୩ ମହଲା କୋଠାରେ ଅଗ୍ନିକାଣ୍ଡ, ଜଳିଗଲେ ପରିବାରର ୪ସଦସ୍ୟ

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଥିବା ଗୋଟିଏ ୩ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପରିବାରର ୪ସଦସ୍ୟଙ୍କ ମୃତ୍ଯୁ ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଭୋର ୪ଟାରେ ପୁରୁଣା ସୀମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଅଗ୍ନିଶମ ବାହିନୀର ୪ଟି ଗାଡ଼ି ଯାଇ ଘଟଣାସ୍ଥଳରେ ପହଞ୍ଚିଥିଲା । କିଛି ଘଣ୍ଟାର ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ସେତବେଳକୁ ୪ଜଣଙ୍କର ମୃତ୍ୟୁ ଘଟିସାରିଥିଲା। ଅଗ୍ନିଶମ ବାହିନୀ ମୃତଦେହକୁ ତୃତୀୟ […]

ନୂଆଦିଲ୍ଲୀ: ଦିଲ୍ଲୀର ପୁରୁଣା ସୀମାପୁରୀ ଅଞ୍ଚଳରେ ଥିବା ଗୋଟିଏ ୩ ମହଲା କୋଠାରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ପରିବାରର ୪ସଦସ୍ୟଙ୍କ ମୃତ୍ଯୁ ଘଟିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ନେପାଳରେ ମାଟି ତଳେ ପୋତି ହୋଇଛି ସୁଡ଼ଙ୍ଗ ଓ ଶ୍ରମିକ, ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରୁଛି ଇଞ୍ଜିନିୟରଙ୍କ ହ୍ୱାଟ୍ସଆପ୍ ଗ୍ରୁପ୍

ସୂଚନା ଅନୁଯାୟୀ, ଭୋର ୪ଟାରେ ପୁରୁଣା ସୀମାପୁରୀ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଥିଲା । ଖବର ପାଇ ଅଗ୍ନିଶମ ବାହିନୀର ୪ଟି ଗାଡ଼ି ଯାଇ ଘଟଣାସ୍ଥଳରେ ପହଞ୍ଚିଥିଲା । କିଛି ଘଣ୍ଟାର ଉଦ୍ୟମ ପରେ ନିଆଁକୁ ଆୟତ୍ତ କରାଯାଇଥିବା ବେଳେ ସେତବେଳକୁ ୪ଜଣଙ୍କର ମୃତ୍ୟୁ ଘଟିସାରିଥିଲା। ଅଗ୍ନିଶମ ବାହିନୀ ମୃତଦେହକୁ ତୃତୀୟ ମହଲାରୁ ଉଦ୍ଧାର କରିଥିବା ବେଳେ ଧୁଆଁ ପାଇଁ ଅଣନିଶ୍ବାସ ହୋଇ ୪ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ତେବେ ଏପର୍ଯ୍ଯନ୍ତ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ିପାରି ନାହିଁ।

ଆହୁରି ପଢ଼ନ୍ତୁ: ୩୬,୦୦୦ ଫୁଟ ଉଚ୍ଚରେ ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି: କିଛି ସେକେଣ୍ଡରେ ଫେଲ୍ ମାରିଲା ସମସ୍ତ ହାଇଡ୍ରୋଲିକ୍ସ, ୨୪ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର