ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ, ଘୋଷଣା କଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

The Sakala Picture
Published On

ନୂଆଦିଲ୍ଳୀ : ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଶନିବାର ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା । ଏହା ପରେ ଜେପି ନଡ୍ଡା ପ୍ରେସମିଟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କ ନାମକୁ ବିଜେପି ନେତୃତ୍ବାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ ବା ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି। ଆଜି […]

ନୂଆଦିଲ୍ଳୀ : ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହୋଇଛନ୍ତି। ଏନେଇ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ଶନିବାର ବିଜେପି ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା ହୋଇଥିଲା । ଏହା ପରେ ଜେପି ନଡ୍ଡା ପ୍ରେସମିଟରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କ ନାମକୁ ବିଜେପି ନେତୃତ୍ବାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ ବା ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ଆଜି ଦିଲ୍ଲୀରେ ବିଜେପି ସଂସଦୀୟ ବୋର୍ଡ ବୈଠକ ବସିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା,କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ନୀତିନ ଗଡ଼କରୀ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏବଂ ବିଜେପି ସାଧାରଣ ସମ୍ପାଦକ ବିଏଲ ସନ୍ତୋଷ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଆଲୋଚନା ପରେ ଧନଖଡଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ନେଇ ନିଷ୍ପତ୍ତି ନିଆଯାଇଥିଲା।ଗତ ଶୁକ୍ରବାରଦିନ ଧନକର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ତାଙ୍କୁ ନେଇ କଳ୍ପନା ଜଳ୍ପନା ପ୍ରକାଶ ପାଇଥିଲା । ତେବେ ଆଜି ଦ୍ୱିପ୍ରହରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସାକ୍ଷାତ କରିଥିଲେ ଜଗଦୀପ ଧନକଡ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଅହି-ନକୁଳ ସମ୍ପର୍କ ପାଇଁ ସେ ଜଣାଶୁଣା । ତେବେ ଗତ ବୁଧବାର ଦିନ ମମତା ବାନାର୍ଜୀ ରାଜ୍ୟପାଳ ଧନକରଙ୍କୁ ଭେଟିଥିଲେ । ତେବେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତ ଥିଲା ଓ ଏହି ଅବସରରେ ରାଜନୀତି ସମ୍ପର୍କରେ ଅଥବା ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ କୌଣସି ଆଲୋଚନା ହୋଇନଥିଲା ବୋଲି ମମତା କହିଥିଲେ ।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

ଅନ୍ୟପଟେ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ ବିଜୟ ହେବା ଏକପ୍ରକାର ସୁନିଶ୍ଚିତ। କାରଣ ଉପରାଷ୍ଟ୍ରପତି ନିର୍ବାଚନରେ ସାଂସଦ ଭୋଟ ଦେଇଥାନ୍ତି । ଲୋକସଭା ଏବଂ ରାଜ୍ୟସଭାର ସାଂସଦ ଭୋଟ ଦେଉଥିବା ବେଳେ ବର୍ତ୍ତମାନ ୭୮୦ ସାଂସଦ ରହିଛନ୍ତି । ଭାଜପା ପାଖରେ ୩୯୪ ସାଂସଦ ଥିବା ବେଳେ ଜିତିବା ପାଇଁ ୩୯୦ ସାଂସଦଙ୍କ ଭୋଟ ଦରକାର । ବର୍ତ୍ତମାନ ଉପରାଷ୍ଟ୍ରପତି ଥିବା ଏମ ଭେଙ୍କୟା ନାୟଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେଉଥିବା ବେଳେ ପରବର୍ତ୍ତି ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ହେବା ସୁନିଶ୍ଚିତ ପରି ଲାଗୁଛି।

ସୂଚନାଯୋଗ୍ୟ ଉପରାଷ୍ଚ୍ରପତି ନିର୍ବାଚନ ପାଇଁ ଗତ ଜୁଲାଇ ୫ରେ ବିଜ୍ଞପ୍ତି ଜାରି ହୋଇଥିଲା । ଏଥିପାଇଁ ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଜୁଲାଇ ୧୯ ରଖାଯାଇଛି। ଜୁଲାଇ ୨୦ ନାମାଙ୍କନ ପତ୍ର ଯାଞ୍ଚ ଏବଂ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨୨ ପର୍ଯ୍ୟନ୍ତ ରହିଛି। ଅଗଷ୍ଟ ୬ରେ ଉପରାଷ୍ଟ୍ରପତି ପଦ ପାଇଁ ଭୋଟ ପଡିବ । ଏହି ଦିନ ହିଁ ବିଜୟୀ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର