ଗୁଜୁରାଟ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍‌କା: ହାତ ଛାଡିଲେ ହାର୍ଦ୍ଦିକ ପଟେଲ

ନୂଆଦିଲ୍ଲୀ: ଗୁଜୁରାଟ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍‌କା। କଂଗ୍ରେସର ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଇଛନ୍ତି ହାର୍ଦ୍ଦିକ ପଟେଲ।। କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି। ହାର୍ଦ୍ଦିକ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଆଜି ମୁଁ ସାହସର ସହିତ କଂଗ୍ରେସ ପାର୍ଟି ଏବଂ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଉଛି। ମୁଁ ନିଶ୍ଚିତ ଯେ ମୋର ନିଷ୍ପତ୍ତିକୁ ମୋର ସମସ୍ତ ସହକର୍ମୀ ଏବଂ ଗୁଜୁରାଟର ଲୋକମାନେ ସ୍ୱାଗତ […]

ନୂଆଦିଲ୍ଲୀ: ଗୁଜୁରାଟ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ ଝଟ୍‌କା। କଂଗ୍ରେସର ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଇଛନ୍ତି ହାର୍ଦ୍ଦିକ ପଟେଲ।। କଂଗ୍ରେସ ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ନିକଟକୁ ସେ ନିଜ ଇସ୍ତଫା ପତ୍ର ପଠାଇଛନ୍ତି।

ହାର୍ଦ୍ଦିକ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ଆଜି ମୁଁ ସାହସର ସହିତ କଂଗ୍ରେସ ପାର୍ଟି ଏବଂ ଦଳର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଉଛି। ମୁଁ ନିଶ୍ଚିତ ଯେ ମୋର ନିଷ୍ପତ୍ତିକୁ ମୋର ସମସ୍ତ ସହକର୍ମୀ ଏବଂ ଗୁଜୁରାଟର ଲୋକମାନେ ସ୍ୱାଗତ କରିବେ। ମୋର ବିଶ୍ୱାସ ଯେ ମୋର ଏହି ପଦକ୍ଷେପ ପରେ ମୁଁ ଭବିଷ୍ୟତରେ ଗୁଜୁରାଟ ପାଇଁ ସକାରାତ୍ମକ କାର୍ଯ୍ୟ କରିବାକୁ ସମର୍ଥ ହେବି।


ଉଲ୍ଲେଖ ଯୋଗ୍ୟ ଯେ, ହାର୍ଦ୍ଦିକ ପଟେଲକୁ କଂଗ୍ରେସର କାର୍ଯ୍ଯକାରୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଦିଆଯାଇଥିଲା। କିନ୍ତୁ ଗତ କିଛି ମାସ ହେବ ସେ କଂଗ୍ରେସ ନେତୃତ୍ୱକୁ ନେଇ ଅସନ୍ତୋଷ ଥିଲେ। ଏକ ସାକ୍ଷାତକାର୍‌ରେ ହାର୍ଦ୍ଦିକ କହିଥିଲେ, ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି କିମ୍ବା ସୋନିଆ ଗାନ୍ଧିଙ୍କ ଉପରେ ନୁହେଁ ରାଜ୍ୟ ନେତୃତ୍ୱଙ୍କ ଉପରେ ତାଙ୍କର ଅସନ୍ତୋଷ ରହିଥିଲା।

About The Author: The Sakala