଳେ ଦ୍ରୌପଦୀଙ୍କ ସହ ଏହି ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଥିଲା । କମାଣ୍ଡୋମାନେ କର୍ଡନ୍ କରି ଦ୍ରୋପଦୀଙ୍କୁ ବିଭିନ୍ନ ସ୍ଥାନକୁ ନେଇ ଯାଇଥିଲେ । ଏହି ସୁରକ୍ଷା ବ୍ୟବସ୍ଥା ୨୪ ଘଣ୍ଟିଆ ଭାବେ ତାଙ୍କ ସହ ରହିବ। ରାଇରଙ୍ଗପୁରରୁ ଭୁବନେଶ୍ୱର ଓ ପରେ ଦିଲ୍ଲୀ ଯାଏଁ କମାଣ୍ଡୋମାନେ ତାଙ୍କୁ ସୁରକ୍ଷା ଯୋଗାଇବେ ।

ଆହୁରି ପଢ଼ନ୍ତୁ: ଶ୍ରୀନଗର ବିମାନବନ୍ଦରରେ ଅଘଟଣ: ପାର୍କିଂ ବେଳେ ଖୁଣ୍ଟରେ ପିଟି ହେଲା ଇଣ୍ଡିଗୋ ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ

ଗତକାଲି ଏନଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳୁ ଦ୍ରୌପଦୀ ମୁର୍ମୁ ରାଇରଙ୍ଗପୁର ଜଗନ୍ନାଥ ମନ୍ଦିର, ଶିବମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ପ୍ରଥମେ ସେ ପୂର୍ଣ୍ଣନ୍ଦେଶ୍ୱର ଶିବମନ୍ଦିର ପରିସରରେ ଓଳାଇଥିଲେ । ଏହା ପରେ ହନୁମାନ ମନ୍ଦିର, ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିଥିଲେ । ଏହି ସମୟରେ ତାଙ୍କ ସହ କମାଣ୍ଡୋମାନେ ନଜର ଆସିଥିଲେ। ଜେଡ୍‌ ପ୍ଲସ୍‌ ସୁରକ୍ଷାରେ ୧୦ ଜଣ କମାଣ୍ଡୋଙ୍କୁ ମିଶାଇ ମୋଟ୍ ୧୫୦ ଜଣ ସୁରକ୍ଷାକର୍ମୀ ଥାନ୍ତି । ୫ଟି ବୁଲେଟ୍ ପ୍ରୁଫ୍ କାର୍ ବି ସୁରକ୍ଷାରେ ମୁତୟନ ହୋଇଥାଏ । ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ରାହୁଲ ଗାନ୍ଧି, ବ୍ୟବସାୟୀ ମୁକେଶ ଅମ୍ବାନୀ ଭଳି ବ୍ୟକ୍ତି ବିଶେଷଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ଦିଆଯାଉଛି।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ମଙ୍ଗଳବାର ସନ୍ଧ୍ୟାରେ ବିଜେପି ନେତୃତ୍ବାଧୀନ ‘ଡିଏନ୍‌ଏ’ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥିନୀ ଭାବେ ଘୋଷଣା କରିଛି। ସେହିପରି, ବିରୋଧୀ ଦଳମାନଙ୍କର ପ୍ରାର୍ଥୀ ଭାବେ ତାଙ୍କ ସହିତ ରାଷ୍ଟ୍ରପତି ନିର୍ବାଚନରେ ପ୍ରତିଦ୍ବନ୍ଦ୍ବିତା କରିବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଯଶବନ୍ତ ସିହ୍ନା।ସାନ୍ତାଳ ସମ୍ପ୍ରଦାୟରେ ଜନ୍ମିତା ଦ୍ରୌପଦୀ ମୁର୍ମୁ ୧୯୯୭ ମସିହାରେ ରାଇରଙ୍ଗପୁର ନଗର ପଞ୍ଚାୟତର ଜଣେ କାଉନ୍‌ସିଲ୍‌ ଭାବେ ରାଜନୈତିକ କ୍ୟାରିୟର୍‌ ଆରମ୍ଭ କରିଥିଲେ। ୨୦୦୦ ମସିହରେ ସେ ଓଡ଼ିଶା ସରକାରରେ ଜଣେ ମନ୍ତ୍ରୀ ଏବଂ ୨୦୧୫ରେ ଝାଡ଼ଖଣ୍ଡର ରାଜ୍ୟପାଳ ହୋଇଥିଲେ। ଯଦି ନିର୍ବାଚିତ ‌ହୁଅନ୍ତି, ମୁର୍ମୁ ଦେଶର ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହେବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର