ଶିମ୍ଲା: ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁଖବିନ୍ଦର ସିଂ ସୁଖୁ । ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୁକେଶ ଅଗ୍ନିହୋତ୍ରୀ । ଶପଥ ଗ୍ରହଣ ଉତ୍ସବରେ ରାଜ୍ୟପାଳ ତାଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଯାଇଛି । ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ସାଧାରଣ ସମ୍ପାଦକ ପ୍ରିୟଙ୍କା ଭଦ୍ର ମଧ୍ୟ ସାମିଲ ହୋଇଥିଲେ । କଂଗ୍ରେସ ନେତା ସୁଖବିନ୍ଦର ସିଂ ସୁଖୁ ହିମାଚଳ ପ୍ରଦେଶର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।
ଶିମଲାର ରିଜ ମୈଦାନରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଛି । ଏହି ଶପଥ କାର୍ଯ୍ୟକ୍ରମରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ମଧ୍ୟ ଉପସ୍ଥିତ ଥିଲେ ।