ସ୍ଥଳଭାଗ ଛୁଇଁବା ପରେ ବାଂଲାଦେଶରେ ତାଣ୍ଡବ ରଚିଲା ବାତ୍ୟା ସିତ୍ରାଙ୍ଗ୍; ୧୦୦ କିଲୋମିଟର ବେଗରେ ବହିଲା ପବନ, ୭ ମୃତ

The Sakala Picture
Published On

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶର ବରିସାଲ୍‌ ନିକଟରେ ସ୍ଥଳଭାଗ ଛୁଇଁଛି। ବାଂଲାଦେଶର ତିନିକୋନା ଓ ସାନ୍ଦିପ ଦ୍ବୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା।ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ କିଲୋମିଟର ବେଗରେ ପବନ ବହୁଥିଲା। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗର ଦକ୍ଷିଣ ଓ ପୂର୍ବ ପ୍ରଗଣା ପ୍ରଭାବିତ ହୋଇଛି […]

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶର ବରିସାଲ୍‌ ନିକଟରେ ସ୍ଥଳଭାଗ ଛୁଇଁଛି। ବାଂଲାଦେଶର ତିନିକୋନା ଓ ସାନ୍ଦିପ ଦ୍ବୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା।ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ କିଲୋମିଟର ବେଗରେ ପବନ ବହୁଥିଲା। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗର ଦକ୍ଷିଣ ଓ ପୂର୍ବ ପ୍ରଗଣା ପ୍ରଭାବିତ ହୋଇଛି ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ଥାଣେ ଜିଲ୍ଲା ଭିୱାଣ୍ଡି ଖାଡ଼ି ନିକଟରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ, ପୋଲିସର ତଦନ୍ତ ଜାରି

ଉଚ୍ଚ ଜୁଆର ମାଡିଆସିବା ସହିତ ନିଉ ଦିଘା, ଦିଘା, ଉପକୂଳରେ ଥିବା ଦୋକାନ ବଜାର ମଧ୍ୟରେ ସମୁଦ୍ର ପାଣି ପଶିଛି। ବାଂଲାଦେଶର ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି । ବହୁ ସ୍ଥାନରେ ରାସ୍ତା କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି । ବହୁ ଘର ଭାଙ୍ଗିଥିବା ବେଳେ ବ୍ୟାପକ ଫସଲ ନଷ୍ଟ କରିଛି ବାତ୍ୟା । କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି । ତେବେ ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ସିତ୍ରାଙ୍ଗ ଦୁର୍ବଳ ହୋଇଛ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରୁ ତୀବ୍ର ଅବପାତ ଏବଂ ସଂଧ୍ୟାରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ଓଡ଼ିଶା ଉପକୂଳରୁ ସମାନ୍ତରାଳ ଭାବେ ସମୁଦ୍ର ଭିତରେ ୨୦୦ରୁ ୨୫୦ କିମି ଦୂରରେ ରହିଥିଲା ସି-ତ୍ରଙ୍ଗ। ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକର କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । କାଲି ସକାଳକୁ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ରହିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

25 Oct 2022 By The Sakala

ସ୍ଥଳଭାଗ ଛୁଇଁବା ପରେ ବାଂଲାଦେଶରେ ତାଣ୍ଡବ ରଚିଲା ବାତ୍ୟା ସିତ୍ରାଙ୍ଗ୍; ୧୦୦ କିଲୋମିଟର ବେଗରେ ବହିଲା ପବନ, ୭ ମୃତ

ନୂଆଦିଲ୍ଲୀ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସିତ୍ରାଙ୍ଗ୍ ଉତ୍ତର-ଉତ୍ତରପୂର୍ବ ଦିଗରେ ଗତି କରି ମଙ୍ଗଳବାର ଭୋରୁ ବାଂଲାଦେଶର ବରିସାଲ୍‌ ନିକଟରେ ସ୍ଥଳଭାଗ ଛୁଇଁଛି। ବାଂଲାଦେଶର ତିନିକୋନା ଓ ସାନ୍ଦିପ ଦ୍ବୀପପୁଞ୍ଜ ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା।ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୧୦୦ କିଲୋମିଟର ବେଗରେ ପବନ ବହୁଥିଲା। ବାତ୍ୟା ଯୋଗୁଁ ପ୍ରବଳ ପବନ ବର୍ଷାରେ ବାଂଲାଦେଶରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗର ଦକ୍ଷିଣ ଓ ପୂର୍ବ ପ୍ରଗଣା ପ୍ରଭାବିତ ହୋଇଛି ।

ଉଚ୍ଚ ଜୁଆର ମାଡିଆସିବା ସହିତ ନିଉ ଦିଘା, ଦିଘା, ଉପକୂଳରେ ଥିବା ଦୋକାନ ବଜାର ମଧ୍ୟରେ ସମୁଦ୍ର ପାଣି ପଶିଛି। ବାଂଲାଦେଶର ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଅନେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି । ବହୁ ସ୍ଥାନରେ ରାସ୍ତା କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଦ୍ୟୁତ ସରବରାହ ବାଧାପ୍ରାପ୍ତ ହୋଇଛି । ବହୁ ଘର ଭାଙ୍ଗିଥିବା ବେଳେ ବ୍ୟାପକ ଫସଲ ନଷ୍ଟ କରିଛି ବାତ୍ୟା । କିଛି ଲୋକ ଆହତ ହୋଇଥିବା ବେଳେ ସମସ୍ତଙ୍କୁ ନିରାପଦ ସ୍ଥାନକୁ ଆଣିବାକୁ ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି । ତେବେ ଲ୍ୟାଣ୍ଡଫଲ୍ ବେଳେ ବାତ୍ୟା ସିତ୍ରାଙ୍ଗ ଦୁର୍ବଳ ହୋଇଛ। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରୁ ତୀବ୍ର ଅବପାତ ଏବଂ ସଂଧ୍ୟାରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ଆକଳନ କରିଛି।

ଓଡ଼ିଶା ଉପକୂଳରୁ ସମାନ୍ତରାଳ ଭାବେ ସମୁଦ୍ର ଭିତରେ ୨୦୦ରୁ ୨୫୦ କିମି ଦୂରରେ ରହିଥିଲା ସି-ତ୍ରଙ୍ଗ। ଯାହାର ପ୍ରଭାବରେ ରାଜ୍ୟର ଉପକୂଳ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକର କିଛି ସ୍ଥାନରେ ବର୍ଷା ହୋଇପାରେ। ତେବେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । କାଲି ସକାଳକୁ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ରହିବନି ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି।

https://www.thesakala.in/national-international/cyclonic-storm-sitrang-made-landfall-in-bangladesh-7-died/article-16008
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର