ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି, ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ

The Sakala Picture
Published On

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି। ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ମଧ୍ୟ କେଜ୍ରିୱାଲଙ୍କୁ ନିରାଶ ହେବାକୁ ପଡିଛି। ମାମଲାର ଶୁଣାଣି ଏପ୍ରିଲ ୨୯ ରେ ହେବ ବୋଲି କୋର୍ଟ କହିଛନ୍ତି। ଏହାପରେ ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଛନ୍ତି। ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲ୍‌ ମାର୍ଚ୍ଚ ୨୧ ତାରିଖରେ ଗିରଫ […]

ନୂଆଦିଲ୍ଲୀ: ସୁପ୍ରିମକୋର୍ଟରେ ହୋଇପାରିଲାନି ତୁରନ୍ତ ଶୁଣାଣି। ଜେଲରେ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଆଜି ସୁପ୍ରିମକୋର୍ଟରେ ହେବାକୁ ଥିବା ଶୁଣାଣିରେ ମଧ୍ୟ କେଜ୍ରିୱାଲଙ୍କୁ ନିରାଶ ହେବାକୁ ପଡିଛି। ମାମଲାର ଶୁଣାଣି ଏପ୍ରିଲ ୨୯ ରେ ହେବ ବୋଲି କୋର୍ଟ କହିଛନ୍ତି। ଏହାପରେ ରାଉଜ ଆଭିନ୍ୟୁ କୋର୍ଟ ତାଙ୍କ ନ୍ୟାୟିକ ହେପାଜତର ଅବଧିକୁ ଏପ୍ରିଲ ୨୩ ଯାଏ ବୃଦ୍ଧି କରିଛନ୍ତି।

ଆହୁରି ପଢ଼ନ୍ତୁ: ରୁଷ-ୟୁକ୍ରେନ ଯୁଦ୍ଧ ଶେଷ କରିବାରେ ସାହାଯ୍ୟ କରିବାକୁ ଭାରତ ପ୍ରସ୍ତୁତ: କିଭ୍ ଗସ୍ତରେ କହିଲେ ଏସ୍ ଜୟଶଙ୍କର

ମଦ ଦୁର୍ନୀତି ମାମଲାରେ କେଜ୍ରିୱାଲ୍‌ ମାର୍ଚ୍ଚ ୨୧ ତାରିଖରେ ଗିରଫ ହେବାପରେ ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଏକ ଆବେଦନ କରିଥିଲେ । ହେଲେ ଏପ୍ରିଲ ୯ ତାରିଖରେ ହାଇକୋର୍ଟରୁ ନିରାଶ ହେବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଯାହାର ଶୁଣାଣି ଆଜି ଥିଲା । ହେଲେ ସୁପ୍ରିମକୋର୍ଟ ଏପ୍ରିଲ ୨୯ ଯାଏଁ ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି । ଆଉ ଜେଲରେ କେଜ୍ରିଓ୍ବାଲଙ୍କ ରହଣୀ ଅବଧିକୁ ଏପ୍ରିଲ ୨୩ ଯାଏଁ ବୃଦ୍ଧି କରିଛନ୍ତି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର