ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ

ନୂଆଦିଲ୍ଲୀ: ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି। ସୂଚନାଥାଉକି, ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । […]

ନୂଆଦିଲ୍ଲୀ: ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ। ରାଷ୍ଟ୍ରପତି ଭବନରେ ଉପରାଷ୍ଟ୍ରପତିଙ୍କୁ ପଦ ଓ ଗୋପନୀୟତାର ଶପଥ କରାଇଛନ୍ତି ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଅଛନ୍ତି। ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ମଧ୍ୟ ଉପସ୍ଥିତ । ଉପରାଷ୍ଟ୍ରପତିଙ୍କ ଶପଥ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି।

ସୂଚନାଥାଉକି, ଗତକାଲି ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ରାଧାକ୍ରିଷ୍ଣନ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଉପରାଷ୍ଟ୍ରପତି ର୍ନିବାଚନରେ NDA ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ୪୫୨ ଭୋଟ ପାଇଥିଲେ। ଏହି ବିଜୟ ସହିତ, ରାଧାକୃଷ୍ଣନ ଦେଶର ଉପରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବେ।

About The Author: The Sakala