ନାଗରିକତା ସଂଶୋଧନ ଆଇନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

The Sakala Picture
Published On

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନରୁ ଡିସେମ୍ବର ୩୧, ୨୦୨୪ ସୁଦ୍ଧା ଭାରତ ଆସିଥିବା ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ନାଗରିକଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ ଯାତ୍ରା କାଗଜପତ୍ର […]

ନୂଆଦିଲ୍ଲୀ: ନାଗରିକତା ସଂଶୋଧନ ଆଇନ (ସିଏଏ)କୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଧାର୍ମିକ ନିର୍ଯାତନାରୁ ରକ୍ଷା ପାଇଁ ଭାରତ ଆସିଥିବା ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନର ସଂଖ୍ୟାଲଘୁ ସମ୍ପ୍ରଦାୟକୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ତାନରୁ ଡିସେମ୍ବର ୩୧, ୨୦୨୪ ସୁଦ୍ଧା ଭାରତ ଆସିଥିବା ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ନାଗରିକଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ ଯାତ୍ରା କାଗଜପତ୍ର ବିନା ମଧ୍ୟ ଦେଶରେ ରହିବାକୁ ଅନୁମତି ଦିଆଯିବ ବୋଲି କେନ୍ଦ୍ର ଗୃହ ମନ୍ତ୍ରଣାଳୟ କହିଛି । ରହିବା ପାଇଁ ସେମାନଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ ଡକ୍ୟୁମେଣ୍ଟର ଆବଶ୍ୟକତା ପଡ଼ିବ ନାହିଁ। ବିଜେପିର ସାଂସଦ ଡକ୍ଟର ସୁକାନ୍ତ ମଜୁମଦାର ଏହି ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳକୁ ପ୍ରତି ବିପଦର ଆଗୁଆ ସୂଚନା ଦେବ ଚୀନ୍!

ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ଆଦେଶରେ କୁହାଯାଇଛି ଯେ, ହିନ୍ଦୁ, ଶିଖ୍, ବୌଦ୍ଧ, ଜୈନ, ପାର୍ସୀ ଏବଂ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ଲୋକମାନେ, ଯେଉଁମାନେ ୩୧ ଡିସେମ୍ବର ୨୦୨୪ ପର୍ଯ୍ୟନ୍ତ ଭାରତ ଆସିଛନ୍ତି, ସେମାନଙ୍କୁ ପାସପୋର୍ଟ କିମ୍ବା ଅନ୍ୟାନ୍ୟ କାଗଜପତ୍ର ବିନା ମଧ୍ୟ ଦେଶରେ ରହିବାକୁ ଅନୁମତି ଦିଆଯିବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ ସତ୍ୟ ନିକେତନ କୋଠା ଭୁଶୁଡ଼ିବା ଘଟଣା: ୪ ମହଲାରୁ ଅଧିକ ଥିବା ସମସ୍ତ ବେଆଇନ ନିର୍ମାଣ ସିଲ୍ କରିବାକୁ ଏମସିଡିର ନିର୍ଦ୍ଦେଶ, ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର