ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ମାମଲା, ଆବେଦନକୁ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ସିଏମ ପଦରୁ ହଟାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ) ଦାଖଲ କରାଯାଇଥିଲା। ଗୁରୁବାର ଏହି ଆବେଦନକୁ ଖାରଜ କରି ହାଇକୋର୍ଟ କହିଛନ୍ତି ଯେ, ଏହି ମାମଲାରେ ନ୍ୟାୟିକ ହସ୍ତକ୍ଷେପ ପାଇଁ କୌଣସି ଆବଶ୍ୟକତା ନାହିଁ। ରାଜନୈତିକ ପ୍ରସଙ୍ଗରେ ଆମେ ନ୍ୟାୟିକ ସମୀକ୍ଷା କରିପାରିବୁ ନାହିଁ ବୋଲି କୋର୍ଟ କହିଛନ୍ତି। ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଗୁରୁବାର ଶେଷ ହେଉଛି। […]

ନୂଆଦିଲ୍ଲୀ: ଅରବିନ୍ଦ କେଜ୍ରିୱାଲଙ୍କୁ ସିଏମ ପଦରୁ ହଟାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା (ପିଆଇଏଲ) ଦାଖଲ କରାଯାଇଥିଲା। ଗୁରୁବାର ଏହି ଆବେଦନକୁ ଖାରଜ କରି ହାଇକୋର୍ଟ କହିଛନ୍ତି ଯେ, ଏହି ମାମଲାରେ ନ୍ୟାୟିକ ହସ୍ତକ୍ଷେପ ପାଇଁ କୌଣସି ଆବଶ୍ୟକତା ନାହିଁ। ରାଜନୈତିକ ପ୍ରସଙ୍ଗରେ ଆମେ ନ୍ୟାୟିକ ସମୀକ୍ଷା କରିପାରିବୁ ନାହିଁ ବୋଲି କୋର୍ଟ କହିଛନ୍ତି।

ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଇଡି ରିମାଣ୍ଡ ଗୁରୁବାର ଶେଷ ହେଉଛି। ମଦ ଦୁର୍ନୀତି ମାମଲା ତଥା ମନି ଲଣ୍ଡରିଂ ମାମଲାରେ ସଂପୃକ୍ତ ଥିବା ଅଭିଯୋଗରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ ଟିମ୍ ମାର୍ଚ୍ଚ ୨୧ ତାରିଖ ରାତିରେ ସିଏମ କେଜ୍ରିୱାଲଙ୍କୁ ଗିରଫ କରିଥିଲା। ଏହା ପରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।

About The Author: The Sakala