୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କଲା କେନ୍ଦ୍ର

The Sakala Picture
Published On

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ଖରିଫ୍ ଫସଲ ଏମଏସପି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।  ଏନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି  । କେନ୍ଦ୍ର ମନ୍ତ୍ରୀଙ୍କ ସୂଚନା ଅନୁସାରେ ସରକାର ଧାନ, କପା, ସୋୟାବିନ୍ ଏବଂ ମଟର ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP ବୃଦ୍ଧି କରିଛନ୍ତି । ଧାନର ନୂତନ ସର୍ବନିମ୍ନ ସହାୟକ ମୂଲ୍ୟ ୨୩୬୯ ଟଙ୍କା ସ୍ଥିର ହୋଇଛି ।  ଯାହା ପୂର୍ବ […]

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ ବୈଠକରେ ଖରିଫ୍ ଫସଲ ଏମଏସପି ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।  ଏନେଇ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ସୂଚନା ଦେଇଛନ୍ତି  । କେନ୍ଦ୍ର ମନ୍ତ୍ରୀଙ୍କ ସୂଚନା ଅନୁସାରେ ସରକାର ଧାନ, କପା, ସୋୟାବିନ୍ ଏବଂ ମଟର ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବା MSP ବୃଦ୍ଧି କରିଛନ୍ତି ।

ଆହୁରି ପଢ଼ନ୍ତୁ: ଗାନ୍ଧୀ ପରିବାର ବିରୋଧରେ ବିବାଦୀୟ ଟିପ୍ପଣୀ: ବିଜେପି ସାଂସଦ କଙ୍ଗନା ରାନାୱତଙ୍କ ବିରୋଧରେ FIR ରୁଜୁ

ଧାନର ନୂତନ ସର୍ବନିମ୍ନ ସହାୟକ ମୂଲ୍ୟ ୨୩୬୯ ଟଙ୍କା ସ୍ଥିର ହୋଇଛି ।  ଯାହା ପୂର୍ବ ସର୍ବନିମ୍ନ ସହାୟକ ମୂଲ୍ୟ ଅପେକ୍ଷା ୬୯ ଟଙ୍କା ଅଧିକ। କପାର ନୂଆ ସର୍ବନିମ୍ନ ସହାୟକ ମୂଲ୍ୟ ୭,୭୧୦ ଟଙ୍କା ସ୍ଥିର କରାଯାଇଛି । କପାର ଆଉ ଏକ ପ୍ରକାରର ମଧ୍ୟ ଏମଏସପି ବୃଦ୍ଧି ହୋଇ ୮,୧୧୦ ଟଙ୍କା କରାଯାଇଛି ।  ଯାହା ପୂର୍ବ ଅପେକ୍ଷା ୫୮୯ ଟଙ୍କା ଅଧିକ।  ତେବେ ଏମଏସପି ବୃଦ୍ଧି କାରଣରୁ ସରକାରଙ୍କ ଉପରେ ୨ ଲକ୍ଷ ୭ ହଜାର କୋଟି ଟଙ୍କାର ବୋଝ ପଡ଼ିବ। ଯାହା ପୂର୍ବ ଫସଲ ଋତୁ ତୁଳନାରେ ୭ ହଜାର କୋଟି ଟଙ୍କା ଅଧିକ ।

ଆହୁରି ପଢ଼ନ୍ତୁ: ଉତ୍ତରାଖଣ୍ଡରେ ଭୟଙ୍କର ସଡ଼କ ଦୁର୍ଘଟଣା: ବ୍ରିଜ୍ ଉପରୁ ୧୦୦ ମିଟର ତଳକୁ ଖସିଲା ବସ୍, ୮ ମୃତ

ଏଥର ୨୦୨୫-୨୬ ଖରିଫ ଋତୁ ପାଇଁ ଏମଏସପିକୁ କ୍ୟାବିନେଟ୍ ଅନୁମୋଦନ କରିଛି ।  ମୋଟ ବ୍ୟୟ ପରିମାଣ ପ୍ରାୟ ୨,୦୭,୦୦୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ପ୍ରତ୍ୟେକ ଫସଲ ପାଇଁ ଖର୍ଚ୍ଚ ସହିତ ୫୦ ପ୍ରତିଶତ ହିସାବରେ ନିଆଯାଇଛି ।

ଆହୁରି ପଢ଼ନ୍ତୁ: କୁଲଗାମରେ ସୁରକ୍ଷା ବାହିନୀଙ୍କ ଏନକାଉଣ୍ଟରରେ ଲସ୍କର ଆତଙ୍କବାଦୀ ଲତିଫ୍ ଭଟ୍ଟ ନିହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର