ସାଙ୍ଘାତିକ ସ୍ଥିତିରେ ଦିଲ୍ଲୀର ବାୟୁ ପ୍ରଦୂଷଣ, ଲାଗୁ ହେଲା ଅଡ୍‌-ଇଭେନ୍‌ ଫର୍ମୂଲା

The Sakala Picture
Published On

ନୂଆଦିଲ୍ଲୀ: ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି ଦିଲ୍ଲୀର ବାୟୁ । ଭୟଙ୍କର ବାୟୁ ପ୍ରଦୂଷଣ ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ଦିଲ୍ଲୀକୁ ଢ଼ାଙ୍କି ହୋଇ ରହିଛି ମୋଟା ଧୂଳି ଓ ଧୂଆଁର ଚାଦର। ଫଳରେ ଭଲଭାବେ ଦୃଶ୍ୟମାନ ହେଉନାହିଁ। ପ୍ରଦୂଷଣ ଏତେ ମାତ୍ରାରେ ବଢିଯାଇଛି ଯେ ରାସ୍ତାରେ ଗାଡିମଟର ଚଳାଚଳ କରିବା ମୁସକିଲ ହୋଇପଡିଛି। କବେଳ ସେତିକି ନୁହେଁ ନିଶ୍ୱାସ ନେବା ବି କଷ୍ଟକର ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ଏବେ ପୁଣିଥରେ ଅଡ୍-ଇଭେନ ଲାଗୁ […]

ନୂଆଦିଲ୍ଲୀ: ଦିନକୁ ଦିନ ବିଷାକ୍ତ ହେବାରେ ଲାଗିଛି ଦିଲ୍ଲୀର ବାୟୁ । ଭୟଙ୍କର ବାୟୁ ପ୍ରଦୂଷଣ ଯୋଗୁଁ ଅସ୍ତବ୍ୟସ୍ତ ଜନଜୀବନ । ଦିଲ୍ଲୀକୁ ଢ଼ାଙ୍କି ହୋଇ ରହିଛି ମୋଟା ଧୂଳି ଓ ଧୂଆଁର ଚାଦର। ଫଳରେ ଭଲଭାବେ ଦୃଶ୍ୟମାନ ହେଉନାହିଁ। ପ୍ରଦୂଷଣ ଏତେ ମାତ୍ରାରେ ବଢିଯାଇଛି ଯେ ରାସ୍ତାରେ ଗାଡିମଟର ଚଳାଚଳ କରିବା ମୁସକିଲ ହୋଇପଡିଛି। କବେଳ ସେତିକି ନୁହେଁ ନିଶ୍ୱାସ ନେବା ବି କଷ୍ଟକର ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ଏବେ ପୁଣିଥରେ ଅଡ୍-ଇଭେନ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି ଦିଲ୍ଲୀ ସରକାର। ପ୍ରଦୂଷଣ ସ୍ତରକୁ କମାଇବା ପାଇଁ ଦିଲ୍ଲୀ ସରକାର ଏପରି ନିୟମ ଲାଗୁ କରିଛନ୍ତି ।

ଆହୁରି ପଢ଼ନ୍ତୁ: ଦିଶା ସାଲିଆନଙ୍କ ମୃତ୍ୟୁ ମାମଲା: ସିବିଆଇକୁ FIR ରୁଜୁ କରିବାକୁ ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଅଧ୍ୟକ୍ଷତାରେ ହୋଇଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ଅଡ୍‌-ଇଭେନ୍‌ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଛନ୍ତି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ। ଏହି ନିୟମ ନଭେମ୍ବର ୧୩ରୁ ୨୦ ପର୍ଯ୍ୟନ୍ତ ଲାଗୁ ହେବ। ତେବେ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ପ୍ରଦୂଷଣ ସ୍ଥିତିର ସମୀକ୍ଷା କରିବା ପରେ ଆଗାମୀ ନିଷ୍ପତ୍ତି ନିଆଯିବ।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ଅନ୍ୟପଟେ ଦିଲ୍ଲୀରେ ଏବେ କୌଣସି ବି ପ୍ରକାରର ନିର୍ମାଣ କାର୍ଯ୍ୟ ହେବ ନାହିଁ। ପୂର୍ବରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ କରିବକୁ ଘୋଷଣା ହୋଇସାରିଥିବା ବେଳେ ଆଜି ଷଷ୍ଠ ଠାରୁ ଏକଦାଶ ଯାଏଁ ଶ୍ରେଣୀ ଆସନ୍ତା ନଭେମ୍ବର ୧୦ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀକୁ ଛାଡ଼ି ଆଉ ସମସ୍ତ ସ୍କୁଲ ବନ୍ଦ କରାଯାଇଛି। ସମସ୍ତ ପିଲାଙ୍କ ପାଇଁ ଅନ୍‌ଲାଇନ୍‌ କ୍ଲାସ କରିବାକୁ ବିକଳ୍ପ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର