ଜୁଲାଇ ୧୩ରେ ଲଞ୍ଚ୍ ହେବ ଚନ୍ଦ୍ରାୟନ-୩, ଇସ୍ରୋ କଲା ଘୋଷଣା

The Sakala Picture
Published On

ନୂଆଦିଲ୍ଲୀ: ‘ଚନ୍ଦ୍ରୟାନ-୩’ ମିଶନ ଜୁଲାଇ ୧୩ରେ ଲଞ୍ଚ ହେବ। ସୋମବାର ଏନେଇ ଇସ୍ରୋ ଚେୟାରମ୍ୟାନ ଏସ୍‌. ସୋମନାଥ ସୂଚନା ଦେଇଛନ୍ତି। ସୋମନାଥ କହିଛନ୍ତି, ଆମେ ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କରିବାକୁ ସକ୍ଷମ ହେବୁ। ପରିସ୍ଥିତି ଅନୁସାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଉତକ୍ଷେପଣ ପାଇଁ ଉଦ୍ୟମ କରାଯିବ। ଚନ୍ଦ୍ରଯାନ ଚନ୍ଦ୍ରରେ ଏକ ସଫ୍ଟ ଲାଣ୍ଡିଂ କରିବାରେ ସକ୍ଷମ ହେବ ବୋଲି ସେ କହିଛନ୍ତି। ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ସାରିଛି। […]

ନୂଆଦିଲ୍ଲୀ: ‘ଚନ୍ଦ୍ରୟାନ-୩’ ମିଶନ ଜୁଲାଇ ୧୩ରେ ଲଞ୍ଚ ହେବ। ସୋମବାର ଏନେଇ ଇସ୍ରୋ ଚେୟାରମ୍ୟାନ ଏସ୍‌. ସୋମନାଥ ସୂଚନା ଦେଇଛନ୍ତି। ସୋମନାଥ କହିଛନ୍ତି, ଆମେ ଚନ୍ଦ୍ରରେ ସଫ୍ଟ ଲ୍ୟାଣ୍ଡି କରିବାକୁ ସକ୍ଷମ ହେବୁ। ପରିସ୍ଥିତି ଅନୁସାରେ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଉତକ୍ଷେପଣ ପାଇଁ ଉଦ୍ୟମ କରାଯିବ। ଚନ୍ଦ୍ରଯାନ ଚନ୍ଦ୍ରରେ ଏକ ସଫ୍ଟ ଲାଣ୍ଡିଂ କରିବାରେ ସକ୍ଷମ ହେବ ବୋଲି ସେ କହିଛନ୍ତି। ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ସାରିଛି। LVM-3 ରକେଟ ଯୋଗେ ଚନ୍ଦ୍ରାୟନ-୩ ଉତକ୍ଷେପଣ କରାଯିବ।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

ଏହି ଅଭିଯାନ ଲାଗି ଆବଶ୍ୟକ ଏକ ସ୍ବଦେଶୀ ଲ୍ୟାଣ୍ଡର ମଡ୍ୟୁଲ, ଏକ ପ୍ରପଲସନ ମଡ୍ୟୁଲ ଓ ଏକ ରୋଭର। ଚନ୍ଦ୍ରପୃଷ୍ଠରେ ସେଫ ଓ ସଫ୍ଟ ଲ୍ୟାଣ୍ଡିଂ ଓ ରୋଭିଂକୁ ଅଧିକ ସୁଗମ କରିବା ଲାଗି ଚନ୍ଦ୍ରୟାନ-୩ ଅଭିଯାନ ଆରମ୍ଭ ହେବ। ଏହା ସହ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି ଲାଗି ଏହି ଅଭିଯାନ ଉଦ୍ଦିଷ୍ଟ। ୨୦୦୮-୦୯ରେ ଚନ୍ଦ୍ରୟାନ-୧ ହୋଇଥିବାବେଳେ ଚନ୍ଦ୍ର ପୃଷ୍ଠରେ ଜଳର ସନ୍ଧାନ ମିଳିଥିଲା। ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା। ମାତ୍ର ଚନ୍ଦ୍ରୟାନ-୨ରେ ଚନ୍ଦ୍ର ପୃଷ୍ଠକୁ ପଠାଯାଇଥିବା ଅର୍ବିଟର ଏବେ ବି ସଫଳତାର ସହ କାର୍ଯ୍ୟ କରୁଛି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର