ଅରୁଣାଚଳରେ ଚୀନର ଦାଦାଗିରି: ୧୧ଟି ସ୍ଥାନର ନାମ ବଦଳାଇ ଏହାକୁ ‘ଦକ୍ଷିଣ ତିବ୍ବତ’ ବୋଲି କହିଲା ଚୀନ୍

The Sakala Picture
Published On

ନୂଆଦିଲ୍ଲୀ: ଅରୁଣାଚଳରେ ପୁଣି ଚୀନର ଦାଦାଗିରି । ୧୧ ସ୍ଥାନର ନାମ ବଦଳାଇ ଏହାକୁ ଦକ୍ଷିଣ ତିବ୍ବତ ବୋଲି କହିଛି ଚୀନ୍ । ଚୀନ ନାଗରିକ ମନ୍ତ୍ରଣାଳୟ ପକ୍ଷରୁ ୧୧ସ୍ଥାନର ନାମ ଜାରି କରାଯାଇଛି । ଦୁଇଟି ଭୂମି କ୍ଷେତ୍ର, ଦୁଇଟି ଜନବସତି କ୍ଷେତ୍ର, ୫ଟି ପର୍ବତାଞ୍ଚଳ ଓ ଦୁଇଟି ନଦୀର ନାଁ ଜାରି କକରାଯାଇଛି । ଚୀନର ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସରେ ଏ ନେଇ ପ୍ରକାଶିତ ରିପୋର୍ଟରେ ଏହି ନାମ ପରିବର୍ତ୍ତନକୁ ତୃତୀୟ ପର୍ଯ୍ଯାୟ […]

ନୂଆଦିଲ୍ଲୀ: ଅରୁଣାଚଳରେ ପୁଣି ଚୀନର ଦାଦାଗିରି । ୧୧ ସ୍ଥାନର ନାମ ବଦଳାଇ ଏହାକୁ ଦକ୍ଷିଣ ତିବ୍ବତ ବୋଲି କହିଛି ଚୀନ୍ । ଚୀନ ନାଗରିକ ମନ୍ତ୍ରଣାଳୟ ପକ୍ଷରୁ ୧୧ସ୍ଥାନର ନାମ ଜାରି କରାଯାଇଛି । ଦୁଇଟି ଭୂମି କ୍ଷେତ୍ର, ଦୁଇଟି ଜନବସତି କ୍ଷେତ୍ର, ୫ଟି ପର୍ବତାଞ୍ଚଳ ଓ ଦୁଇଟି ନଦୀର ନାଁ ଜାରି କକରାଯାଇଛି ।

ଆହୁରି ପଢ଼ନ୍ତୁ: ନେପାଳରେ ବନ୍ୟାର ତାଣ୍ଡବ: ୭୫୦୦ରୁ ଅଧିକ ଘର ଧ୍ୱଂସ, ରାସ୍ତା ଓ ପୋଲ ଭାଙ୍ଗିବା ଯୋଗୁଁ ବିପୁଳ କ୍ଷତି

ଚୀନର ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସରେ ଏ ନେଇ ପ୍ରକାଶିତ ରିପୋର୍ଟରେ ଏହି ନାମ ପରିବର୍ତ୍ତନକୁ ତୃତୀୟ ପର୍ଯ୍ଯାୟ ବୋଲି କୁହାଯାଇଛି । ୨୦୧୭ ରେ ୬ଟି ଓ ୨୦୨୧ରେ ୧୫ଟି ସ୍ଥାନର ନାମକୁ ଚୀନ ପରିବର୍ତ୍ତନ କରିଥିଲା ବୋଲି ଏହି ରିପୋର୍ଟରେ ଉଲ୍ଲେଖ ରହିଛି । ପୂର୍ବରୁ ଚୀନର ଏହି କାରନାମାକୁ ଭାରତ ବିରୋଧ କରିଆସିଛି ।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ଅରୁଣାଚଳ ଭାରତର ଅଭିନ୍ନ ଅଙ୍ଗ । ନାମ ପରିବର୍ତ୍ତନ କରିଦେଲେ ତଥ୍ୟ ବଦଳିବ ନାହିଁ ବୋଲି ଭାରତ ପକ୍ଷରୁ କୁହାଯାଇଛି । ଚୀନ ଭାରତ ମଧ୍ୟରେ ୩୪ଶହ ୮୮ କିମି ଲମ୍ବର ସୀମା ଅଞ୍ଚଳ ରହିଛି। ଇଷ୍ଟର୍ଣ୍ଣ, ମିଡିଲ ଓ ଓ୍ବେଷ୍ଟର୍ଣ୍ଣ ନାମରେ ଏହି ସୀମାକୁ ବିଭାଜନ କରାଯାଇଛି । ଇଷ୍ଟର୍ଣ୍ଣରେ ସିକ୍କିମ ଓ ଅରୁଣାଚଳର ୧୩ଶହ ୪୬କିମି ସୀମା ଚୀନ ସହ ରହିଥିବା ବେଳେ ମିଡିଲ ସେକ୍ଟରରେ ଅରୁଣାଚଳ ଓ ଉତ୍ତରାଖଣ୍ଡର ୫୪୫ କିମି ଓ ଓ୍ବେଷ୍ଟର୍ଣ୍ଣ ସେକ୍ଟରରେ ଲଦାଖର ୧୫ଶହ ୯୭କିମି ଲମ୍ବ ସୀମାଞ୍ଚଳ ରହିଛି। ଅରୁଣାଚଳ ପ୍ରଦେଶର ୯୦ହଜାର ବର୍ଗମିଟରକୁ ଚୀନ ନିଜର ବୋଲି ଦାବି କରିଆସୁଛି ।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର