ତାମିଲନାଡ଼ୁର ଏକ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ: ୬ ମୃତ, ୨୦ରୁ ଅଧିକ ଆହତ…

The Sakala Picture
Published On

ଚେନ୍ନାଇ: ତାମିଲନାଡ଼ୁର ଏକ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଡିଣ୍ଡିଗୁଲର ଏକ ଅର୍ଥୋପେଡିକ୍ ହସ୍ପିଟାଲ୍‌ରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ଥିବା ନେଇ ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି […]

ଚେନ୍ନାଇ: ତାମିଲନାଡ଼ୁର ଏକ ଘରୋଇ ହସ୍ପିଟାଲ୍‌ରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଡିଣ୍ଡିଗୁଲର ଏକ ଅର୍ଥୋପେଡିକ୍ ହସ୍ପିଟାଲ୍‌ରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୨ ମହିଳା ଓ ଜଣେ ଶିଶୁ ଥିବା ନେଇ ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛି ଅଗ୍ନିଶମ ବାହିନୀ ।

ଆହୁରି ପଢ଼ନ୍ତୁ: ଏୟାର ଇଣ୍ଡିଆ ବିମାନରେ ଆକସ୍ମିକ ବିପଦ: ନିଶାଗ୍ରସ୍ତ ପାଇଲଟ୍ ବହିଷ୍କୃତ, ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ

ସୂଚନା ଅନୁସାରେ, ଗତକାଲି ରାତି ପ୍ରାୟ ୧୦ଟା ସମୟରେ ତାମିଲନାଡୁର ଡିଣ୍ଡିଗୁଲର ଏକ ଘରୋଇ ହସ୍ପିଟାଲରେ ବଡ ଧରଣର ଅଗ୍ନିକାଣ୍ଡ ଘଟିଛି । ଖବରପାଇ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ଅଗ୍ନିଶମ ବାହିନୀ। ରିପୋର୍ଟ ଅନୁଯାୟୀ, ଡାକ୍ତରଖାନାରେ ଫସି ରହିଥିବା ପ୍ରାୟ ୧୦୦ ଲୋକଙ୍କୁ ଉଦ୍ଧାର କରିବା ପାଇଁ ତିନୋଟି ଅଗ୍ନିଶମ ବାହିନୀ ଗାଡି ନିୟୋଜିତ ହୋଇଥିଲା । ସେହିପରି ଲୋକଙ୍କୁ ସ୍ଥାନାନ୍ତର ପାଇଁ ୪୦ଟି ଆମ୍ବୁଲାନ୍ସ ନିୟୋଜିତ ହୋଇଥିଲା । ଅଗ୍ନିକାଣ୍ଡରେ ୬ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି।  ଆହତଙ୍କ ମଧ୍ୟରୁ ତିନିଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଅନ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଆହୁରି ପଢ଼ନ୍ତୁ: ମିଆମି ଏୟାରପୋର୍ଟରେ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ: ୫ ମୃତ, ୫ ଆହତ

 

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର