ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜୁଲାଇ ୨୫ରେ ଶପଥ ନେବେ ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ଯିଏକି ଦେଶର ସର୍ବୋଚ୍ଚ ପଦ ପାଇଁ ନେବେ ଶପଥ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ବସୁଥିବା ପ୍ରଥମ ନାଗରିକଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଶପଥପାଠ କରାଇଥାନ୍ତି । ବର୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆଗାମୀ ୨୪ […]

ନୂଆଦିଲ୍ଲୀ: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ଯିଏକି ଦେଶର ସର୍ବୋଚ୍ଚ ପଦ ପାଇଁ ନେବେ ଶପଥ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ବସୁଥିବା ପ୍ରଥମ ନାଗରିକଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଶପଥପାଠ କରାଇଥାନ୍ତି । ବର୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆଗାମୀ ୨୪ ତାରିଖରେ ଶେଷ ହେଉଛି ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ ବିରୋଧରେ ସାମରିକ ଅଭିଯାନ ରୋକିଲା ଇରାନ, ଦେଲା କଡ଼ା ଚେତାବନୀ

ମୁର୍ମୁଙ୍କ ବିଜୟ ସାରା ଓଡିଶା ପାଇଁ ଗର୍ବ ଆଉ ଗୌରବର ବିଷୟ । ପ୍ରଥମ ଓଡିଆ ଝିଅ ଭାବେ ସେ ରାଇସିନା ହିଲକୁ ନିର୍ବାଚିତ ହୋଇଛନ୍ତି । ତାଙ୍କର ବିଜୟରେ ଓଡିଶାରେ ଉତ୍ସବ ପାଳନ କରାଯାଇଛି । ଦ୍ରୌପଦୀଙ୍କ ଜନ୍ମମାଟି ମୟୁରଭଞ୍ଜର ରାଇରଙ୍ଗପୁରରେ ଜନ ସମୁଦ୍ର ଦେଖା ଦେଇଛି । ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ତାଙ୍କ ଗାଁ ମାଟିରେ ପହଞ୍ଚିଛନ୍ତି । ଗାଁ ମାଟିରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଜା ବାଣରେ ସାରା ଅଞ୍ଚଳ ଉତ୍ସବମୁଖର ଦେଖିବାକୁ ମିଳିଛି । ପ୍ରଥମ ଓଡିଆ ମହିଳା ଏବଂ ଦ୍ୱିତୀୟ ଓଡିଆ ଭାବେ ସେ ରାଷ୍ଟ୍ରପତି ହୋଇଛନ୍ତି । ତାଙ୍କ ପୂର୍ବରୁ ଭିଭି ଗିରି ପ୍ରଥମେ ରାଷ୍ଟ୍ରପତି ହୋଇଥିଲେ । ଏନଡିଏ ପ୍ରାର୍ଥୀ ମୁର୍ମୁଙ୍କ ବିଜୟ ପରେ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବୃହତ ବିଜୟ ପରେ ଶୁଭେଚ୍ଛା ଜଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁର୍ମୁଙ୍କ ଘର ଅଭିମୁଖେ ବାହାରିଛନ୍ତି ।

ଆହୁରି ପଢ଼ନ୍ତୁ: ଭାରତରୁ ଆମ୍ବ ଆମଦାନୀ ଉପରେ କଟକଣା ଲଗାଇଲା ନେପାଳ, କୀଟନାଶକ ପ୍ରୟୋଗକୁ ନେଇ ଆଶଙ୍କା

ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତୃତୀୟ ରାଉଣ୍ଡ ମତଗଣନାରେ ହିଁ ମ୍ୟାଜିକ ନମ୍ୱର ହାସଲ କରିଛନ୍ତି । ବିଜୟୀ ହେବା ପାଇଁ ୫,୪୩,୨୧୬ ଭୋଟର ଆବଶ୍ୟକ ଥିବା ବେଳେ ଦ୍ରୌପଦୀଙ୍କୁ ତୃତୀୟ ରାଉଣ୍ଡରେ ହିଁ ୫,୭୭,୭୭୭ ମୂଲ୍ୟର ଭୋଟ ମିଳିଛି।

ଆହୁରି ପଢ଼ନ୍ତୁ: ରାମ ମନ୍ଦିର ଦାନ ଅର୍ଥ ଚୋରି ଅଭିଯୋଗ: ନିରପେକ୍ଷ ତଦନ୍ତ ପାଇଁ SIT ଯାଞ୍ଚ ଦାବି କଲା ଟ୍ରଷ୍ଟ

21 Jul 2022 By The Sakala

ଜୁଲାଇ ୨୫ରେ ଶପଥ ନେବେ ଭାରତର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଭାରତର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ମହାମହିମ ରାଷ୍ଟ୍ରପତି ଭାବେ ଆସନ୍ତା ୨୫ ତାରିଖରେ ପଦ ଓ ଗୋପନୀୟତାର ଶପଥ ନେବେ ଦ୍ରୌପଦୀ ମୁର୍ମୁ । ପ୍ରଥମ ଆଦିବାସୀ ମହିଳା ଯିଏକି ଦେଶର ସର୍ବୋଚ୍ଚ ପଦ ପାଇଁ ନେବେ ଶପଥ। ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ବସୁଥିବା ପ୍ରଥମ ନାଗରିକଙ୍କୁ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଶପଥପାଠ କରାଇଥାନ୍ତି । ବର୍ତମାନର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଆଗାମୀ ୨୪ ତାରିଖରେ ଶେଷ ହେଉଛି ।

ମୁର୍ମୁଙ୍କ ବିଜୟ ସାରା ଓଡିଶା ପାଇଁ ଗର୍ବ ଆଉ ଗୌରବର ବିଷୟ । ପ୍ରଥମ ଓଡିଆ ଝିଅ ଭାବେ ସେ ରାଇସିନା ହିଲକୁ ନିର୍ବାଚିତ ହୋଇଛନ୍ତି । ତାଙ୍କର ବିଜୟରେ ଓଡିଶାରେ ଉତ୍ସବ ପାଳନ କରାଯାଇଛି । ଦ୍ରୌପଦୀଙ୍କ ଜନ୍ମମାଟି ମୟୁରଭଞ୍ଜର ରାଇରଙ୍ଗପୁରରେ ଜନ ସମୁଦ୍ର ଦେଖା ଦେଇଛି । ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ତାଙ୍କ ଗାଁ ମାଟିରେ ପହଞ୍ଚିଛନ୍ତି । ଗାଁ ମାଟିରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଜା ବାଣରେ ସାରା ଅଞ୍ଚଳ ଉତ୍ସବମୁଖର ଦେଖିବାକୁ ମିଳିଛି । ପ୍ରଥମ ଓଡିଆ ମହିଳା ଏବଂ ଦ୍ୱିତୀୟ ଓଡିଆ ଭାବେ ସେ ରାଷ୍ଟ୍ରପତି ହୋଇଛନ୍ତି । ତାଙ୍କ ପୂର୍ବରୁ ଭିଭି ଗିରି ପ୍ରଥମେ ରାଷ୍ଟ୍ରପତି ହୋଇଥିଲେ । ଏନଡିଏ ପ୍ରାର୍ଥୀ ମୁର୍ମୁଙ୍କ ବିଜୟ ପରେ ଶୁଭେଚ୍ଛାର ସୁଅ ଛୁଟିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଠାରୁ ଆରମ୍ଭ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଅନ୍ୟ ବରିଷ୍ଠ ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ବୃହତ ବିଜୟ ପରେ ଶୁଭେଚ୍ଛା ଜଣାଇବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁର୍ମୁଙ୍କ ଘର ଅଭିମୁଖେ ବାହାରିଛନ୍ତି ।

ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତୃତୀୟ ରାଉଣ୍ଡ ମତଗଣନାରେ ହିଁ ମ୍ୟାଜିକ ନମ୍ୱର ହାସଲ କରିଛନ୍ତି । ବିଜୟୀ ହେବା ପାଇଁ ୫,୪୩,୨୧୬ ଭୋଟର ଆବଶ୍ୟକ ଥିବା ବେଳେ ଦ୍ରୌପଦୀଙ୍କୁ ତୃତୀୟ ରାଉଣ୍ଡରେ ହିଁ ୫,୭୭,୭୭୭ ମୂଲ୍ୟର ଭୋଟ ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର