ପ୍ରୟାଗରାଜରେ ବାୟୁସେନାର ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୨ ପାଇଲଟ୍

Madhusudan Das Picture
Published On

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ପ୍ରୟାଗରାଜ ଠାରେ ବୁଧବାର ବାୟୁସେନାର ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଭାରତୀୟ ବାୟୁସେନାର (IAF) ଏକ ଟ୍ରେନିଂ ବିମାନ ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ନିୟନ୍ତ୍ରଣ ହରାଇ ଏକ ପୋଖରୀରେ ଖସିପଡିଥିଲା। ତେବେ ଆଶ୍ୱସ୍ତିର ବିଷୟ ହେଉଛି ଯେ, ଏହି ଦୁର୍ଘଟଣାରେ ବିମାନରେ ଥିବା ଉଭୟ ପାଇଲଟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଆହୁରି ପଢ଼ନ୍ତୁ: ମହାରାଷ୍ଟ୍ରର ରଘୁବୀର ଘାଟରେ ପୁଣି ଭୂସ୍ଖଳନ: ରତ୍ନଗିରି-ସାତାରା ରାସ୍ତା ବନ୍ଦ, ଫସିଲା ଯାତ୍ରୀବାହୀ ବସ୍

ବିମାନଟି ପ୍ରୟାଗରାଜ ବିମାନବନ୍ଦର ନିକଟସ୍ଥ ଏକ ଗାଁର ପୋଖରୀରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ରାଥମିକ ସୂଚନା ଅନୁଯାୟୀ, ଦୁର୍ଘଟଣାଗ୍ରସ୍ତ ବିମାନଟି ଏକ ମାଇକ୍ରୋଲାଇଟ୍ ବିମାନ ଥିଲା। ଉଡ଼ାଣ ସମୟରେ କୌଣସି ଯାନ୍ତ୍ରିକ ତ୍ରୁଟି କାରଣରୁ ଏହା ତଳକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା ଏବଂ ପାଇଲଟମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଛୋଟ ପ୍ରୋପେଲର୍ ବିମାନଟି ହଠାତ୍ ନିୟନ୍ତ୍ରଣ ହରାଇଥିବା ପରି ମନେହେଉଥିଲା ଏବଂ ପରେ ପାଣି ଭିତରକୁ ଖସିପଡିଥିଲା। ଦୁର୍ଘଟଣା ପରେ ଘଟଣାସ୍ଥଳରୁ କଳା ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ପରେ NDRF ର ବୁଡ଼ାଳି ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିଥିଲେ।

ଆହୁରି ପଢ଼ନ୍ତୁ: ସ୍ୱତନ୍ତ୍ର ଭରଦ୍ୱାଜଙ୍କ ସମର୍ଥନରେ ହିନ୍ଦୁ ରକ୍ଷା ଦଳ: ଦିଲ୍ଲୀର ପାର୍ଲିଆମେଣ୍ଟ ଷ୍ଟ୍ରିଟ୍ ଥାନା ଘେରାଉ, FIR ପ୍ରତ୍ୟାହାର ଦାବି

ଘଟଣାସ୍ଥଳରୁ ମିଳିଥିବା ଚିତ୍ରରେ ବିମାନର ଧ୍ୱଂସାବଶେଷ ପାଣିରେ ଏବଂ ଆଖପାଖରେ ପଡ଼ିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ସୁଦ୍ଧା ବିମାନଟିକୁ ପାଣିରୁ ବାହାର କରାଯାଇନାହିଁ ଏବଂ ଅପରେସନ୍ ଜାରି ରହିଛି। ବାୟୁସେନା ଅଧିକାରୀମାନେ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରତିରକ୍ଷା ବାହିନୀ ପାଇଁ ୧.୧୦ ଲକ୍ଷ କୋଟି ଟଙ୍କାର ଅସ୍ତ୍ରଶସ୍ତ୍ର ଓ ଉପକରଣ କ୍ରୟ ପ୍ରସ୍ତାବକୁ DACର ମଞ୍ଜୁରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର