ପିଏମ୍-ସିଏମ୍ ଆଲୋଚନା: ଲକଡାଉନ ଆବଶ୍ଯକ ନାହିଁ, ମାଇକ୍ରୋ-କଣ୍ଟେନମେଣ୍ଟ ଜୋନ୍ ଉପରେ ଗୁରୁତ୍ୱ

The Sakala Picture
Published On

ନୂଆଦିଲ୍ଲୀ: କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। କୋଭିଡ୍ ସଂକ୍ରମଣକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଛନ୍ତି । ବୈଠକ ପରେ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି- କୋଭିଡ୍ ବିରୋଧରେ ପୁଣି ଯୁଦ୍ଧକାଳୀନ ଭିତ୍ତିରେ କାମ କରିବାର ଆବଶ୍ୟକତା ରହିଛି । ଆମେ ପାଖେ ଭଲ ଅନୁଭବ, ମାନବସମ୍ବଳ ଓ ଟିକା ଅଛି । କରୋନାର ଦ୍ୱିତୀୟ ଲହର ବିରୋଧରେ ଆମେ ଯୁଦ୍ଧ କରିବାର ଆବଶ୍ୟକତା ରହିଛି। ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼, ପଞ୍ଜାବ […]

ନୂଆଦିଲ୍ଲୀ: କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇଛି। କୋଭିଡ୍ ସଂକ୍ରମଣକୁ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିଛନ୍ତି । ବୈଠକ ପରେ ଦେଶବାସୀଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି- କୋଭିଡ୍ ବିରୋଧରେ ପୁଣି ଯୁଦ୍ଧକାଳୀନ ଭିତ୍ତିରେ କାମ କରିବାର ଆବଶ୍ୟକତା ରହିଛି । ଆମେ ପାଖେ ଭଲ ଅନୁଭବ, ମାନବସମ୍ବଳ ଓ ଟିକା ଅଛି । କରୋନାର ଦ୍ୱିତୀୟ ଲହର ବିରୋଧରେ ଆମେ ଯୁଦ୍ଧ କରିବାର ଆବଶ୍ୟକତା ରହିଛି।

ଆହୁରି ପଢ଼ନ୍ତୁ: ବାୟୁସେନାରୁ ଅବସର ନେଲେ ପାକିସ୍ତାନର F-16 ଖସାଇଥିବା ହିରୋ ଅଭିନନ୍ଦନ ବର୍ଦ୍ଧମାନ, ଘରୋଇ ଏୟାରଲାଇନ୍ସ FLY91 ରେ ସାମିଲ

ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼, ପଞ୍ଜାବ ଆଦି ରାଜ୍ୟରେ ସଂକ୍ରମଣ ଶିଖରରେ ରହିଛି । ଏହା ଏକ ଚିନ୍ତାର ବିଷୟ, ଲୋକ ଏଥିରେ ଅସ୍ତବ୍ୟସ୍ତ ହୋଇ ପଡ଼ିଛନ୍ତି। କିନ୍ତୁ, କିଛି କିଛି ରାଜ୍ୟରେ ପ୍ରଶାସନ ହୁଗୁଳା ହୋଇ ପଡ଼ିଛି। କୋଭିଡ୍ ସଂକ୍ରମଣକୁ ନିୟନ୍ତ୍ରଣ ଲାଗି ଟ୍ରେସିଂ ଓ ଟ୍ରାକିଂ ହେଉଛି ମାଧ୍ୟମ । ଆମେ ମାଇକ୍ରୋ-କଣ୍ଟେନମେଣ୍ଟ ଜୋନ୍ ଉପରେ ଧ୍ୟାନ ଦେବା ଆବଶ୍ୟକ । ଯେଉଁଠାରେ ରାତ୍ରୀକାଳୀନ କର୍ଫ୍ୟୁ ଲାଗିଛି ତାକୁ ‘କରୋନା କର୍ଫ୍ୟୁ’ ଆଲର୍ଟ ରହିବା । ରାତି ୯ଟାରୁ ସକାଳ ୬ଟା ଯାଏ କର୍ଫ୍ୟୁ ଲାଗୁ କରିବା ଉପରେ ମୋଦି ଗୁରୁତ୍ୱାରୋପ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଜମ୍ମୁ-କାଶ୍ମୀର ବଡ଼ଗାମରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ମିଳିତ ଅପରେସନରେ ଜଣେ ଆତଙ୍କବାଦୀ ନିହତ

ପିଏମ୍ ମୋଦି କରୋନା ଟେଷ୍ଟିଂ ଉପରେ ଗୁରୁତ୍ୱ ଦେଇଛନ୍ତି । ୭୦ ପ୍ରତିଶତ ଆରଟି-ପିସିଆର୍ କୋଭିଡ୍ ଟେଷ୍ଟ ଆମ ଲକ୍ଷ୍ୟ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ସଂକ୍ରମଣ ସଂଖ୍ୟା ବଢ଼ିଲେ ମଧ୍ୟ ଟେଷ୍ଟିଂ ବଢ଼ାଯିବା ଉଚିତ୍ । ମୃତ୍ୟୁହାର୍ କମ୍ ରହିବା ଉପରେ ସମସ୍ତେ ଧ୍ୟାନ ଦେବା ଦରକାର । ଏପ୍ରିଲ୍ ୧୧ରୁ ୧୪ ଯାଏ ଟିକା ଉତ୍ସବ ପାଳନ ପାଇଁ ପ୍ରଧାନମନ୍ତ୍ରୀ କହିଛନ୍ତି । ଏଥିସହ ସମସ୍ତେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବାକୁ ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ: କେନ୍ଦ୍ର ସରକାରଙ୍କୁ ସୋନମ ୱାଙ୍ଗଚୁକଙ୍କ ଅଲ୍ଟିମେଟମ୍: 'ଲଦାଖ ବିଲ୍' ପାଇଁ ଦେଲେ ଏକ ବର୍ଷର ମହଲତ

ଆମେ କରୋନା ଟେଷ୍ଟିଂକୁ ଭୁଲି ଯାଇ ଟିକାକରଣ ଉପରେ ଧ୍ୟାନ ଦେଇଥିବା ଏକ ସମସ୍ୟା ବୋଲି କହିଛନ୍ତି ମୋଦି । ଭ୍ୟାକ୍ସିନ୍ ବିନା ଆମେ କୋଭିଡ୍ ବିରୋଧୀ ଯୁଦ୍ଧ ଜିତି ପାରିବା ନାହିଁ । କିନ୍ତୁ ଆମକୁ ତା’ସହ କରୋନା ଟେଷ୍ଟିଂ ଉପରେ ଧ୍ୟାନ ଦେବାକୁ ପଡ଼ିବ ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଅପ୍ରିଲ୍‌ ୧୧ ହେଉଛି ବିଶିଷ୍ଟ ସମାଜସେବୀ ଜ୍ୟୋତିବା ଫୁଲେଙ୍କ ଜୟନ୍ତୀ ଏବଂ ୧୪ ଅପ୍ରେଲ୍‌ ହେଉଛି ବାବା ସାହେବ୍‌ ଆମ୍ବେଦକରଙ୍କ ଜୟନ୍ତୀ। ତେଣୁ ଅପ୍ରେଲ୍‌ ୧୧ରୁ ୧୪ ମଧ୍ୟରେ ଦେଶରେ ଟିକା ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର