‘୫ଜି’ ସ୍ପେକ୍‌ଟ୍ରମ୍‌ ନିଲାମକୁ କ୍ୟାବିନେଟ୍‌ ମଞ୍ଜୁରୀ : ୧୦ ଗୁଣ ବେଗରେ ଦୌଡ଼ିବ ଇଣ୍ଟର୍‌ନେଟ୍‌

The Sakala Picture
Published On

ନୂଆଦିଲ୍ଲୀ : ଏକ ଗୁରୁତ୍ବପୂର୍ଣ୍ଣ ଘଟଣାକ୍ରମେ କେନ୍ଦ୍ର କ୍ୟାବିନେଟ ବୁଧବାର ୫ଜି ସ୍ପେକ୍ଟ୍ରମ ନିଲାମ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ନିଲାମ ଜରିଆରେ ସର୍ବୋଚ୍ଚ ମୂଲ୍ୟ ଦେବାକୁ ପ୍ରସ୍ତାବ ଦେଇଥିବା ବିଡରଙ୍କୁ ୫ଜି ସେବା ଦେଶରେ ପ୍ରଦାନ କରିବାର ଅଧିକାର ମିଳିବ। ଆସନ୍ତାବର୍ଷ ସୁଦ୍ଧା ଦେଶର ଜନସାଧାରଣ ଓ ଉଦ୍ୟୋଗ ସମୂହ ଏହି ସେବା ପାଇପାରିବେ। ୫ଜିର ବେଗ ୪ଜିଠାରୁ ୧୦ […]

ନୂଆଦିଲ୍ଲୀ : ଏକ ଗୁରୁତ୍ବପୂର୍ଣ୍ଣ ଘଟଣାକ୍ରମେ କେନ୍ଦ୍ର କ୍ୟାବିନେଟ ବୁଧବାର ୫ଜି ସ୍ପେକ୍ଟ୍ରମ ନିଲାମ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ କମିଟି ବୈଠକରେ ଏ ସମ୍ପର୍କରେ ନିଷ୍ପତ୍ତି ନିଆଯାଇଛି। ନିଲାମ ଜରିଆରେ ସର୍ବୋଚ୍ଚ ମୂଲ୍ୟ ଦେବାକୁ ପ୍ରସ୍ତାବ ଦେଇଥିବା ବିଡରଙ୍କୁ ୫ଜି ସେବା ଦେଶରେ ପ୍ରଦାନ କରିବାର ଅଧିକାର ମିଳିବ। ଆସନ୍ତାବର୍ଷ ସୁଦ୍ଧା ଦେଶର ଜନସାଧାରଣ ଓ ଉଦ୍ୟୋଗ ସମୂହ ଏହି ସେବା ପାଇପାରିବେ। ୫ଜିର ବେଗ ୪ଜିଠାରୁ ୧୦ ଗୁଣା ଅଧିକ ରହିବ। ଏଥିରେ ୧୦ ସେକେଣ୍ଡ୍‌ରେ ଡାଉନ୍‌ଲୋଡ୍‌ ହେବ ୨ଜି ଫିଲ୍ମ । ଆହୁରିମଧ୍ୟ ଏଥିରେ ମୋଟ ୭୨୦୯୭.୮୫ ମେଗାହର୍ଜ ସ୍ପେକ୍ଟ୍ରମ ୨ଠ ବର୍ଷ ପାଇଁ ନିଲାମ କରାଯିବ। ୨ଠ୧୫ରେ ସମଗ୍ର ଦେଶରେ ୪ଜି ସେବାର ଦ୍ରୁତ ସମ୍ପ୍ରସାରଣ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଅବସରପ୍ରାପ୍ତ ଏୟାର ମାର୍ଶଲ ଜିତେନ୍ଦ୍ର ମିଶ୍ର ହେଲେ ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ସିଇଓ

୨ଠ୧୪ରେ ଦେଶରେ ବ୍ରଡବ୍ୟାଣ୍ଡ ବ୍ୟବହାରକାରୀଙ୍କ ସଂଖ୍ୟା ୧ଠ କୋଟି ଥିବାବେଳେ ଏବେ ଏହା ୮ଠ କୋଟିରେ ପହଞ୍ଚିଛି। ସ୍ୱଦେଶୀ କାରିଗରୀ ଜ୍ଞାନକୌଶଳ ଓ ପ୍ରଯୁକ୍ତି ଦ୍ୱାରା ଭାରତ ୪ଜିରୁ ୫ଜି ଟେକ୍ନୋଲୋଜିକୁ ପ୍ରବେଶ କରୁଛି। ଘରୋଇ ୫ଜି ଟେକ୍ନୋଲୋଜି ସେବା ଆରମ୍ଭ କରିବାକୁ ସରକାର ଦେଶର ୮ଟି ଶ୍ରେଷ୍ଠ ଟେକ୍ନୋଲୋଜି ପ୍ରତିଷ୍ଠାନରେ ୫ଜି ଟେଷ୍ଟ ବେଡ୍‌ ସେଟ୍‌ ଅପ୍‌ (ପରୀକ୍ଷାମୂଳକ ବ୍ୟବସ୍ଥା) ସ୍ଥାପନ ୫ଜି ସେବା ଦେଶରେ ନ୍ୟୁ ଏଜ୍‌ ବିଜନେସ ସୃଷ୍ଟି କରିବାର ସାମର୍ଥ୍ୟ ରଖିବ। ସ୍ପେକ୍ଟ୍ରମ ନିଲାମ କାମ ୨୦୨୨ ଜୁଲାଇ ଶେଷ ସୁଦ୍ଧା ଶେଷ ହେବ। ୬୦୦, ୭୦୦, ୮୦୦, ୯୦୦, ୧୮୦୦, ୨୧୦୦ ଓ ୨୩୦୦ ମେଗାହର୍ଜ ଆଦି ବିଭିନ୍ନ ବର୍ଗରେ ଏହି ସ୍ପେକ୍ଟ୍ରମ ନିଲାମ କରାଯିବ। ମଧ୍ୟମ ବର୍ଗରେ ୩୩୦୦ ମେଗାହର୍ଜ ଓ ଉଚ୍ଚ ବର୍ଗରେ ୨୬ (ଗିଗାହର୍ଜ) ଫ୍ରିକୁଏନ୍ସି ବ୍ୟାଣ୍ଡ ମଧ୍ୟ ନିଲାମ ପାଇଁ ଉପଲବ୍ଧ ହେବ।

ଆହୁରି ପଢ଼ନ୍ତୁ: ନେପାଳରେ ଭୟାବହ ବନ୍ୟା: ଜଳବାୟୁ କ୍ଷତିପୂରଣ ପାଇଁ ଭାରତ, ଚୀନ୍ ଏବଂ ଆମେରିକାକୁ ଦାୟୀ କଲା ନେପାଳ

ଆଶା କରାଯାଉଛି ଯେ ମଧ୍ୟମ ଓ ଉଚ୍ଚ ବ୍ୟାଣ୍ଡ ସ୍ପେକ୍ଟ୍ରମକୁ ଟେଲିଫୋନ ସେବା ଯୋଗାଣକାରୀ ବ୍ୟବହାର କରି ଦେଶରେ ୫ଜି ସେବା ଯୋଗାଣ ଆରମ୍ଭ କରିବେ। ଏହି ୫ଜି ସେବା ଅଧିକ ବେଗ (ସ୍ପିଡ) ଓ ଦକ୍ଷତା ପ୍ରଦାନ କରିବାକୁ ସମର୍ଥ। ବର୍ତ୍ତମାନର ୪ଜି ସେବାଠାରୁ ଏହା ୧ଠ ଗୁଣ ଦ୍ରୁତତ୍ତର ବେଗ ପ୍ରଦାନ କରିବାକୁ ସକ୍ଷମ। ଆଗାମୀ ନିଲାମରେ ସ୍ପେକ୍ଟ୍ରମ ବ୍ୟବହାର ଦେୟ (ଏସ୍‌ୟୁସି)କୁ ଶୂନ୍ୟ କରାଯିବ । ଅର୍ଥାତ ସ୍ପେକ୍ଟ୍ରମ ବ୍ୟବହାର ବାବଦ ଦେୟ ବ୍ୟବସ୍ଥା ଆଉ ରହିବନାହିଁ । ତେଣୁ ଏହାଦ୍ୱାରା ନିଲାମଧାରୀ ସେବା ପ୍ରଦାନକାରୀମାନଙ୍କଠୁ ପରିଚାଳନା ଖର୍ଚ୍ଚ ହ୍ରାସ ପାଇବ। ଆହୁରି ମଧ୍ୟ ନିଲାମ ପାଇଁ ବିଡରଙ୍କୁ ଯେଉଁ ଆର୍ଥିକ ବ୍ୟାଙ୍କ ଗ୍ୟାରେଣ୍ଟି ଆଉ ଦେବାକୁ ପଡୁଥିଲା ତାହା ଆଉ ଦେବାକୁ ହେବ ନାହିଁ।

ଆହୁରି ପଢ଼ନ୍ତୁ: କେଉଁଠି ଘର ନାହିଁ, କେଉଁଠି ଛାତ ନାହିଁ, କେଉଁଠି ଗଳି ନାହିଁ—ଯେଉଁଠି ଦେଖିବେ ସେଇଠି ପ୍ରକୃତିର କରାଳ ରୂପ !

ଆଗରୁ ଏ ବାବଦରେ ନିଲାମଧାରୀଙ୍କୁ ନିଲାମର ବାର୍ଷିକ କିସ୍ତି ସହିତ ସମାନ ପରିମାଣର ଅର୍ଥ ରାଶି ଜମା କରିବାକୁ ପଡୁଥିଲା। ପ୍ରଥମ ଥର ପାଇଁ ସଫଳ ବିଡରଙ୍କୁ ସିଧାସଳଖ ସବୁ ଅର୍ଥ ଜମା ଦେବାକୁ ପଡ଼ିବ ନାହିଁ । ସେମାନେ ସମାନ ୨ଠ କିସ୍ତିରେ ପ୍ରତିବର୍ଷ ଆରମ୍ଭରେ ଅଗ୍ରିମ ଏହି ଅର୍ଥ ଦାଖଲ କରିବେ। ଯଦି କେହି ନିଲାମଧାରୀ ୧ଠ ବର୍ଷ ପରେ ସ୍ପେକ୍ଟ୍ରମ ଫେରାଇବାକୁ ଚାହାନ୍ତି ସେଥିପାଇଁ ତାଙ୍କୁ ସୁଯୋଗ ମିଳିବ । ସ୍ପେକ୍ଟ୍ରମ ଫେରାଇବା ପୂର୍ବରୁ ସଂଯୁକ୍ତ ନିଲାମଧାରୀଙ୍କୁ ପରିଶୋଧ ହୋଇ ନ ଥିବା ସମସ୍ତ ଦେୟ ପୈଠ କରିବାକୁ ହେବ । ତେବେ ଅବଶିଷ୍ଟ ୧ଠ ବର୍ଷ ପାଇଁ ତାଙ୍କୁ ଆଉ କିସ୍ତି ଦେବାକୁ ପଡ଼ିବନାହିଁ।

 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର