ଡ୍ରୋନ୍ ଆକ୍ରମଣ ପରେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୟାବହ ଅଗ୍ନିକାଣ୍ଡ, ବିମାନ ଚଳାଚଳ ବାତିଲ

Madhusudan Das Picture
Published On

ନୂଆଦିଲ୍ଲୀ: ଇରାନର ଡ୍ରୋନ୍ ଆକ୍ରମଣ ଯୋଗୁଁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଭୟାବହ ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ଯୋଗୁଁ ସୁରକ୍ଷା ଦୃଷ୍ଟିରୁ ସମସ୍ତ ବିମାନ ଚଳାଚଳକୁ ସାମୟିକ ଭାବେ ବାତିଲ କରାଯାଇଛି। ଉପସାଗରୀୟ ଅଞ୍ଚଳରେ ଏବେ ଉତ୍ତେଜନାପୂର୍ଣ୍ଣ ସ୍ଥିତି ଲାଗିରହିଥିବା ବେଳେ ଏହି ଘଟଣା ସୁରକ୍ଷା ବ୍ୟବସ୍ଥା ଉପରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲରୁ ଜୀବନ୍ତ ଉଦ୍ଧାର ହେଲେ ଦୁଇ ଶ୍ରମିକ

ଆମେରିକା ଏବଂ ଇସ୍ରାଏଲ୍ ଦ୍ୱାରା ଦୁଇ ସପ୍ତାହ ପୂର୍ବରୁ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରତିଶୋଧ ନେବାକୁ ଯାଇ ଇରାନ ଏବେ ଉପସାଗରୀୟ ଦେଶଗୁଡ଼ିକ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣ ଜାରି ରଖିଛି। ଏହି ଡ୍ରୋନ୍ ଆକ୍ରମଣ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ବିମାନବନ୍ଦର ତଥା ପ୍ରମୁଖ ଆର୍ଥିକ ହବ୍ ନିକଟରେ ହୋଇଛି। ତେହେରାନର ଏହି ବର୍ଦ୍ଧିତ ଆକ୍ରମଣ ଏବେ ଦୁବାଇ ଏବଂ ଆବୁଧାବି ଭଳି ପ୍ରମୁଖ ସହର ପାଇଁ ଏକ ବଡ଼ ବିପଦ ସୃଷ୍ଟି କରିଛି।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

ତେବେ ଏହି ଘଟଣାରେ କୌଣସି ବ୍ୟକ୍ତି ମୃତାହତ ହୋଇନଥିବା ସୂଚନା ମିଳିଛି। ସାଧାରଣ ପ୍ରତିରକ୍ଷା ଦଳ (ସିଭିଲ୍ ଡିଫେନ୍ସ ଟିମ୍) ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଆଁକୁ ସଫଳତାର ସହ ଆୟତ୍ତ କରିଛନ୍ତି। ଫଳରେ ନିକଟରେ ଥିବା ଏକ ଇନ୍ଧନ ଟାଙ୍କିକୁ ବଡ଼ ବିପଦରୁ ରକ୍ଷା କରାଯାଇପାରିଛି। ଅନ୍ୟପଟେ ସୋସିଆଲ ମିଡିଆରେ ଭାଇରାଲ୍ ହେଉଥିବା ଭିଡିଓରେ ବିମାନବନ୍ଦର କମ୍ପ୍ଲେକ୍ସରୁ ଭୟଙ୍କର ଅଗ୍ନିଶିଖା ଏବଂ କଳା ଧୂଆଁ ବାହାରୁଥିବା ଦେଖିବାକୁ ମିଳିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ସ୍ମାରକୀ ନିର୍ମାଣ ପାଇଁ ମିଳିଲା ଅନୁମୋଦନ, ରଖାଗଲା ଏହି ସବୁ ସର୍ତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର