କାଉଡିଆଙ୍କ ଉପରେ ଚଢିଗଲା କାର, ୪ ମୃତ

The Sakala Picture
Published On

ବିହାର: ବିହାର ବାଙ୍କା ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମହାଦେବ ମନ୍ଦିରକୁ ପାଣି ନେଇ ଯାଉଥିବା କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ପୁଲିସ୍ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି। ପୁଲିସ୍ ସୂଚନା ଅନୁଯାୟୀ, ଗତ ରାତିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ କାଉଡିଆ ଗଙ୍ଗା ନଦୀରୁ ପାଣି ଉଠାଇ […]

ବିହାର: ବିହାର ବାଙ୍କା ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମହାଦେବ ମନ୍ଦିରକୁ ପାଣି ନେଇ ଯାଉଥିବା କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ପୁଲିସ୍ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା: ବୈଦିକ ମନ୍ତ୍ରୋଚ୍ଚାରଣ ସହ ଖୋଲିଲା ବଦ୍ରୀନାଥ ଧାମର କପାଟ

ପୁଲିସ୍ ସୂଚନା ଅନୁଯାୟୀ, ଗତ ରାତିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ କାଉଡିଆ ଗଙ୍ଗା ନଦୀରୁ ପାଣି ଉଠାଇ ସୁଲତାନଗଞ୍ଜରୁ ଜେଷ୍ଠଗୋରନାଥ ମହାଦେବ ମନ୍ଦିରକୁ ଯାଉଥିଲେ। ରାତିରେ ସେମାନେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ କାର୍ କିଛି କାଉଡ଼ିଆଙ୍କ ଉପରେ ଚଢ଼ି ଯାଇଥିଲା। ଖବର ପାଇ ପୁଲିସ୍ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ସ୍ଥାନୀୟ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ବି ପୁଲିସ୍‌ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଉଠିଥିଲେ। ସେମାନେ ଘଟଣାସ୍ଥଳରେ ଥିବା ପୁଲିସ୍ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଆମ୍ ଆଦମୀ ପାର୍ଟିକୁ ଶକ୍ତ ଝଟକା: ବିଜେପିରେ ସାମିଲ ହେଲେ ଆପ୍‌ର ୭ ରାଜ୍ୟସଭା ସାଂସଦ

19 Oct 2024 By The Sakala

କାଉଡିଆଙ୍କ ଉପରେ ଚଢିଗଲା କାର, ୪ ମୃତ

ବିହାର: ବିହାର ବାଙ୍କା ଜିଲ୍ଲାରେ ଗତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମହାଦେବ ମନ୍ଦିରକୁ ପାଣି ନେଇ ଯାଉଥିବା କାଉଡିଆଙ୍କ ଉପରେ ଚଢ଼ିଗଲା କାର୍‌ । ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ୪ କାଉଡିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଗୁରୁତର ହୋଇଛନ୍ତି। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ପୁଲିସ୍ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି।

ପୁଲିସ୍ ସୂଚନା ଅନୁଯାୟୀ, ଗତ ରାତିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ କାଉଡିଆ ଗଙ୍ଗା ନଦୀରୁ ପାଣି ଉଠାଇ ସୁଲତାନଗଞ୍ଜରୁ ଜେଷ୍ଠଗୋରନାଥ ମହାଦେବ ମନ୍ଦିରକୁ ଯାଉଥିଲେ। ରାତିରେ ସେମାନେ ଯାଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ କାର୍ କିଛି କାଉଡ଼ିଆଙ୍କ ଉପରେ ଚଢ଼ି ଯାଇଥିଲା। ଖବର ପାଇ ପୁଲିସ୍ ଓ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଏହି ଦୁର୍ଘଟଣାରେ ୧୨ ଜଣ ଗୁରୁତର ହୋଇଥିବା ବେଳେ ତୁରନ୍ତ ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି। ସ୍ଥାନୀୟ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ବି ପୁଲିସ୍‌ କୌଣସି ପ୍ରକାର ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଉଠିଥିଲେ। ସେମାନେ ଘଟଣାସ୍ଥଳରେ ଥିବା ପୁଲିସ୍ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର