ପାକିସ୍ତାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ବଡ ଝଟକା, ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ

The Sakala Picture
Published On

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। ସିଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ପ୍ରତିଷ୍ଠାତା ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କୋର୍ଟ । ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାନଙ୍କ ବ୍ୟତୀତ ଦେଶର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ସମାନ ବର୍ଷ ଦଣ୍ଡିତ କରାଯାଇଛି । ଅଫିସିଆଲ୍ ସିକ୍ରେଟ୍ ଆକ୍ଟ ଅନୁଯାୟୀ ଗଠିତ ସ୍ୱତନ୍ତ୍ର କୋର୍ଟ ଉଭୟ […]

ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। ସିଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ପ୍ରତିଷ୍ଠାତା ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କୋର୍ଟ ।

ଆହୁରି ପଢ଼ନ୍ତୁ: ତେଜସ୍ ଫାଇଟର୍ ଜେଟ୍ ଉତ୍ପାଦନକୁ ମିଳିଲା ବୁଷ୍ଟ୍, HAL କୁ ଆମେରିକାରୁ ମିଳିଲା ଆଉ ୩ଟି ନୂଆ ଇଞ୍ଜିନ୍

ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାନଙ୍କ ବ୍ୟତୀତ ଦେଶର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ସମାନ ବର୍ଷ ଦଣ୍ଡିତ କରାଯାଇଛି । ଅଫିସିଆଲ୍ ସିକ୍ରେଟ୍ ଆକ୍ଟ ଅନୁଯାୟୀ ଗଠିତ ସ୍ୱତନ୍ତ୍ର କୋର୍ଟ ଉଭୟ ନେତାଙ୍କ ବିରୋଧରେ ଏହି ନିଷ୍ପତ୍ତି ଦେଇଛନ୍ତି । ଇମ୍ରାନ ଏବଂ ଶାହ ମହମୁଦ କୁରେଶୀଙ୍କ ବିରୋଧରେ ସିଫରର ଏହି ମାମଲା ଜାତୀୟ ସୁରକ୍ଷା ସହ ଜଡିତ ଅଛି। ସର୍ବୋଚ୍ଚ ଗୁପ୍ତ ତଥ୍ୟର ବ୍ୟକ୍ତିଗତ ବ୍ୟବହାର ନେଇ ଇମ୍ରାନ ଖାନଙ୍କ ବିରୋଧରେ ରହିଛି ଅଭିଯୋଗ ।

ଆହୁରି ପଢ଼ନ୍ତୁ: ଆମେରିକୀୟ ସେନା ଦ୍ୱାରା ଫୋନ୍ ଏବଂ କମ୍ପ୍ୟୁଟରରେ ବିଜ୍ଞାପନ ଟ୍ରାକର୍ ବନ୍ଦ: ମଧ୍ୟପ୍ରାଚ୍ୟରେ ସୈନିକଙ୍କ ସୁରକ୍ଷା ପାଇଁ ପଦକ୍ଷେପ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର