ଇମ୍ରାନ ଖାନଙ୍କ ଗିରଫକୁ ଅବୈଧ କହିଲେ ପାକିସ୍ତାନ ସୁପ୍ରିମକୋର୍ଟ, ଘଣ୍ଟାକ ମଧ୍ୟରେ କୋର୍ଟରେ ହାଜର କରିବାକୁ ନିର୍ଦ୍ଦେଶ

The Sakala Picture
Published On

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫକୁ ଅବୈଧ କହିଲେ ପାକିସ୍ତାନ ସୁପ୍ରିମକୋର୍ଟ । ଘଣ୍ଟାକ ମଧ୍ୟରେ ଇମ୍ରାନଙ୍କୁ ହାଜର ପାଇଁ ନିର୍ଦ୍ଦେଶ ଦେଲେ ପାକିସ୍ତାନ ସୁପ୍ରିମକୋର୍ଟ । ଏହା ସହ ଆହୁରି ସୁପ୍ରିମକୋର୍ଟ କହିଛନ୍ତି କି, ଯାଞ୍ଚ ଏଜେନ୍ସି ଏନଏବି ଦେଶକୁ ବହୁତ ବର୍ବାଦ କରିଦେଲାଣି । ଇମ୍ରାନଙ୍କ ଗିରଫଦାରୀ ବିରୋଧରେ ହୋଇଥିବା ଆବେଦନ ଶୁଣାଣି କରିବା ବେଳେ ସୁପ୍ରିମକୋର୍ଟ ସୁରକ୍ଷାକର୍ମୀଙ୍କ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଇସଲାମାବାଦ ଆଇଜି ଓ […]

ଇସଲାମାବାଦ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫକୁ ଅବୈଧ କହିଲେ ପାକିସ୍ତାନ ସୁପ୍ରିମକୋର୍ଟ । ଘଣ୍ଟାକ ମଧ୍ୟରେ ଇମ୍ରାନଙ୍କୁ ହାଜର ପାଇଁ ନିର୍ଦ୍ଦେଶ ଦେଲେ ପାକିସ୍ତାନ ସୁପ୍ରିମକୋର୍ଟ । ଏହା ସହ ଆହୁରି ସୁପ୍ରିମକୋର୍ଟ କହିଛନ୍ତି କି, ଯାଞ୍ଚ ଏଜେନ୍ସି ଏନଏବି ଦେଶକୁ ବହୁତ ବର୍ବାଦ କରିଦେଲାଣି । ଇମ୍ରାନଙ୍କ ଗିରଫଦାରୀ ବିରୋଧରେ ହୋଇଥିବା ଆବେଦନ ଶୁଣାଣି କରିବା ବେଳେ ସୁପ୍ରିମକୋର୍ଟ ସୁରକ୍ଷାକର୍ମୀଙ୍କ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: FATF ବୈଠକ ପୂର୍ବରୁ ପାକିସ୍ତାନର ନୂଆ ଡ୍ରାମା: ଆତଙ୍କବାଦୀ ମାସୁଦ୍ ଆଝାର ଉପରେ ୭୦ ଲକ୍ଷର ପୁରସ୍କାର ଘୋଷଣା

ଏଥିସହ ଇସଲାମାବାଦ ଆଇଜି ଓ କୋର୍ଟ ରେଜିଷ୍ଟ୍ରାରଙ୍କୁ ମଧ୍ୟ ସୁପ୍ରିମକୋର୍ଟ ସମନ କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବିରୋଧ କରି ଏନବିଏ ଆସନ୍ତାକାଲି ଇମ୍ରାନ ଖାନଙ୍କୁ ହାଜର କରିବା ପାଇଁ ଅନୁମତି ମାଗିଥିଲା। କିନ୍ତୁ ଏହାକୁ ସର୍ବୋଚ୍ଚ ଅଦାଲତ ଶୁଣି ନାହାନ୍ତି। ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ପରିସରରୁ ନାଟକୀୟ ଢଙ୍ଗରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରିଥିଲା ପାକ୍‌ ରେଞ୍ଜର୍ସ ।

ଆହୁରି ପଢ଼ନ୍ତୁ: ଭାଙ୍ଗିଗଲା ପୃଥ୍ୱୀ ଶ’ଙ୍କ ନିର୍ବନ୍ଧ: ଅଲଗା ହେଲେ କ୍ରିକେଟର ଓ ଅଭିନେତ୍ରୀ ଆକୃତି ଅଗ୍ରୱାଲ

ସେପଟେ ଇମ୍ରାନ ଖାନଙ୍କ ଗିରଫଦାରୀ ପରେ ଗୃହଯୁଦ୍ଧ ସ୍ଥିତି । ସୁଧୁରୁନି ପାକିସ୍ତାନ ସ୍ଥିତି । ବିଭିନ୍ନ ସ୍ଥାନରେ ସ୍ଥିତି ନିୟନ୍ତ୍ରଣରୁ ବାହାରେ । ବିଭିନ୍ନ ସ୍ଥାନରେ ଘଟିଥିବା ହିଂସାରେ ପ୍ରାଣ ହରାଇଲେଣି ୮ ଜଣ । ବର୍ତ୍ତମାନ ସୁଦ୍ଧା ୧୯୦୦ ଗିରଫ ହୋଇସାରିଲେଣି । ପୂରା ଦେଶରେ ହିଂସା ଉଗ୍ର ରୂପ ଧାରଣ କରିଥିବା ବେଳେ ସରକାରୀ ସମ୍ପତ୍ତି ପୋଡ଼ାଜଳା କରିଛନ୍ତି ଇମ୍ରାନଙ୍କ ସମର୍ଥକ ।

ଆହୁରି ପଢ଼ନ୍ତୁ: ଅକ୍ଟୋବର ୧୬ରୁ ପେଟ୍ରୋଲ ପମ୍ପରେ ୨୦୦୦ ଟଙ୍କାରୁ ଅଧିକ ୟୁପିଆଇ (UPI) ପେମେଣ୍ଟ ଗ୍ରହଣ କରାଯିବ ନାହିଁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର