ଜମ୍ମୁକାଶ୍ମୀରର ଶୋପିଆନ ଓ ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ; ପୂର୍ବତନ ସରପଞ୍ଚ ମୃତ, ପର୍ଯ୍ୟଟକ ଦମ୍ପତ୍ତି ଆହତ

The Sakala Picture
Published On

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଶୋପିଆନ୍ ଏବଂ ଅନନ୍ତନାଗ ଜିଲ୍ଲାରେ ଦୁଇଟି ପୃଥକ ଆତଙ୍କବାଦୀ ଆକ୍ରମଣ ହୋଇଛି । ଆକ୍ରମଣରେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ପ୍ରଥମ ଘଟଣାରେ ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଶୋପିଆନର ହିରପୋରା ଅଞ୍ଚଳରେ ପୂର୍ବତନ ସରପଞ୍ଚ ଏଜାଜ ଶେଖଙ୍କୁ କିଛି ଆତଙ୍କବାଦୀ ଗୁଳି କରିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେହିପରି ଆତଙ୍କବାଦୀମାନେ ଜମ୍ମୁକାଶ୍ମୀରର […]

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ଶୋପିଆନ୍ ଏବଂ ଅନନ୍ତନାଗ ଜିଲ୍ଲାରେ ଦୁଇଟି ପୃଥକ ଆତଙ୍କବାଦୀ ଆକ୍ରମଣ ହୋଇଛି । ଆକ୍ରମଣରେ ଜଣେ ବିଜେପି ନେତା ତଥା ପୂର୍ବତନ ସରପଞ୍ଚଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ପ୍ରଥମ ଘଟଣାରେ ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଶୋପିଆନର ହିରପୋରା ଅଞ୍ଚଳରେ ପୂର୍ବତନ ସରପଞ୍ଚ ଏଜାଜ ଶେଖଙ୍କୁ କିଛି ଆତଙ୍କବାଦୀ ଗୁଳି କରିଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

ସେହିପରି ଆତଙ୍କବାଦୀମାନେ ଜମ୍ମୁକାଶ୍ମୀରର ଅନନ୍ତନାଗରେ ଏକ ପର୍ଯ୍ୟଟକ କ୍ୟାମ୍ପ ଉପରେ ଆକ୍ରମଣ କରିଥିଲେ । ଫଳରେ ଜୟପୁରରୁ କାଶ୍ମୀର ବୁଲିବାକୁ ଆସିଥିବା ଟୁରିଷ୍ଟ ଦମ୍ପତ୍ତି ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଉଭୟ ସ୍ଥାନରେ ଘଟଣାସ୍ଥଳକୁ ପୁଲିସ୍ ନିଜ କବ୍‌ଜାକୁ ନେବା ସହିତ ଆତଙ୍କବାଦୀମାନଙ୍କୁ ଧରିବାକୁ ସର୍ଚ୍ଚ ଅପରେସନ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଏଭରେଷ୍ଟର ବେସ୍‌ କ୍ୟାମ୍ପ୍‌ରେ ବ୍ୟବହୃତ ଇନ୍ଧନ ଏବଂ ପର୍ବତାରୋହୀଙ୍କ ପରିସ୍ରା ଯୋଗୁଁ ତରଳୁଛି ହିମାଳୟ ବରଫ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର