ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୮ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ

The Sakala Picture
Published On

ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି।‌ ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି । କାରଖାନାଟି ଏମଆଇଡିସି ପରିସରରେ ଅବସ୍ଥିତ । ସୂଚନା ମୁତାବକ, […]

ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି।‌ ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି । କାରଖାନାଟି ଏମଆଇଡିସି ପରିସରରେ ଅବସ୍ଥିତ ।

ଆହୁରି ପଢ଼ନ୍ତୁ: ତ୍ରିପୁରା ଡିଜିପି ଅନୁରାଗ ଧନଖରଙ୍କ ସନ୍ଦେହଜନକ ମୃତ୍ୟୁ: ପୋଲିସ ମୁଖ୍ୟାଳୟ ବାଥରୁମରୁ ମୃତଦେହ ଉଦ୍ଧାର

ସୂଚନା ମୁତାବକ, ଠାଣେର ଏମ୍‌ଆଇଡିସି ଅଞ୍ଚଳର ଫେଜ୍‌-୨ରେ ଥିବା ଓମେଗା ରାସାୟନିକ କାରଖାନାରେ ଏହି ବିସ୍ଫୋରଣ ଘଟିଛି । କର୍ମଚାରୀମାନେ କାରଖାନା ଭିତରେ କାମ କରୁଥିବା ବେଳେ ହଠାତ୍‌ ବିସ୍ଫୋରଣ ଘଟିଥିଲା । ବଏଲର୍‌ରେ ଯାନ୍ତ୍ରିକ ତ୍ରୁଟି ହେତୁ ଏହି ଘଟଣା ଘଟିଥିବା କୁହାଯାଉଛି । ବିସ୍ଫୋରଣ ଓ ନିଆଁ ଲାଗିବା ନେଇ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।ଅଗ୍ନିକାଣ୍ଡର ଖବର ପାଇବା ପରେ ପ୍ରଶାସନ ତୁରନ୍ତ ଚାରିଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳକୁ ପଠାଇଛି । ସେପଟେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମଧ୍ୟ ପୋଲିସ ଫୋର୍ସ ସହିତ ପହଞ୍ଚିଛନ୍ତି ।

ଆହୁରି ପଢ଼ନ୍ତୁ: ପୁଣେ କେତନ ଅଗ୍ରୱାଲ ହତ୍ୟାକାଣ୍ଡ: ପ୍ରଥମେ କେତନଙ୍କୁ ଅପାହିଜ କରିବାକୁ ଯୋଜନା କରିଥିଲେ ସିୟା ଓ ଚେତନ, ପରେ ରଚିଲେ ହତ୍ୟା ଷଡ଼ଯନ୍ତ୍ର

କଲ୍ୟାଣ ତହସିଲଦାର ସଚିନ ସେଜଲ କହିଛନ୍ତି, ଘଟଣାସ୍ଥଳରୁ ଏପର୍ଯ୍ୟନ୍ତ ଉଦ୍ଧାର ହୋଇଥିବା ୮ ମୃତଦେହ ଏତେ ମାତ୍ରାରେ ଜଳି ଯାଇଛି ଯେ ସେମାନଙ୍କୁ ଚିହ୍ନଟ କରିବା କଷ୍ଟକର ହୋଇଛି। ବିସ୍ଫୋରଣ ଏବଂ ଅଗ୍ନିକାଣ୍ଡରେ ଏହି ଅଞ୍ଚଳର ଅତି କମରେ ପାଞ୍ଚଟି କମ୍ପାନୀ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ କହିଛନ୍ତିି।

ଆହୁରି ପଢ଼ନ୍ତୁ: ସିକ୍କିମ ଟନେଲ ଦୁର୍ଘଟଣା: ୨୨ ଜଣଙ୍କ ମୃତଦେହ ଉଦ୍ଧାର, ୩ ନିଖୋଜ ଶ୍ରମିକଙ୍କ ପାଇଁ ଖୋଜାଖୋଜି ଜାରି

ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସହ ଶିଳ୍ପ ମନ୍ତ୍ରୀ ଉଦୟ ସାମନ୍ତ, ସ୍ଥାନୀୟ ସାଂସଦ ଶ୍ରୀକାନ୍ତ ସିନ୍ଦେ ଏବଂ ବିଧାୟକ ରାଜୁ ପାଟିଲ ମୁମ୍ବାଇ ଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଅବସ୍ଥିତ ଏମ୍ଆଇଡିସି ଶିଳ୍ପାଞ୍ଚଳ ପରିଦର୍ଶନ କରିଛନ୍ତି। ଓଆହତ ବ୍ୟକ୍ତିଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଘୋଷଣା କରିଛନ୍ତି। ଏହି ଘଟଣାରେ ମୃତାହତଙ୍କୁ ଏକ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ କାରଖାନାରେ ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ଏକ କିଲୋମିଟର ଯାଏଁ ଶୁଭିଥିଲା । ବିସ୍ଫୋରଣ ଯୋଗୁଁ ନିକଟସ୍ଥ କୋଠା ଗୁଡ଼ିକର ଝରକା ଫାଟିଯାଇଥିବା ବେଳେ କିଛି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

23 May 2024 By The Sakala

ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୮ ମୃତ, ୩୦ରୁ ଊର୍ଦ୍ଧ୍ବ ଆହତ

ମୁମ୍ବାଇ: ମହାରାଷ୍ଟ୍ରର ଥାନେ ଜିଲ୍ଲାର ଏକ କେମିକାଲ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନରେ ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଅନେକ ଲୋକ ଏବେ ବି ଭିତରେ ଫସି ରହିଛନ୍ତି।‌ ଦମକଳ ବାହୀନି ସହ ଏନଡିଆରଏଫ୍ ଓ ଏସଡିଆରଏଫ୍ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବଏଲର ଫାଟିବା ଯୋଗୁଁ ଏହି ଦୁର୍ଘଟଣା ହୋଇଥିବା ଜଣାଯାଇଛି । କାରଖାନାଟି ଏମଆଇଡିସି ପରିସରରେ ଅବସ୍ଥିତ ।

ସୂଚନା ମୁତାବକ, ଠାଣେର ଏମ୍‌ଆଇଡିସି ଅଞ୍ଚଳର ଫେଜ୍‌-୨ରେ ଥିବା ଓମେଗା ରାସାୟନିକ କାରଖାନାରେ ଏହି ବିସ୍ଫୋରଣ ଘଟିଛି । କର୍ମଚାରୀମାନେ କାରଖାନା ଭିତରେ କାମ କରୁଥିବା ବେଳେ ହଠାତ୍‌ ବିସ୍ଫୋରଣ ଘଟିଥିଲା । ବଏଲର୍‌ରେ ଯାନ୍ତ୍ରିକ ତ୍ରୁଟି ହେତୁ ଏହି ଘଟଣା ଘଟିଥିବା କୁହାଯାଉଛି । ବିସ୍ଫୋରଣ ଓ ନିଆଁ ଲାଗିବା ନେଇ ତୁରନ୍ତ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।ଅଗ୍ନିକାଣ୍ଡର ଖବର ପାଇବା ପରେ ପ୍ରଶାସନ ତୁରନ୍ତ ଚାରିଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳକୁ ପଠାଇଛି । ସେପଟେ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ମଧ୍ୟ ପୋଲିସ ଫୋର୍ସ ସହିତ ପହଞ୍ଚିଛନ୍ତି ।

କଲ୍ୟାଣ ତହସିଲଦାର ସଚିନ ସେଜଲ କହିଛନ୍ତି, ଘଟଣାସ୍ଥଳରୁ ଏପର୍ଯ୍ୟନ୍ତ ଉଦ୍ଧାର ହୋଇଥିବା ୮ ମୃତଦେହ ଏତେ ମାତ୍ରାରେ ଜଳି ଯାଇଛି ଯେ ସେମାନଙ୍କୁ ଚିହ୍ନଟ କରିବା କଷ୍ଟକର ହୋଇଛି। ବିସ୍ଫୋରଣ ଏବଂ ଅଗ୍ନିକାଣ୍ଡରେ ଏହି ଅଞ୍ଚଳର ଅତି କମରେ ପାଞ୍ଚଟି କମ୍ପାନୀ କ୍ଷତିଗ୍ରସ୍ତ ହୋଇଛି ବୋଲି ସେ କହିଛନ୍ତିି।

ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସହ ଶିଳ୍ପ ମନ୍ତ୍ରୀ ଉଦୟ ସାମନ୍ତ, ସ୍ଥାନୀୟ ସାଂସଦ ଶ୍ରୀକାନ୍ତ ସିନ୍ଦେ ଏବଂ ବିଧାୟକ ରାଜୁ ପାଟିଲ ମୁମ୍ବାଇ ଠାରୁ ପ୍ରାୟ ୪୦ କିଲୋମିଟର ଦୂରରେ ଅବସ୍ଥିତ ଏମ୍ଆଇଡିସି ଶିଳ୍ପାଞ୍ଚଳ ପରିଦର୍ଶନ କରିଛନ୍ତି। ଓଆହତ ବ୍ୟକ୍ତିଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଘୋଷଣା କରିଛନ୍ତି। ଏହି ଘଟଣାରେ ମୃତାହତଙ୍କୁ ଏକ ସପ୍ତାହ ମଧ୍ୟରେ କ୍ଷତିପୂରଣ ପ୍ରଦାନ କରାଯିବ। ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ମୁତାବକ କାରଖାନାରେ ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ଏକ କିଲୋମିଟର ଯାଏଁ ଶୁଭିଥିଲା । ବିସ୍ଫୋରଣ ଯୋଗୁଁ ନିକଟସ୍ଥ କୋଠା ଗୁଡ଼ିକର ଝରକା ଫାଟିଯାଇଥିବା ବେଳେ କିଛି ଘର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର