‘ସ୍ୱଚ୍ଛ ଭାରତ ଅଭିଯାନ-ଅର୍ବାନ୍‌ ୨.୦’ରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୦୨୨ ଶେଷ ସୁଦ୍ଧା ରାଜ୍ୟର ସବୁ ଘରକୁ ବିଶୁଦ୍ଧ ପାନୀୟ ଜଳ

The Sakala Picture
Published On

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ୨.୦ ଅଭିଯାନର ଶୁଭାରମ୍ଭ କରିଛନ୍ତି । ସ୍ୱଚ୍ଛ ଭାରତ ମିଶନ ପ୍ରଥମ ଭାଗରେ ଗ୍ରାମାଞ୍ଚଳ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିବା ବେଳେ ଦ୍ୱିତୀୟ ଭାଗରେ ସହରାଂଚଳ ସ୍ୱଚ୍ଛତା ଉପରେ ଫୋକସ୍ କରାଯିବ। ପ୍ରତ୍ୟେକ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ସହରଗୁଡ଼ିକ ପ୍ରଦୁଷଣମୁକ୍ତ ଏହି ମିଶନର ପ୍ରଥମ ଲକ୍ଷ୍ୟ ରହିବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇ ନିଜ ନିଜ ରାଜ୍ୟରେ […]

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ୨.୦ ଅଭିଯାନର ଶୁଭାରମ୍ଭ କରିଛନ୍ତି । ସ୍ୱଚ୍ଛ ଭାରତ ମିଶନ ପ୍ରଥମ ଭାଗରେ ଗ୍ରାମାଞ୍ଚଳ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିବା ବେଳେ ଦ୍ୱିତୀୟ ଭାଗରେ ସହରାଂଚଳ ସ୍ୱଚ୍ଛତା ଉପରେ ଫୋକସ୍ କରାଯିବ। ପ୍ରତ୍ୟେକ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ସହରଗୁଡ଼ିକ ପ୍ରଦୁଷଣମୁକ୍ତ ଏହି ମିଶନର ପ୍ରଥମ ଲକ୍ଷ୍ୟ ରହିବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇ ନିଜ ନିଜ ରାଜ୍ୟରେ ସ୍ୱଚ୍ଛତା ଅଭିଯାନକୁ କିଭଳି ସଫଳତାପୂର୍ବକ କାର୍ଯ୍ୟକାରୀ କରାଯିବ ସେନେଇ ମତ ରଖିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୨ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଘରେ ସ୍ୱଚ୍ଛ ପାନୀୟ ଜଳ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର।

ଆହୁରି ପଢ଼ନ୍ତୁ: ମୁମ୍ବାଇ ATSର ବଡ଼ କାର୍ଯ୍ୟାନୁଷ୍ଠାନ: ଜୈଶ-ଇ-ମହମ୍ମଦ ଓ ISIS ସହ ଲିଙ୍କ୍ ଥିବା ଇଞ୍ଜିନିୟରିଂ ଛାତ୍ର ଗିରଫ

ସହରାଞ୍ଚଳକୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି । ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଟାର୍ଗେଟ୍‌ ହାସଲ କରିବା ପାଇଁ ୨୦୧୫ରୁ ଓଡ଼ିଶାରେ ଅମୃତ ମିଶନ୍ କାର୍ଯ୍ୟକାରୀ ହେଉଛି। ରାଜ୍ୟର ୯ଟି ସହରରେ ଏହି ଯୋଜନାରେ ପାନୀୟ ଜଳ ବ୍ୟବସ୍ଥାର ଉନ୍ନତି କରାଯାଉଛି । ଏଥିସହ ରାଜ୍ୟ ସରକାର ସହରାଞ୍ଚଳ ପାନୀୟ ଜଳ ଯୋଗାଣ ପାଇଁ ୧୬ଶହ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଅମୃତ ମିଶନ୍ କାର୍ଯ୍ୟକାରିତାରେ ଓଡ଼ିଶା କ୍ରମାଗତ ଭାବେ ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରୁଛି । ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ନିଜସ୍ୱ ବସୁଧା ଯୋଜନା ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୨୭ଟି ସହରରେ ଶତ ପ୍ରତିଶତ ଘରକୁ ପାଇପ୍‌ ପାଣି ଯୋଗାଇ ଦିଆଯାଇଛି । ପାଇପ୍ ପାଣି ସହ ଆବର୍ଜନାମୁକ୍ତ ସହରାଞ୍ଚଳ ପାଇଁ ମଧ୍ୟ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଏଥି ସହିତ ରାଜ୍ୟରେ ୫-ଟି କାର୍ଯ୍ୟକ୍ରମରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍ ମିଶନ୍ ଆରମ୍ଭ ହୋଇଛି । ସାରା ଦେଶରେ ପୁରୀ ପ୍ରଥମ ସହର ଭାବେ ପ୍ଲାଷ୍ଟିକମୁକ୍ତ ଓ ଡ୍ରିଙ୍କ ଫ୍ରମ ଟ୍ୟାପ ମିଶନ୍‌ କାର୍ଯ୍ୟକାରୀ କରି ଲଣ୍ଡନ, ଟୋକିଓ ଓ ୟୁକେ ସହ ସମାନ ହୋଇପାରିଛି । କଟକ, ଭୁବନେଶ୍ୱର ଓ ରାଉରକେଲା ସମେତ ୧୭ଟି ସହରରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନ କାର୍ଯ୍ୟକାରୀ ହେଉଛି । ଆବର୍ଜନାମୁକ୍ତ ପାଇଁ ୫୫ଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ହୋଇଛି । ଏଥିରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନେ ସହଭାଗୀ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏସବିଏମ୍‌ୟୁ-୨.୦ ଓ ଅମୃତ ୨.୦ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ଏସବୁ ଯୋଜନାର ସଫଳ କାର୍ଯ୍ୟକାରିତାକୁ ନେଇ  ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାଟନାରେ ଲଜ୍ଜା: ମାନେରରେ ଟ୍ୟୁସନ ଶିକ୍ଷକଙ୍କ ଦୁଷ୍କର୍ମ ଶିକାର ହେଲେ ନାବାଳିକା ଛାତ୍ରୀ, ଅଭିଯୁକ୍ତ ଫେରାର

01 Oct 2021 By The Sakala

‘ସ୍ୱଚ୍ଛ ଭାରତ ଅଭିଯାନ-ଅର୍ବାନ୍‌ ୨.୦’ରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨୦୨୨ ଶେଷ ସୁଦ୍ଧା ରାଜ୍ୟର ସବୁ ଘରକୁ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱଚ୍ଛ ଭାରତ ମିଶନ ୨.୦ ଅଭିଯାନର ଶୁଭାରମ୍ଭ କରିଛନ୍ତି । ସ୍ୱଚ୍ଛ ଭାରତ ମିଶନ ପ୍ରଥମ ଭାଗରେ ଗ୍ରାମାଞ୍ଚଳ ସ୍ୱଚ୍ଛତା ଉପରେ ଗୁରୁତ୍ୱ ଦିଆଯାଇଥିବା ବେଳେ ଦ୍ୱିତୀୟ ଭାଗରେ ସହରାଂଚଳ ସ୍ୱଚ୍ଛତା ଉପରେ ଫୋକସ୍ କରାଯିବ। ପ୍ରତ୍ୟେକ ସହରରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ଓ ସହରଗୁଡ଼ିକ ପ୍ରଦୁଷଣମୁକ୍ତ ଏହି ମିଶନର ପ୍ରଥମ ଲକ୍ଷ୍ୟ ରହିବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହୋଇ ନିଜ ନିଜ ରାଜ୍ୟରେ ସ୍ୱଚ୍ଛତା ଅଭିଯାନକୁ କିଭଳି ସଫଳତାପୂର୍ବକ କାର୍ଯ୍ୟକାରୀ କରାଯିବ ସେନେଇ ମତ ରଖିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୨ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ଘରେ ସ୍ୱଚ୍ଛ ପାନୀୟ ଜଳ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର।

ସହରାଞ୍ଚଳକୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ଓ ଆବର୍ଜନାମୁକ୍ତ କରିବା ପାଇଁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି । ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ଏହି ଟାର୍ଗେଟ୍‌ ହାସଲ କରିବା ପାଇଁ ୨୦୧୫ରୁ ଓଡ଼ିଶାରେ ଅମୃତ ମିଶନ୍ କାର୍ଯ୍ୟକାରୀ ହେଉଛି। ରାଜ୍ୟର ୯ଟି ସହରରେ ଏହି ଯୋଜନାରେ ପାନୀୟ ଜଳ ବ୍ୟବସ୍ଥାର ଉନ୍ନତି କରାଯାଉଛି । ଏଥିସହ ରାଜ୍ୟ ସରକାର ସହରାଞ୍ଚଳ ପାନୀୟ ଜଳ ଯୋଗାଣ ପାଇଁ ୧୬ଶହ କୋଟି ଟଙ୍କାର ବ୍ୟୟ ବରାଦ କରିଛନ୍ତି । ଅମୃତ ମିଶନ୍ କାର୍ଯ୍ୟକାରିତାରେ ଓଡ଼ିଶା କ୍ରମାଗତ ଭାବେ ଗତ ୩ ବର୍ଷ ହେଲା ପ୍ରଥମ ସ୍ଥାନ ଅଧିକାର କରୁଛି । ରାଜ୍ୟର ସମସ୍ତ ୧୧୪ଟି ସହରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ନିଜସ୍ୱ ବସୁଧା ଯୋଜନା ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାରେ ୨୭ଟି ସହରରେ ଶତ ପ୍ରତିଶତ ଘରକୁ ପାଇପ୍‌ ପାଣି ଯୋଗାଇ ଦିଆଯାଇଛି । ପାଇପ୍ ପାଣି ସହ ଆବର୍ଜନାମୁକ୍ତ ସହରାଞ୍ଚଳ ପାଇଁ ମଧ୍ୟ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ଏଥି ସହିତ ରାଜ୍ୟରେ ୫-ଟି କାର୍ଯ୍ୟକ୍ରମରେ ଡ୍ରିଙ୍କ ଫ୍ରମ୍‌ ଟ୍ୟାପ୍ ମିଶନ୍ ଆରମ୍ଭ ହୋଇଛି । ସାରା ଦେଶରେ ପୁରୀ ପ୍ରଥମ ସହର ଭାବେ ପ୍ଲାଷ୍ଟିକମୁକ୍ତ ଓ ଡ୍ରିଙ୍କ ଫ୍ରମ ଟ୍ୟାପ ମିଶନ୍‌ କାର୍ଯ୍ୟକାରୀ କରି ଲଣ୍ଡନ, ଟୋକିଓ ଓ ୟୁକେ ସହ ସମାନ ହୋଇପାରିଛି । କଟକ, ଭୁବନେଶ୍ୱର ଓ ରାଉରକେଲା ସମେତ ୧୭ଟି ସହରରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ମିଶନ କାର୍ଯ୍ୟକାରୀ ହେଉଛି । ଆବର୍ଜନାମୁକ୍ତ ପାଇଁ ୫୫ଟି ଟ୍ରିଟମେଣ୍ଟ ପ୍ଲାଣ୍ଟ ହୋଇଛି । ଏଥିରେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀମାନେ ସହଭାଗୀ ହୋଇଛନ୍ତି ବୋଲି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏସବିଏମ୍‌ୟୁ-୨.୦ ଓ ଅମୃତ ୨.୦ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାରେ ଏସବୁ ଯୋଜନାର ସଫଳ କାର୍ଯ୍ୟକାରିତାକୁ ନେଇ  ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର